Biblia Todo Logo
Bib sou entènèt

- Piblisite -




ଦାନିୟେଲ 2:5 - ଓଡିଆ ବାଇବେଲ

5 ରାଜା କଲ୍‍ଦୀୟମାନଙ୍କୁ ଉତ୍ତର ଦେଇ କହିଲା, ମୋ’ଠାରୁ କଥା ବାହାରି ଯାଇଅଛି; ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋତେ ନ ଜଣାଅ, ତେବେ ତୁମ୍ଭେମାନେ ଖଣ୍ଡ ଖଣ୍ଡ ହୋଇ କଟାଯିବ ଓ ତୁମ୍ଭମାନଙ୍କର ଗୃହ ଖତରାଶି କରାଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ରାଜା କଲ୍ଦୀୟମାନଙ୍କୁ ଉତ୍ତର ଦେଇ କହିଲା, ମୋʼଠାରୁ କଥା ବାହାରି ଯାଇଅଛି; ତୁମ୍ଭେମାନେ ଯେବେ ସେହି ସ୍ଵପ୍ନ ଓ ତହିଁର ଅର୍ଥ ମୋତେ ନ ଜଣାଅ, ତେବେ ତୁମ୍ଭେମାନେ ଖଣ୍ତ ଖଣ୍ତ ହୋଇ କଟାଯିବ ଓ ତୁମ୍ଭମାନଙ୍କର ଗୃହ ଖତରାଶି କରାଯିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ରାଜା କଲ୍‍ଦୀୟମାନଙ୍କୁ ଉତ୍ତର ଦେଇ କହିଲା, “ମୋʼ ଠାରୁ କଥା ବାହାରି ଯାଇଅଛି; ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋତେ ନ ଜଣାଅ, ତେବେ ତୁମ୍ଭେମାନେ ଖଣ୍ଡ ଖଣ୍ଡ ହୋଇ କଟାଯିବ ଓ ତୁମ୍ଭମାନଙ୍କର ଗୃହ ଖତରାଶି କରାଯିବ।

Gade chapit la Kopi

ପବିତ୍ର ବାଇବଲ

5 ରାଜା କ‌‌ଲ୍‌‌‌‌ଦୀୟମାନଙ୍କୁ କହିଲେ, “ମୁଁ ଯାହା ସପ୍ନ ଦେଖିଥିଲି, ସେ ବିଷୟରେ ତୁମ୍ଭେମାନେ ମୋତେ କହିବା ଉଚିତ୍। ଏବଂ ତା'ପରେ ତୁମ୍ଭେମାନେ ମୋତେ ଏହାର ଅର୍ଥ କହିବା ଉଚିତ୍। ଯଦି ତୁମ୍ଭେମାନେ ସ୍ୱପ୍ନ ବିଷୟରେ ବା ଏହାର ଅର୍ଥ ମୋତେ ନ କୁହ, ମୁଁ ତୁମ୍ଭମାନଙ୍କୁ ହତ୍ୟା କରିବାକୁ ଆଦେଶ ଦେବି। ଏବଂ ତୁମ୍ଭର ଗୃହସବୁ ଧୂଳିସାତ କରି ଖତରେ ପରିଣତ କରାଯିବ।

Gade chapit la Kopi




ଦାନିୟେଲ 2:5
10 Referans Kwoze  

ଏଥିପାଇଁ ମୁଁ ଏହି ଆଜ୍ଞା କରୁଅଛି ଯେ, ଯେଉଁ ପ୍ରତ୍ୟେକ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକ, ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପରମେଶ୍ୱରଙ୍କ ପ୍ରତିକୂଳରେ କୌଣସି ଭ୍ରାନ୍ତିର କଥା କହିବେ, ସେମାନେ ଖଣ୍ଡ ଖଣ୍ଡ ହୋଇ କଟା ଯିବେ ଓ ସେମାନଙ୍କର ଗୃହ ଖତ-ରାଶି ହେବ; କାରଣ ଏପ୍ରକାର ଉଦ୍ଧାର କରିବାକୁ ସମର୍ଥ ଆଉ କୌଣସି ଦେବତା ନାହିଁ।


