Biblia Todo Logo
Bib sou entènèt

- Piblisite -




ଦାନିୟେଲ 2:18 - ଓଡିଆ ବାଇବେଲ

18 ଏଥିପାଇଁ ଏହି ନିଗୂଢ଼ ବିଷୟରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆପଣା ସଙ୍ଗୀ ହନାନୀୟ, ମୀଶାୟେଲ ଓ ଅସରୀୟକୁ ସେହି ବୃତ୍ତାନ୍ତ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଏଥିପାଇଁ ଏହି ନିଗୂଢ଼ ବିଷୟରେ ସ୍ଵର୍ଗସ୍ଥ ପରମେଶ୍ଵରଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆପଣା ସଙ୍ଗୀ ହନାନୀୟ, ମିଶାୟେଲ ଓ ଅସରୀୟକୁ ସେହି ବୃତ୍ତା; ଜଣାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିପାଇଁ ଏହି ନିଗୂଢ଼ ବିଷୟରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆପଣା ସଙ୍ଗୀ ହନାନୀୟ, ମୀଶାୟେଲ ଓ ଅସରୀୟକୁ ସେହି ବୃତ୍ତାନ୍ତ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ

18 ଦାନିୟେଲ ତା'ର ସାଙ୍ଗମାନଙ୍କୁ ପରମେଶ୍ୱରଙ୍କ ଅନୁଗ୍ରହ ଲାଭ କରିବା ନିମନ୍ତେ ପ୍ରାର୍ଥନା କରିବାକୁ କହିଲେ। ସ୍ୱର୍ଗସ୍ଥ ପରମେଶ୍ୱର ନିଗୂଢ଼ ତଥ୍ୟ ଜଣାଇଲେ, ସେ ଓ ତା'ର ସାଙ୍ଗମାନେ ମୃତ୍ୟୁମୁଖରୁ ରକ୍ଷା ପାଇବେ।

Gade chapit la Kopi




ଦାନିୟେଲ 2:18
22 Referans Kwoze  

ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।’


ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ ।


ତୁମ୍ଭେମାନେ କ'ଣ ମନେ କଲ ? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ କ'ଣ ଅନେଶତକୁ ପର୍ବତରେ ଛାଡ଼ି ସେ ଯାଇ ହଜିଯାଇଥିବା ମେଣ୍ଢାଟି ଖୋଜେ ନାହିଁ ?


ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା।


ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”


ସେତେବେଳେ ତୁମ୍ଭେମାନେ, ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ୱରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ।


ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ଧିକ୍‍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍‍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।”


ଆହୁରି ଦାଉଦ କହିଲେ, ଯେଉଁ ସଦାପ୍ରଭୁ ସିଂହ ହାତରୁ ଓ ଭାଲୁ ହାତରୁ ମୋତେ ରକ୍ଷା କରିଅଛନ୍ତି; ସେ ଏହି ପଲେଷ୍ଟୀୟ ହାତରୁ ମୋତେ ରକ୍ଷା କରିବେ। ଏଥିରେ ଶାଉଲ ଦାଉଦଙ୍କୁ କହିଲେ, ଯାଅ, ସଦାପ୍ରଭୁ ତୁମ୍ଭର ସଙ୍ଗୀ ହେବେ।


ହୋଇପାରେ, ପଚାଶ ଜଣ ଧାର୍ମିକ ମଧ୍ୟରୁ ପାଞ୍ଚ ଜଣ ଊଣା ଥିବେ; ସେହି ପାଞ୍ଚ ଜଣ ଊଣା ହେବା ସକାଶୁ କି ଆପଣ ସମସ୍ତ ନଗର ବିନଷ୍ଟ କରିବେ ?” ସଦାପ୍ରଭୁ କହିଲେ, “ଆମ୍ଭେ ପଞ୍ଚଚାଳିଶ ଜଣ ପାଇଲେ, ତାହା ବିନଷ୍ଟ କରିବା ନାହିଁ।”


ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି ।


ହେ ଭାଇମାନେ, ମୁଁ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ହେତୁ ଓ ଆତ୍ମାଙ୍କ ପ୍ରେମ ହେତୁ ମୋ' ନିମନ୍ତେ ଈଶ୍ୱରଙ୍କ ନିକଟରେ ମୋ' ସହିତ ଯତ୍ନ ସହକାରେ ପ୍ରାର୍ଥନା କରିବା ପାଇଁ ତୁମ୍ଭମାନଙ୍କୁ ବିନତି କରୁଅଛି,


ପରେ ସେ ତାହାଙ୍କୁ ଧରି କାରାଗାରରେ ନିକ୍ଷେପ କଲେ, ପୁଣି, ନିସ୍ତାର ପର୍ବ ଉତ୍ତାରେ ସେ ତାହାଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ନିମନ୍ତେ ମନସ୍ଥ କରି ପ୍ରତ୍ୟେକ ଦଳରେ ଚାରି ଜଣ ଲେଖାଏଁ ଥିବା ଚାରୋଟି ସେନାଦଳ ନିକଟରେ ତାହାଙ୍କୁ ଜଗିବା ପାଇଁ ସମର୍ପଣ କଲେ ।


ଯଦି ସେହିପରି ହୁଏ, ତେବେ ଆମ୍ଭେମାନେ ଯାହାଙ୍କର ସେବା କରୁ, ଆମ୍ଭମାନଙ୍କର ସେହି ପରମେଶ୍ୱର ଆମ୍ଭମାନଙ୍କୁ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରୁ ରକ୍ଷା କରିବାକୁ ସମର୍ଥ ଅଟନ୍ତି; ଆଉ ହେ ମହାରାଜ, ସେ ଆପଣଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତଥାପି ଆମ୍ଭେ ଯେପରି ଇସ୍ରାଏଲ ବଂଶ ପକ୍ଷରେ ଏହା ସଫଳ କରିବା, ଏଥିପାଇଁ ଆମ୍ଭ ନିକଟରେ ସେମାନଙ୍କୁ ପ୍ରାର୍ଥନା କରିବାକୁ ହେବ; ଆମ୍ଭେ ପଲପରି ସେମାନଙ୍କର ପୁରୁଷଗଣଙ୍କୁ ବୃଦ୍ଧି କରିବା।


ହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି, ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ନିବେଦନର ବିଷୟ ଏବେ ମୋତେ ଜଣାଇଅଛ; କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ।


ଆହୁରି, ବୃକ୍ଷର ମୂଳ-ଗଣ୍ଡି ଛାଡ଼ିବା ପାଇଁ ଆଜ୍ଞା ଦିଆ ଯିବାର ଅର୍ଥ ଏହି; ସ୍ୱର୍ଗ ହିଁ କର୍ତ୍ତୃତ୍ୱ କରଇ, ଏହା ଆପଣ ଜାଣିଲା ଉତ୍ତାରେ ଆପଣଙ୍କ ରାଜ୍ୟ ଆପଣଙ୍କ ପ୍ରତି ନିଶ୍ଚିତ ହେବ।


ତହିଁରେ ସେ ସେମାନଙ୍କୁ କହିଲେ, “ମୁଁ ଜଣେ ଏବ୍ରୀୟ; ପୁଣି, ଯେ ସମୁଦ୍ର ଓ ଶୁଷ୍କ ଭୂମିର ସୃଷ୍ଟି କରିଅଛନ୍ତି, ସେହି ସ୍ୱର୍ଗସ୍ଥ ପରମେଶ୍ୱର ସଦାପ୍ରଭୁଙ୍କୁ ମୁଁ ଭୟ କରେ।”


ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


Swiv nou:

Piblisite


Piblisite