Biblia Todo Logo
Bib sou entènèt

- Piblisite -




ଦାନିୟେଲ 5:2 - ଓଡିଆ ବାଇବେଲ

2 ପୁଣି, ତାହାର ପିତା ନବୂଖଦ୍‍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍‍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ତାହାର ପିତା ନବୂଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପନିୀଗଣ ଓ ଉପପନିୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍ଶତ୍ସର ଦ୍ରାକ୍ଷାରସ ଆସ୍ଵାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ତାହାର ପିତା ନବୂଖଦ୍‍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍‍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା।

Gade chapit la Kopi

ପବିତ୍ର ବାଇବଲ

2 ବେ‌‌ଲ୍‌‌‌‌ଶତ୍ସର ଦ୍ରାକ୍ଷାରସ ପାନ କରୁଥିବା ବେଳେ ତାଙ୍କର ପିତା ନବୂଖ‌ଦ୍‌ନିତ୍ସର। ଯିରୁଶାଲମସ୍ଥ ମନ୍ଦିରରୁ ଅପହରଣ କରି ଆଣିଥିବା ସୁନା ଓ ରୂପାରେ ପାତ୍ରଗୁଡ଼ିକୁ ଆଣିବାକୁ ତାଙ୍କ ଲୋକମାନଙ୍କୁ ଆଦେଶ କଲେ। ସେ ଗ୍ଭହୁଁଥିଲେ ସେଥିରେ ସେ, ତାଙ୍କର ଅମାତ୍ୟଗଣ, ତାଙ୍କର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ।

Gade chapit la Kopi




ଦାନିୟେଲ 5:2
23 Referans Kwoze  

ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମ୍‍କୁ ଓ ପରମେଶ୍ୱରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶରେ ଥିବା ଆପଣା ଦେବ ମନ୍ଦିରକୁ ସେହିସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ଡାର ଗୃହରେ ରଖିଲା।


ଆଉ ନବୂଖଦ୍‍ନିତ୍ସର ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ସେସ୍ଥାନରୁ ସଦାପ୍ରଭୁଙ୍କ ଗୃହର ସମସ୍ତ ଧନ ଓ ରାଜଗୃହର ଧନ ନେଇଗଲା ଓ ଇସ୍ରାଏଲର ରାଜା ଶଲୋମନ ସଦାପ୍ରଭୁଙ୍କ ମନ୍ଦିରରେ ଯେସକଳ ସ୍ୱର୍ଣ୍ଣମୟ ପାତ୍ର ନିର୍ମାଣ କରିଥିଲେ, ତାହାସବୁ ଖଣ୍ଡ ଖଣ୍ଡ କରି କାଟି ପକାଇଲା।


ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯା’ନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହିସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।


ଆଉ ପ୍ରହରୀବର୍ଗର ସେନାପତି ଅଙ୍ଗାରଧାନୀ ଓ କୁଣ୍ଡସବୁ, ଯାହା ସୁନାର ଥିଲା, ତାହା ସୁନା କରି, ପୁଣି ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।


ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍‍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;


ତହୁଁ ଦାନିୟେଲଙ୍କୁ ରାଜାର ଛାମୁକୁ ଅଣାଗଲା ରାଜା ଦାନିୟେଲଙ୍କୁ କହିଲା, ମୋର ପିତା ମହାରାଜା ଯିହୁଦା ଦେଶରୁ ଯେଉଁମାନଙ୍କୁ ଆଣିଥିଲେ, ସେହି ନିର୍ବାସିତ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଯେଉଁ ଦାନିୟେଲ ଥିଲେ, ସେ କି ତୁମ୍ଭେ ?


ଆପଣଙ୍କ ରାଜ୍ୟ ମଧ୍ୟରେ ଏକ ଲୋକ ଅଛନ୍ତି, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ଆପଣଙ୍କ ପିତାଙ୍କ ସମୟରେ ଦେବଗଣର ଜ୍ଞାନ ତୁଲ୍ୟ ଜ୍ଞାନଦୀପ୍ତି ଓ ବୁଦ୍ଧି ଓ ଜ୍ଞାନ ତାଙ୍କଠାରେ ଦେଖା ଯାଇଥିଲା; ଆଉ, ଆପଣଙ୍କ ପିତା ରାଜା ନବୂଖଦ୍‍ନିତ୍ସର, ହଁ, ଆପଣଙ୍କ ପିତା ରାଜା, ତାଙ୍କୁ ମନ୍ତ୍ରବେତ୍ତା, ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ;


ସେମାନେ ଦ୍ରାକ୍ଷାରସ ପାନ କରୁ କରୁ ସୁନା ଓ ରୂପା, ପିତ୍ତଳ, ଲୁହା, କାଠ ଓ ପଥର ନିର୍ମିତ ଦେବଗଣର ପ୍ରଶଂସା କଲେ।


