Biblia Todo Logo
Bib sou entènèt

- Piblisite -




ଦାନିୟେଲ 2:26 - ଓଡିଆ ବାଇବେଲ

26 ରାଜା ସେହି ଦାନିୟେଲ, ଯାହାଙ୍କ ନାମ ବେଲ୍‍ଟଶତ୍ସର ଥିଲା, ତାଙ୍କୁ ଉତ୍ତର କରି କହିଲା, ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ତୁମ୍ଭେ କି ତାହା ଓ ତହିଁର ଅର୍ଥ ମୋତେ ଜଣାଇପାର ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ରାଜା ସେହି ଦାନିୟେଲ, ଯାହାଙ୍କ ନାମ ବେଲ୍ଟଶତ୍ସର ଥିଲା, ତାଙ୍କୁ ଉତ୍ତର କରି କହିଲା, ମୁଁ ଯେଉଁ ସ୍ଵପ୍ନ ଦେଖିଅଛି, ତୁମ୍ଭେ କି ତାହା ଓ ତହିଁର ଅର୍ଥ ମୋତେ ଜଣାଇପାର?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ରାଜା ସେହି ଦାନିୟେଲ, ଯାହାଙ୍କ ନାମ ବେଲ୍‍ଟଶତ୍ସର ଥିଲା, ତାଙ୍କୁ ଉତ୍ତର କରି କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ତୁମ୍ଭେ କି ତାହା ଓ ତହିଁର ଅର୍ଥ ମୋତେ ଜଣାଇପାର?”

Gade chapit la Kopi

ପବିତ୍ର ବାଇବଲ

26 ରାଜା ସେହି ଦାନିୟେଲଙ୍କୁ ପ୍ରଶ୍ନ କଲେ, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ତୁମ୍ଭେ କ’ଣ ସ୍ୱପ୍ନ ଓ ତାହାର ଅର୍ଥ ମୋତେ ଜଣାଇପାରିବ?”

Gade chapit la Kopi




ଦାନିୟେଲ 2:26
9 Referans Kwoze  

ପୁଣି, ନପୁଂସକାଧିପତି ସେମାନଙ୍କୁ ନାମ ଦେଲା; ସେ ଦାନିୟେଲଙ୍କୁ ବେଲ୍‍ଟଶତ୍ସର, ହନାନୀୟଙ୍କୁ ଶଦ୍ରକ୍‍, ମୀଶାୟେଲଙ୍କୁ ମୈଶକ୍‍ ଓ ଅସରୀୟକୁ ଅବେଦ୍‍ନଗୋ ନାମ ଦେଲା।


ମାତ୍ର ତୁମ୍ଭ ବିଷୟରେ ମୁଁ ଶୁଣିଅଛି ଯେ, ତୁମ୍ଭେ ଅର୍ଥ ପ୍ରକାଶ ଓ ସନ୍ଦେହ ଦୂର କରି ପାର; ଏବେ ତୁମ୍ଭେ ଯଦି ଏହି ଲେଖା ପାଠ କରି ତହିଁର ଅର୍ଥ ମୋତେ ଜଣାଇ ପାର, ତେବେ ତୁମ୍ଭେ ବାଇଗଣିଆ ବର୍ଣ୍ଣର ବସ୍ତ୍ରରେ ବସ୍ତ୍ରାନ୍ୱିତ ହେବ, ତୁମ୍ଭ କଣ୍ଠରେ ସୁବର୍ଣ୍ଣ ହାର ଦିଆଯିବ ଓ ତୁମ୍ଭେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।


କାରଣ ସେହି ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା, ଜ୍ଞାନ ଓ ବୁଦ୍ଧି, ସ୍ୱପ୍ନ ଅର୍ଥ କରିବାର ଓ ଗୂଢ଼ ବାକ୍ୟ ପ୍ରକାଶ କରିବାର ଓ ସନ୍ଦେହ ଭଞ୍ଜନ କରିବାର ଶକ୍ତି ଦେଖା ଯାଇଥିଲା, ରାଜା ତାଙ୍କୁ ବେଲ୍‍ଟଶତ୍ସର ନାମ ଦେଇଥିଲେ। ଏବେ ଦାନିୟେଲଙ୍କୁ ଡକାଯାଉ, ସେ ଅର୍ଥ ପ୍ରକାଶ କରିବେ।


ମାତ୍ର ଅବଶେଷରେ ମୋ’ ଦେବତାର ନାମାନୁସାରେ ବେଲ୍‍ଟଶତ୍ସର ନାମବିଶିଷ୍ଟ ଦାନିୟେଲ ମୋ’ ନିକଟକୁ ଆସିଲେ, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ମୁଁ ତାଙ୍କୁ ସ୍ୱପ୍ନଟି ଜଣାଇ କହିଲି,


ତହିଁରେ ଶାଉଲ ଦାଉଦଙ୍କୁ କହିଲେ, ତୁମ୍ଭେ ସେହି ପଲେଷ୍ଟୀୟ ବିରୁଦ୍ଧରେ ଯାଇ ତାହା ସଙ୍ଗେ ଯୁଦ୍ଧ କରି ପାରିବ ନାହିଁ; କାରଣ ତୁମ୍ଭେ ତ ଯୁବା, ମାତ୍ର ସେ ଯୌବନାବଧି ଯୋଦ୍ଧା।


ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭେ ଗୋଟିଏ ସ୍ୱପ୍ନ ଦେଖିଅଛୁ, କେହି ତହିଁର ଅର୍ଥ କରି ପାରୁ ନାହାନ୍ତି; ମାତ୍ର ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ, ଯେ ତୁମ୍ଭେ ସ୍ୱପ୍ନ ଶୁଣିଲେ, ତହିଁର ଅର୍ଥ କରି ପାର।”


ବାବିଲର ରାଜା ବେଲ୍‍ଶତ୍ସରର ରାଜତ୍ଵର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ; ତହୁଁ ସେ ସେହି ସ୍ୱପ୍ନ ଲେଖି କଥାର ସାର ପ୍ରକାଶ କଲେ।


Swiv nou:

Piblisite


Piblisite