Biblia Todo Logo
Bib sou entènèt

- Piblisite -




ଦାନିୟେଲ 5:1 - ଓଡିଆ ବାଇବେଲ

1 ରାଜା ବେଲ୍‍ଶତ୍ସର ଆପଣାର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହାଭୋଜ ପ୍ରସ୍ତୁତ କଲା ଓ ସେହି ସହସ୍ରଙ୍କ ସାକ୍ଷାତରେ ଦ୍ରାକ୍ଷାରସ ପାନ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ରାଜା ବେଲ୍ଶତ୍ସର ଆପଣାର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହାଭୋଜ ପ୍ରସ୍ତୁତ କଲା ଓ ସେହି ସହସ୍ରଙ୍କ ସାକ୍ଷାତରେ ଦ୍ରାକ୍ଷାରସ ପାନ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ରାଜା ବେଲ୍‍ଶତ୍ସର ଆପଣାର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହାଭୋଜ ପ୍ରସ୍ତୁତ କଲା ଓ ସେହି ସହସ୍ରଙ୍କ ସାକ୍ଷାତରେ ଦ୍ରାକ୍ଷାରସ ପାନ କଲା।

Gade chapit la Kopi

ପବିତ୍ର ବାଇବଲ

1 ରାଜା ବେ‌‌ଲ୍‌‌‌‌ଶତ୍ସର ନିଜର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହା ଭୋଜି ପ୍ରସ୍ତୁତ କଲେ। ଆଉ ସେ ସହସ୍ରଙ୍କ ମଧ୍ୟରେ ରାଜା ଦ୍ରାକ୍ଷାରସ ପାନ କଲେ।

Gade chapit la Kopi




ଦାନିୟେଲ 5:1
11 Referans Kwoze  

ଆପଣା ରାଜତ୍ଵର ତୃତୀୟ ବର୍ଷରେ ଆପଣା ସକଳ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ; ତହିଁରେ ପାରସ୍ୟ ଓ ମାଦୀୟା ଦେଶର ବିକ୍ରମୀ ଲୋକମାନେ ପୁଣି କୁଳୀନ ଓ ପ୍ରଦେଶାଧିପତିମାନେ ତାହାର ସାକ୍ଷାତରେ ଉପସ୍ଥିତ ହେଲେ।


ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ୱୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ହେବ ନାହିଁ, ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି।


ପୁଣି, ସେହି ଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ;


କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।


ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ” ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ।


ସଦାପ୍ରଭୁ କହନ୍ତି, “ସେମାନେ ଉତ୍ତପ୍ତ ହେଲା ଉତ୍ତାରେ ଆମ୍ଭେ ସେମାନଙ୍କର ଭୋଜ ପ୍ରସ୍ତୁତ କରିବା, ପୁଣି ସେମାନେ ଯେପରି ଆହ୍ଳାଦିତ ହେବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ମତ୍ତ କରିବା, ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ।


ଏଥିଉତ୍ତାରେ ତୃତୀୟ ଦିନରେ ଫାରୋଙ୍କର ଜନ୍ମଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜ ପ୍ରସ୍ତୁତ କଲେ। ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ର ବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ।


ସଦାପ୍ରଭୁ କହନ୍ତି, “କଲ୍‍ଦୀୟମାନଙ୍କ ଉପରେ, ବାବିଲ ନିବାସୀମାନଙ୍କ ଉପରେ, ତାହାର ଅଧିପତିମାନଙ୍କ ଓ ଜ୍ଞାନୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି।


ସେହି ରାତ୍ରିରେ କଲ୍‍ଦୀୟମାନଙ୍କର ରାଜା ବେଲ୍‍ଶତ୍ସର ବଧ କରାଗଲା।


Swiv nou:

Piblisite


Piblisite