ପ୍ରହରୀବର୍ଗର ସେନାପତି ତାଟିଆ, ଅଙ୍ଗାରଧାନୀ, କୁଣ୍ଡ, ହାଣ୍ଡି, ଦୀପବୃକ୍ଷ, ଚାମସ ଓ ପାତ୍ର ସବୁ, ଯାହା ସୁନାର ଥିଲା, ତାହା ସୁନା କରି ଓ ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।


ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ।


ଆଉ, ପରମେଶ୍ୱରଙ୍କ ଗୃହର ବଡ଼ ସାନ ସମସ୍ତ ପାତ୍ର ଓ ସଦାପ୍ରଭୁଙ୍କ ଗୃହର ଧନ, ପୁଣି ରାଜାଙ୍କର ଓ ତାଙ୍କ ଅଧିପତିମାନଙ୍କ ଧନ, ଏହିସବୁ ବାବିଲକୁ ନେଇଗଲା।


ପୁଣି, ବର୍ଷର ପରିବର୍ତ୍ତନ ସମୟରେ ନବୂଖଦ୍‍ନିତ୍ସର ରାଜା ଲୋକ ପଠାଇ ତାଙ୍କୁ ଓ ତାଙ୍କ ସଙ୍ଗେ ସଦାପ୍ରଭୁଙ୍କ ଗୃହର ମନୋହର ପାତ୍ରସବୁ ବାବିଲକୁ ଆଣିଲା ଓ ତାଙ୍କର ଭାଇ ସିଦିକୀୟଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା।


ମଧ୍ୟ ଆସା ରାଜାଙ୍କର ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି ଚୂର୍ଣ୍ଣ କଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ପକାଇଲେ।


ଏଥିଉତ୍ତାରେ ରିହବୀୟାମ ଅବଶାଲୋମର କନ୍ୟା ମାଖାକୁ ବିବାହ କଲେ; ସେ ସ୍ତ୍ରୀ ତାଙ୍କ ଔରସରେ ଅବୀୟ ଓ ଅତ୍ତୟ ଓ ସୀଷ ଓ ଶଲୋମୀତ୍‍କୁ ଜାତ କଲା।


ତହିଁରେ ଦାଉଦ ତାହାକୁ କହିଲେ, “ଭୟ ନ କର; କାରଣ ମୁଁ ତୁମ୍ଭ ପିତା ଯୋନାଥନ ସକାଶୁ ଅବଶ୍ୟ ତୁମ୍ଭ ପ୍ରତି ଦୟା ପ୍ରକାଶ କରିବି ଓ ତୁମ୍ଭ ପିତାମହ ଶାଉଲଙ୍କର ସମସ୍ତ ଭୂମି ତୁମ୍ଭକୁ ଫେରାଇ ଦେବି ଓ ତୁମ୍ଭେ ନିତ୍ୟ ମୋହର ମେଜରେ ଭୋଜନ କରିବ।”


ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;


ଆହୁରି, ନବୂଖଦ୍‍ନିତ୍ସର ପରମେଶ୍ୱରଙ୍କ ଗୃହର ଯେସକଳ ସ୍ୱର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲସ୍ଥ ମନ୍ଦିରକୁ ଆଣିଥିଲା, ତାହାସବୁ କୋରସ୍‍ ରାଜା ବାବିଲସ୍ଥ ମନ୍ଦିରରୁ ବାହାର କରି ଦେଲେ, ପୁଣି ତାହାସବୁ ଶେଶବସର ନାମକ ତାଙ୍କ ନିଯୁକ୍ତ ଶାସନକର୍ତ୍ତା ହସ୍ତରେ ସମର୍ପିତ ହେଲା;


ସଦାପ୍ରଭୁ କହନ୍ତି, “କଲ୍‍ଦୀୟମାନଙ୍କ ଉପରେ, ବାବିଲ ନିବାସୀମାନଙ୍କ ଉପରେ, ତାହାର ଅଧିପତିମାନଙ୍କ ଓ ଜ୍ଞାନୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି।


ତହିଁରେ ଯିରୂଶାଲମସ୍ଥ ମନ୍ଦିରରୁ, ଅର୍ଥାତ୍‍, ପରମେଶ୍ୱରଙ୍କ ଗୃହରୁ ଯେଉଁ ସକଳ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ; ପୁଣି, ରାଜା ଓ ତାହାର ଅମାତ୍ୟବର୍ଗ, ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ସେହିସବୁରେ ପାନ କଲେ।


ସେହି ରାତ୍ରିରେ କଲ୍‍ଦୀୟମାନଙ୍କର ରାଜା ବେଲ୍‍ଶତ୍ସର ବଧ କରାଗଲା।


Swiv nou:

Piblisite


Piblisite