“ଆହୁରି ମୁଁ ଆଜ୍ଞା କରୁଅଛି ଯେ , ‘ଯେକେହି ଏହି ବାକ୍ୟ ଅନ୍ୟଥା କରିବ, ତାହାର ଗୃହରୁ ଏକ କଡ଼ି ବାହାର କରାଯାଇ ସେହି କାଷ୍ଠରେ ସେ ବନ୍ଧା ହୋଇ ଟଙ୍ଗାଯାଉ; ପୁଣି, ତହିଁ ଲାଗି ତାହାର ଗୃହ ଖତରାଶି କରାଯାଉ।


ଆଉ ବାଲ୍‍ର ସ୍ତମ୍ଭ ଭାଙ୍ଗି ପକାଇଲେ ଓ ବାଲ୍‍ର ମନ୍ଦିର ଭାଙ୍ଗି ପକାଇ ତାକୁ ମଳଗୃହ କଲେ, ତାହା ଆଜି ପର୍ଯ୍ୟନ୍ତ ଅଛି।


ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି, ଉଦ୍ଧାର କରିବାକୁ କେହି ନ ଥିବ।


ଏହି କାରଣରୁ ରାଜା କ୍ରୁଦ୍ଧ ଓ ପ୍ରଚଣ୍ଡ କୋପାନ୍ୱିତ ହୋଇ ବାବିଲର ସକଳ ବିଦ୍ୱାନ୍‍ ଲୋକଙ୍କୁ ବଧ କରିବାକୁ ଆଜ୍ଞା ଦେଲା।


ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ।


ମାତ୍ର ଶାମୁୟେଲ କହିଲେ, ତୁମ୍ଭର ଖଡ୍ଗ ଯେପରି ସ୍ତ୍ରୀମାନଙ୍କୁ ସନ୍ତାନହୀନ କରିଅଛି, ସେପରି ସ୍ତ୍ରୀମାନଙ୍କ ମଧ୍ୟରେ ତୁମ୍ଭର ମାତା ସନ୍ତାନହୀନ ହେବ। ତହୁଁ ଶାମୁୟେଲ ଗିଲ୍‍ଗଲ୍‍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଅଗାଗକୁ ଖଣ୍ଡ ଖଣ୍ଡ କରି ହାଣିଲେ।


ଆଉ ତୁମ୍ଭେ ତହିଁର ଲୁଟିତ ଦ୍ରବ୍ୟସବୁ ତହିଁର ଛକ ମଧ୍ୟରେ ସଂଗ୍ରହ କରି ସେହି ନଗର ଓ ସେହି ସମସ୍ତ ଦ୍ରବ୍ୟ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବ, ପୁଣି ତାହା ଅନନ୍ତକାଳୀନ ଢିପି ହେବ; ତାହା ପୁନର୍ବାର ନିର୍ମିତ ହେବ ନାହିଁ।


ସେସମୟରେ ଯିହୋଶୂୟ ସେମାନଙ୍କୁ ଶପଥ କରାଇ କହିଲେ, ଯେକେହି ଉଠି ପୁନର୍ବାର ଏହି ଯିରୀହୋ ନଗର ନିର୍ମାଣ କରେ, ସେ ସଦାପ୍ରଭୁଙ୍କ ସାକ୍ଷାତରେ ଶାପଗ୍ରସ୍ତ ହେଉ; ସେ ଆପଣା ଜ୍ୟେଷ୍ଠପୁତ୍ରର ମୃତ୍ୟୁୁ ସହିତ ତହିଁର ଭିତ୍ତିମୂଳ ସ୍ଥାପନ କରିବ ଓ ଆପଣା କନିଷ୍ଠ ପୁତ୍ରର ମୃତ୍ୟୁୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କରିବ।


ହେ ମନ୍ତ୍ରବେତ୍ତାଗଣର ଅଧ୍ୟକ୍ଷ ବେଲ୍‍ଟଶତ୍ସର, ମୁଁ ଜାଣେ, ପବିତ୍ର ଦେବଗଣର ଆତ୍ମା ତୁମ୍ଭ ଅନ୍ତରେ ଅଛନ୍ତି ଓ କୌଣସି ନିଗୂଢ଼ ବାକ୍ୟ ତୁମ୍ଭ ପ୍ରତି କଷ୍ଟକର ହୁଏ ନାହିଁ, ଏଥିପାଇଁ ମୁଁ ସ୍ୱପ୍ନରେ ଯେଉଁ ଯେଉଁ ଦର୍ଶନ ପାଇଅଛି, ତାହା ଓ ତହିଁର ଅର୍ଥ ମୋତେ ଜଣାଅ।


Swiv nou:

Piblisite


Piblisite