Biblia Todo Logo
Bib sou entènèt

- Piblisite -




ଦାନିୟେଲ 4:14 - ଓଡିଆ ବାଇବେଲ

14 ସେ ଉଚ୍ଚସ୍ୱର କରି ଏହି କଥା କହିଲେ, ଏହି ବୃକ୍ଷକୁ ଛେଦନ କର ଓ ତହିଁର ଶାଖାସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡ଼ି ପକାଅ ଓ ଫଳସବୁ ବିଞ୍ଚିଦିଅ; ତହିଁର ତଳୁ ପଶୁମାନେ, ତହିଁର ଡାଳରୁ ପକ୍ଷୀମାନେ ପଳାଇ ଯାଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେ ଉଚ୍ଚସ୍ଵର କରି ଏହି କଥା କହିଲେ, ଏହି ବୃକ୍ଷକୁ ଛେଦନ କର ଓ ତହିଁର ଶାଖାସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡ଼ି ପକାଅ ଓ ଫଳସବୁ ବିଞ୍ଚିଦିଅ; ତହିଁର ତଳୁ ପଶୁମାନେ, ତହିଁର ଡାଳରୁ ପକ୍ଷୀମାନେ ପଳାଇ ଯାଉନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେ ଉଚ୍ଚସ୍ୱର କରି ଏହି କଥା କହିଲେ, ‘ଏହି ବୃକ୍ଷକୁ ଛେଦନ କର ଓ ତହିଁର ଶାଖାସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡ଼ି ପକାଅ ଓ ଫଳସବୁ ବିଞ୍ଚି ଦିଅ; ତହିଁର ତଳୁ ପଶୁମାନେ, ତହିଁର ଡାଳରୁ ପକ୍ଷୀମାନେ ପଳାଇ ଯାଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ

14 ସେ ଉଚ୍ଚସ୍ୱରରେ କହିଲେ, ‘ଏହି ବୃକ୍ଷକୁ ଛେଦନ କର। ତହିଁର ଶାଖା ସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡ଼ି ଦିଅ ଓ ଫଳଗୁଡ଼ିକୁ ବିଞ୍ଚି ଦିଅ। ତାହାର ତଳେଥିବା ପଶୁମାନେ ଓ ଶାଖାରେ ଥିବା ପକ୍ଷୀମାନେ ପଳାଇ ଯାଆନ୍ତୁ।

Gade chapit la Kopi




ଦାନିୟେଲ 4:14
19 Referans Kwoze  

ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ ।


ପୁଣି, ଆପଣ ଯେ ଦେଖିଲେ, ସ୍ୱର୍ଗରୁ ଏକ ପ୍ରହରୀ ଓ ପବିତ୍ର ପୁରୁଷ ଓହ୍ଲାଇ ଆସି କହିଲେ, ଏ ବୃକ୍ଷକୁ ଛେଦନ କରି ବିନଷ୍ଟ କର; ତଥାପି ଭୂମିରେ ତହିଁର ମୂଳ ଗଣ୍ଡିକୁ ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ; ଆଉ, ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ କାଳ ବହି ଯିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣର ସହିତ ତାହାର ଅଂଶ ହେଉ।


ଆଉ, ଏବେ ସୁଦ୍ଧା ଗଛଗୁଡ଼ାକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ ।


ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯାଏ ।


ତହିଁର ପତ୍ରମାନ ସୁନ୍ଦର ଓ ତହିଁର ଫଳ ଅନେକ ଥିଲା, ଆଉ ତହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା। କ୍ଷେତ୍ରସ୍ଥ ପଶୁଗଣ ତହିଁର ତଳେ ଛାୟା ପାଇଲେ ଓ ଆକାଶସ୍ଥ ପକ୍ଷୀଗଣ ତହିଁର ଶାଖାମାନରେ ବାସ କଲେ ଓ ସମସ୍ତ ପ୍ରାଣୀ ତହିଁରୁ ଖାଦ୍ୟ ପାଇଲେ।


ତହୁଁ ଘୋଷକ ଉଚ୍ଚସ୍ୱରରେ କହିଲା, ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ନାନା ଭାଷାବାଦୀଗଣ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆ ଯାଉଅଛି,


ସେ ମହା ଶଦ୍ଦ କରି ଉଚ୍ଚ ସ୍ଵରରେ କହିଲେ, ମହାନଗରୀ ବାବିଲ୍ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ ପୁଣି, ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟସ୍ଥାନ ହୋଇଅଛି ।


ସେ ଡାକ ପକାନ୍ତେ ସପ୍ତ ମେଘଗର୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କଲେ ।


ମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା,


ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ଡ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି।


ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ।


ଗର୍ଭ ତାହାକୁ ପାସୋରି ଯିବ; କୀଟ ସୁସ୍ୱାଦୁ ଭକ୍ଷ୍ୟ ପରି ତାହାକୁ ଖାଇବ, ସେ ଆଉ ସ୍ମରଣ କରାଯିବ ନାହିଁ; ପୁଣି, ଅଧର୍ମ ବୃକ୍ଷ ପରି ଭଙ୍ଗା ଯିବ।


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ସେ ବୃକ୍ଷ ଦୀର୍ଘତାରେ ଉଚ୍ଚୀକୃତ ହୋଇଅଛି ଓ ଗହଳିଆ ଡାଳସମୂହ ମଧ୍ୟରେ ସେ ଆପଣା ଶିଖର ରଖିଅଛି, ଆଉ ଆପଣାର ଉଚ୍ଚତାରେ ତାହାର ଅନ୍ତଃକରଣ ଗର୍ବିତ ହୋଇଅଛି,


‘ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ।


ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି;


ବାର ମାସର ଶେଷରେ ସେ ବାବିଲର ରାଜ- ପ୍ରାସାଦରେ ବୁଲୁଥିଲା।


ପୁଣି, ସେ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି।


Swiv nou:

Piblisite


Piblisite