Biblia Todo Logo
Bib sou entènèt

- Piblisite -




ଦାନିୟେଲ 4:19 - ଓଡିଆ ବାଇବେଲ

19 ତହିଁରେ ବେଲ୍‍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, ହେ ବେଲ୍‍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ। ବେଲ୍‍ଟଶତ୍ସର ଉତ୍ତର କରି କହିଲେ, ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତହିଁରେ ବେଲ୍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, ହେ ବେଲ୍ଟଶତ୍ସର, ସେହି ସ୍ଵପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ। ବେଲ୍ଟଶତ୍ସର ଉତ୍ତର କରି କହିଲେ, ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ଵପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତହିଁରେ ବେଲ୍‍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେଲ୍‍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ।” ବେଲ୍‍ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ।

Gade chapit la Kopi

ପବିତ୍ର ବାଇବଲ

19 ତହିଁରେ ବେ‌‌ଲ୍‌‌‌‌ଟଶତ୍ସର ନାମକ ଦାନିୟେଲ କିଛିକ୍ଷଣ ଅବାକ୍ ହୋଇ ରହିଲେ। ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେ‌‌ଲ୍‌‌‌‌ଟଶତ୍ସର ସେହି ସ୍ୱପ୍ନ କିମ୍ବା ତାହାର ଅର୍ଥ ତୁମ୍ଭକୁ ବ୍ୟାକୁଳିତ ନ କରୁ।” ବେ‌‌ଲ୍‌‌‌‌ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ମହାଶୟ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତାହାର ଅର୍ଥ ଘଟୁ।

Gade chapit la Kopi




ଦାନିୟେଲ 4:19
27 Referans Kwoze  

ଏଥିଉତ୍ତାରେ ମୁଁ ଦାନିୟେଲ କ୍ଳାନ୍ତ ହେଲି ଓ ଅନେକ ଦିନ ପର୍ଯ୍ୟନ୍ତ ପୀଡ଼ିତ ହେଲି; ତହିଁ ଉତ୍ତାରେ ମୁଁ ଉଠି ରାଜକାର୍ଯ୍ୟ କଲି; ଆଉ, ମୁଁ ସେହି ଦର୍ଶନରେ ଚମତ୍କୃତ ହେଲି, ମାତ୍ର କେହି ସେ ଦର୍ଶନ ବୁଝିଲେ ନାହିଁ।


ଏଠାରେ ବୃତ୍ତାନ୍ତର ଶେଷ ମୁଁ ଦାନିୟେଲ, ମୋର ଭାବନା ମୋତେ ଉଦ୍‍ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା, ମାତ୍ର ମୁଁ ସେ କଥା ଆପଣା ମନରେ ରଖିଲି।”


ହେ ମହାରାଜ, ଏହାର ଅର୍ଥ ଏହି, ଆଉ ମୋର ପ୍ରଭୁ ମହାରାଜାଙ୍କ ବିଷୟରେ ସର୍ବୋପରିସ୍ଥଙ୍କର ନିରୂପଣ ଏହି।


ହାୟ, ମୋହର ପ୍ରାଣ ! ମୋହର ପ୍ରାଣ ! ମୁଁ ହୃଦୟରେ ବ୍ୟଥିତ ଅଛି; ମୋର ହୃଦୟ ମୋ’ ମଧ୍ୟରେ ଅସ୍ଥିର ହେଉଅଛି; ମୁଁ ନୀରବ ରହି ନ ପାରେ; କାରଣ ହେ ମୋହର ପ୍ରାଣ, ତୁମ୍ଭେ ତୂରୀଶବ୍ଦ ଓ ଯୁଦ୍ଧର ନାଦ ଶୁଣିଅଛ।


ତେବେ ସେ ପଚାରିଲେ, ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ ? ବିନୟ କରୁଅଛି, ମୋ’ଠାରୁ ତାହା ଗୁପ୍ତ ନ କର; ସେ ଯେସମସ୍ତ କଥା କହିଅଛନ୍ତି, ତହିଁରୁ କୌଣସି କଥା ତୁମ୍ଭେ ମୋ’ଠାରୁ ଗୁପ୍ତ କଲେ, ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ତୁମ୍ଭକୁ ଦେଉନ୍ତୁ।


ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ; ପ୍ରଚଣ୍ଡ ଜଳରାଶି ବହିଗଲା; ବାରିଧି ଆପଣା ରବ ଶୁଣାଇଲା ଓ ଆପଣା ହସ୍ତ ଉଚ୍ଚକୁ ଉଠାଇଲା।


ମୁଁ ଦାନିୟେଲ, ମୋର ଆତ୍ମା ମୋର ଶରୀର ମଧ୍ୟରେ ଶୋକାନ୍ୱିତ ହେଲା ଓ ମୋର ମାନସିକ ଦର୍ଶନ ମୋତେ ଉଦ୍‍ବିଗ୍ନ କଲା।


କାରଣ ସେହି ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା, ଜ୍ଞାନ ଓ ବୁଦ୍ଧି, ସ୍ୱପ୍ନ ଅର୍ଥ କରିବାର ଓ ଗୂଢ଼ ବାକ୍ୟ ପ୍ରକାଶ କରିବାର ଓ ସନ୍ଦେହ ଭଞ୍ଜନ କରିବାର ଶକ୍ତି ଦେଖା ଯାଇଥିଲା, ରାଜା ତାଙ୍କୁ ବେଲ୍‍ଟଶତ୍ସର ନାମ ଦେଇଥିଲେ। ଏବେ ଦାନିୟେଲଙ୍କୁ ଡକାଯାଉ, ସେ ଅର୍ଥ ପ୍ରକାଶ କରିବେ।


ରାଜା ସେହି ଦାନିୟେଲ, ଯାହାଙ୍କ ନାମ ବେଲ୍‍ଟଶତ୍ସର ଥିଲା, ତାଙ୍କୁ ଉତ୍ତର କରି କହିଲା, ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ତୁମ୍ଭେ କି ତାହା ଓ ତହିଁର ଅର୍ଥ ମୋତେ ଜଣାଇପାର ?


ପୁଣି, ନପୁଂସକାଧିପତି ସେମାନଙ୍କୁ ନାମ ଦେଲା; ସେ ଦାନିୟେଲଙ୍କୁ ବେଲ୍‍ଟଶତ୍ସର, ହନାନୀୟଙ୍କୁ ଶଦ୍ରକ୍‍, ମୀଶାୟେଲଙ୍କୁ ମୈଶକ୍‍ ଓ ଅସରୀୟକୁ ଅବେଦ୍‍ନଗୋ ନାମ ଦେଲା।


ପୁଣି, ଆମ୍ଭେ ଯେଉଁ ନଗରରେ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ତହିଁର ଶାନ୍ତି ଚେଷ୍ଟା କର ଓ ତହିଁ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, କାରଣ ତହିଁର ଶାନ୍ତିରେ ତୁମ୍ଭମାନଙ୍କର ଶାନ୍ତି ହେବ।’”


ଓବଦୀୟ ପଥରେ ଯାଉ ଯାଉ ଦେଖ, ଏଲୀୟ ତାହାକୁ ଭେଟିଲେ; ତହୁଁ ଓବଦୀୟ ତାଙ୍କୁ ଚିହ୍ନି ମୁହଁ ମାଡ଼ି ପଡ଼ି କହିଲା, “ଆପଣ କ’ଣ ମୋ’ ପ୍ରଭୁ ଏଲୀୟ ?”


