Biblia Todo Logo
Bib sou entènèt

- Piblisite -




ଦାନିୟେଲ 4:16 - ଓଡିଆ ବାଇବେଲ

16 ତାହାର ମାନବ ହୃଦୟ ପରିବର୍ତ୍ତିତ ହେଉ ଓ ତାହାକୁ ପଶୁର ହୃଦୟ ଦତ୍ତ ହେଉ ଆଉ, ତାହା ଉପରେ ସାତ କାଳ ବହିଯାଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତାହାର ମାନବ ହୃଦୟ ପରିବର୍ତ୍ତିତ ହେଉ ଓ ତାହାକୁ ପଶୁର ହୃଦୟ ଦତ୍ତ ହେଉ; ଆଉ, ତାହା ଉପରେ ସାତ କାଳ ବହିଯାଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତାହାର ମାନବ ହୃଦୟ ପରିବର୍ତ୍ତିତ ହେଉ ଓ ତାହାକୁ ପଶୁର ହୃଦୟ ଦତ୍ତ ହେଉ ଆଉ, ତାହା ଉପରେ ସାତ କାଳ ବହିଯାଉ।

Gade chapit la Kopi

ପବିତ୍ର ବାଇବଲ

16 ତାହା ମାନବ ହୃଦୟ ନ ହେଉ ଓ ସେ ପଶୁ ହୃଦୟ ପ୍ରାପ୍ତ ହେଉ। ଆଉ ତାହା ଉପରେ ସାତ ବର୍ଷ ଅତିବାହିତ ହୋଇ ଯାଉ।’

Gade chapit la Kopi




ଦାନିୟେଲ 4:16
13 Referans Kwoze  

ପୁଣି, ଆପଣ ଯେ ଦେଖିଲେ, ସ୍ୱର୍ଗରୁ ଏକ ପ୍ରହରୀ ଓ ପବିତ୍ର ପୁରୁଷ ଓହ୍ଲାଇ ଆସି କହିଲେ, ଏ ବୃକ୍ଷକୁ ଛେଦନ କରି ବିନଷ୍ଟ କର; ତଥାପି ଭୂମିରେ ତହିଁର ମୂଳ ଗଣ୍ଡିକୁ ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ; ଆଉ, ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ କାଳ ବହି ଯିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣର ସହିତ ତାହାର ଅଂଶ ହେଉ।


ସେଥିରେ ସେହି ସ୍ତ୍ରୀଲୋକ ଯେପରି ସର୍ପର ମୁଖରୁ ରକ୍ଷା ପାଇ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ପ୍ରତିପାଳିତ ହୁଅନ୍ତି, ଏଥି ନିମନ୍ତେ ପ୍ରାନ୍ତରସ୍ଥ ଆପଣା ସ୍ଥାନକୁ ଉଡ଼ିଯିଵା ପାଇଁ ତାହାଙ୍କୁ ବୃହତ୍ ଉତ୍କ୍ରୋଷ ପକ୍ଷୀର ଦୁଇଟି ଡେଣା ଦିଆ ହେଲା ।


ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।


ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।”


"ସେହି ସବୁ ବିନଷ୍ଟ ହେବ, କିନ୍ତୁ ତୁମ୍ଭେ ଚିରସ୍ଥାୟୀ; ଆଉ ସେହି ସବୁ ବସ୍ତ୍ର ପରି କ୍ଷୟ ପାଇଯିବ,''


ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଏହା ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ।


ଆଉ, ଉତ୍ତର ଦେଶର ରାଜା ଫେରି ପୂର୍ବ ଅପେକ୍ଷା ଏକ ବୃହତ୍‍ ଜନତା ସଂଗ୍ରହ କରିବ; ପୁଣି ସେ, କାଳର ଅର୍ଥାତ୍‍, ବର୍ଷମାନର ଶେଷରେ ମହାସୈନ୍ୟ ଓ ଅପାର ସାମଗ୍ରୀ ନେଇ ଆସିବ।


ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।


ତହିଁରେ ରାଜା ସେହି କୂଶୀୟଙ୍କୁ ପଚାରିଲେ, “ସେହି ଯୁବା ଲୋକ ଅବଶାଲୋମର ମଙ୍ଗଳ ତ ?” ତହିଁରେ କୂଶୀୟ ଉତ୍ତର କଲା, “ମୋ’ ପ୍ରଭୁ ମହାରାଜଙ୍କ ଶତ୍ରୁଗଣ ଓ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠନ୍ତି, ସେମାନେ ସମସ୍ତେ ସେହି ଯୁବା ଲୋକ ପରି ହେଉନ୍ତୁ।”


ଏଠାରେ ବୃତ୍ତାନ୍ତର ଶେଷ ମୁଁ ଦାନିୟେଲ, ମୋର ଭାବନା ମୋତେ ଉଦ୍‍ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା, ମାତ୍ର ମୁଁ ସେ କଥା ଆପଣା ମନରେ ରଖିଲି।”


Swiv nou:

Piblisite


Piblisite