Biblia Todo Logo
Bib sou entènèt

- Piblisite -




ଦାନିୟେଲ 3:7 - ଓଡିଆ ବାଇବେଲ

7 ଏହେତୁରୁ ଯେତେବେଳେ ସମସ୍ତ ଲୋକ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ ଓ ସବୁପ୍ରକାର ବାଦ୍ୟ ଶୁଣିଲେ, ସେତେବେଳେ ସମସ୍ତ ଲୋକ, ଗୋଷ୍ଠୀୟ ବର୍ଗ ଓ ଭାଷାବାଦୀମାନେ ରାଜା ନବୂଖଦ୍‍ନିତ୍ସରର ସ୍ଥାପିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏହେତୁରୁ ଯେତେବେଳେ ସମସ୍ତ ଲୋକ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ ଓ ସବୁପ୍ରକାର ବାଦ୍ୟ ଶୁଣିଲେ, ସେତେବେଳେ ସମସ୍ତ ଲୋକ, ଗୋଷ୍ଠୀୟ ବର୍ଗ ଓ ଭାଷାବାଦୀମାନେ ରାଜା ନବୂଖଦ୍ନିତ୍ସରର ସ୍ଥାପିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏହେତୁରୁ ଯେତେବେଳେ ସମସ୍ତ ଲୋକ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ ଓ ସବୁ ପ୍ରକାର ବାଦ୍ୟ ଶୁଣିଲେ, ସେତେବେଳେ ସମସ୍ତ ଲୋକ, ଗୋଷ୍ଠୀୟ ବର୍ଗ ଓ ଭାଷାବାଦୀମାନେ ରାଜା ନବୂଖଦ୍‍ନିତ୍ସରର ସ୍ଥାପିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କଲେ।

Gade chapit la Kopi

ପବିତ୍ର ବାଇବଲ

7 ଏଣୁ ଯେତେବେଳେ ସମସ୍ତ ଲୋକ ତୂରୀ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ ଓ ସବୁପ୍ରକାର ବାଦ୍ୟ ଶୁଣିଲେ ସେତେବେଳେ ସମସ୍ତ ଲୋକ, ଗୋଷ୍ଠୀବର୍ଗ ଓ ଭାଷାବାଦୀମାନେ ରାଜା ନବୂଖ‌ଦ୍‌ନିତ୍ସରଙ୍କ ସ୍ଥାପିତ ପ୍ରତିମା ସମ୍ମୁଖରେ ମୁଣ୍ତ ନୁଆଁଇ ପ୍ରଣାମ କଲେ।

Gade chapit la Kopi




ଦାନିୟେଲ 3:7
15 Referans Kwoze  

ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ ।


ସେହି ଯେଉଁ ପଶୁକୁ ତୁମ୍ଭେ ଦେଖିଲ, ତାହା ଥିଲା, ଏବେ ନାହିଁ, ପୁଣି, ତାହା ପାତାଳକୁଣ୍ଡରୁ ଉଠି ବିନାଶ ପାଇବ। ସେଥିରେ ପୃଥିବୀନିବାସୀ ଯେତେ ଲୋକଙ୍କ ନାମ ଜଗତର ପତ୍ତନାବଧି ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ସେମାନେ ଯେତେବେଳେ ସେହି ପଶୁକୁ ଦେଖିବେ ଯେ ତାହା ଥିଲା, ଏବେ ନାହିଁ ପରେ ଆସିବ, ସେତେବେଳେ ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହେବେ ।


ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ ।


ଜଗତର ସୃଷ୍ଟି ଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ (ପଶୁକୁ) ପ୍ରଣାମ କରିବେ ।


ତାହାର ମସ୍ତକଗୁଡ଼ାକ ମଧ୍ୟରୁ ଗୋଟାଏ ଯେପରି ସାଂଘାତିକ ଆଘାତ ପ୍ରାପ୍ତ ହୋଇଥିଲା, ଆଉ ତାହାର ସେହି ମୃତ୍ୟୁଜନକ କ୍ଷତ ସୁସ୍ଥ ହେଲା, ପୁଣି, ସମସ୍ତ ପୃଥିବୀ ସେହି ପଶୁ ବିଷୟରେ ଆଶ୍ଚର୍ଯ୍ୟାନ୍ୱିତ ହୋଇ ତାହାର ଅନୁଗମନ କଲେ,


ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା ।


ଆମ୍ଭେମାନେ ଯେ ଈଶ୍ୱରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ ।


ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକୁ ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ପାଗଳ ହୋଇଅଛନ୍ତି।


ସେ ଅତୀତ ପୁରୁଷପରମ୍ପରାରେ ସମସ୍ତ ଜାତିର ଲୋକଙ୍କୁ ଆପଣା ଆପଣା ପଥରେ ଚାଲିବାକୁ ଛାଡ଼ିଦେଇଥିଲେ ।


ସେତେବେଳେ ରାଜା ନବୂଖଦ୍‍ନିତ୍ସର ମୁହଁ ମାଡ଼ି ପଡ଼ି ଦାନିୟେଲଙ୍କୁ ପ୍ରଣାମ କଲା ଓ ଲୋକମାନେ ଯେପରି ତାଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଓ ସୁଗନ୍ଧି ଧୂପ ଉତ୍ସର୍ଗ କରିବେ, ଏହା ଆଜ୍ଞା କଲା।


ତହୁଁ ଘୋଷକ ଉଚ୍ଚସ୍ୱରରେ କହିଲା, ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ନାନା ଭାଷାବାଦୀଗଣ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆ ଯାଉଅଛି,


ଯେଉଁ ସମୟରେ ତୁମ୍ଭେମାନେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ ଓ ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେତେବେଳେ ତୁମ୍ଭେମାନେ ରାଜା ନବୂଖଦ୍‍ନିତ୍ସରଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମା ସମ୍ମୁଖରେ ଉବୁଡ଼ ହୋଇ ପ୍ରଣାମ କରିବ।


ପୁଣି, ଯେକୌଣସି ଲୋକ ମୁହଁ ମାଡ଼ି ପ୍ରଣାମ ନ କରିବ, ସେ ସେହି ଦଣ୍ଡରେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ।


ଏଥିପାଇଁ ସେହି ସମୟରେ କେତେକ କଲ୍‍ଦୀୟ ଲୋକ ନିକଟକୁ ଆସି ଯିହୁଦୀୟ ଲୋକମାନଙ୍କ ବିରୁଦ୍ଧରେ ଅପବାଦ ଆଣିଲେ।


ହେ ମହାରାଜ, ଆପଣ ଆଜ୍ଞା କରିଅଛନ୍ତି ଯେ, ଯେକେହି ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେ ଉବୁଡ଼ ହୋଇ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବ;


Swiv nou:

Piblisite


Piblisite