ଏଥିରେ ଦାଉଦ ଅବ୍‍ନରକୁ କହିଲେ, ତୁମ୍ଭେ କି ଜଣେ ପୁରୁଷ ନୁହଁ ? ଇସ୍ରାଏଲ ମଧ୍ୟରେ ତୁମ୍ଭ ପରି କିଏ ଅଛି ? ତେବେ ତୁମ୍ଭେ କାହିଁକି ଆପଣା ପ୍ରଭୁ ରାଜାଙ୍କୁ ଜଗି ରହିଲ ନାହିଁ ? କାରଣ ତୁମ୍ଭ ପ୍ରଭୁ ରାଜାଙ୍କୁ ବିନାଶ କରିବା ପାଇଁ ଲୋକମାନଙ୍କ ମଧ୍ୟରୁ ଜଣେ ଆସିଥିଲା।


ଦାଉଦ ମଧ୍ୟ ତହିଁ ଉତ୍ତାରେ ଉଠି ଗୁମ୍ଫାରୁ ବାହାରକୁ ଗଲେ ଓ ଶାଉଲଙ୍କର ପଛେ ଡାକି କହିଲେ, ହେ ମୋହର ପ୍ରଭୁ, ମହାରାଜ। ତହିଁରେ ଶାଉଲ ଆପଣା ପଛକୁ ଅନାନ୍ତେ, ଦାଉଦ ଭୂମିଷ୍ଠ ହୋଇ ପ୍ରଣାମ କଲେ।


ଏଥିରେ ହାନ୍ନା ଉତ୍ତର ଦେଇ କହିଲା, ନା, ମୋହର ପ୍ରଭୁ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି।


ତଥାପି ଏବେ, ତୁମ୍ଭେ ଯଦି ସେମାନଙ୍କର ପାପ କ୍ଷମା କରିବ; କିନ୍ତୁ ଯଦି ନ କରିବ, ତେବେ ମୁଁ ବିନୟ କରୁଅଛି, ତୁମ୍ଭର ଲିଖିତ ପୁସ୍ତକରୁ ମୋହର ନାମ କାଟି ପକାଅ।”


ତେବେ ତୁମ୍ଭେ ଉତ୍ତର ଦେବ, ଏହି ସମସ୍ତ ଆପଣଙ୍କ ଦାସ ଯାକୁବଙ୍କର, ଏହିସବୁ ଭେଟି ଆମ୍ଭ ପ୍ରଭୁ ଏଷୌଙ୍କ ନିମନ୍ତେ ପ୍ରେରିତ; ଦେଖନ୍ତୁ, ସେ ମଧ୍ୟ ପଛେ ପଛେ ଆସୁଅଛନ୍ତି।”


ସେତେବେଳେ ରାହେଲ ପିତାକୁ କହିଲା, “ମୁଁ ଆପଣଙ୍କ ଛାମୁରେ ଉଠି ପାରିଲି ନାହିଁ ବୋଲି ମୋହର ପ୍ରଭୁ କ୍ରୋଧ ନ କରନ୍ତୁ, କାରଣ ମୁଁ ସ୍ତ୍ରୀଧର୍ମିଣୀ ହୋଇଅଛି।” ଏହିରୂପେ ସେ ଅନ୍ୱେଷଣ କଲେ ହେଁ ଠାକୁରମାନଙ୍କୁ ପାଇଲା ନାହିଁ।


ତହିଁରେ ଯୋଷେଫ ତାହାକୁ କହିଲେ, “ଏଥିର ଅର୍ଥ ଏହି; ସେହି ତିନି ଶାଖାରେ ତିନି ଦିନ ବୁଝାଏ।”


ହେ ମହାରାଜ, ଆପଣ ରାଜାଧିରାଜ; ସ୍ୱର୍ଗସ୍ଥ ପରମେଶ୍ୱର ଆପଣଙ୍କୁ ରାଜ୍ୟ, ପରାକ୍ରମ, କ୍ଷମତା ଓ ମହିମା ଦେଇଅଛନ୍ତି।


ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍‍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;


ଆଉ, ସେ ତାଙ୍କୁ ଏପରି ମହିମା ଦେବାରୁ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ; ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ବଧ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଜୀବିତ ରଖିଲେ; ପୁଣି, ଯାହାକୁ ତାଙ୍କର ଇଚ୍ଛା, ସେ ତାହାକୁ ଉନ୍ନତ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଅବନତ କଲେ।


Swiv nou:

Piblisite


Piblisite