Biblia Todo Logo
Bib sou entènèt

- Piblisite -




ଦାନିୟେଲ 5:22 - ଓଡିଆ ବାଇବେଲ

22 ଆଉ ହେ ବେଲ୍‍ଶତ୍ସର, ତାଙ୍କର ପୁତ୍ର ଯେ ଆପଣ, ଆପଣ ଏସବୁ ଜାଣିଲେ ହେଁ ଆପଣା ଅନ୍ତଃକରଣ ନମ୍ର କରି ନାହାନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଆଉ ହେ ବେଲ୍ଶତ୍ସର, ତାଙ୍କର ପୁତ୍ର ଯେ ଆପଣ, ଆପଣ ଏସବୁ ଜାଣିଲେ ହେଁ ଆପଣା ଅନ୍ତଃକରଣ ନମ୍ର କରି ନାହାନ୍ତି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ ହେ ବେଲ୍‍ଶତ୍ସର, ତାଙ୍କର ପୁତ୍ର ଯେ ଆପଣ, ଆପଣ ଏସବୁ ଜାଣିଲେ ହେଁ ଆପଣା ଅନ୍ତଃକରଣ ନମ୍ର କରି ନାହାନ୍ତି;

Gade chapit la Kopi

ପବିତ୍ର ବାଇବଲ

22 “କିନ୍ତୁ ବେ‌‌ଲ୍‌‌‌‌ଶତ୍ସର, ଆପଣ ତାଙ୍କର ପୁତ୍ର। ଆପଣ ଏସବୁ ଜାଣିଲେ ମଧ୍ୟ ଆପଣଙ୍କ ଅନ୍ତଃକରଣକୁ ନମ୍ର କରି ନାହାନ୍ତି।

Gade chapit la Kopi




ଦାନିୟେଲ 5:22
17 Referans Kwoze  

ପୁଣି, ତାଙ୍କର ପିତା ମନଃଶି ଯେପରି ଆପଣାକୁ ନମ୍ର କରିଥିଲେ, ସେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ସେପରି ନମ୍ର କଲେ ନାହିଁ; ମାତ୍ର ଏହି ଆମୋନ୍‍ ଅଧିକ ଅଧିକ ଅପରାଧ କଲେ।


ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, “ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।


ଅତଏବ, ଯେ ସତ୍କର୍ମ କରିବାକୁ ଜାଣି ତାହା କରେ ନାହିଁ, ତାହାର ପାପ ହୁଏ ।


ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ; ସେ ସଦାପ୍ରଭୁଙ୍କ ମୁଖ ନିର୍ଗତ ବାକ୍ୟର ପ୍ରକାଶକ ଯିରିମୀୟ ଭବିଷ୍ୟଦ୍‍ବକ୍ତା ସମ୍ମୁଖରେ ଆପଣାକୁ ନମ୍ର କଲେ ନାହିଁ।


କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ର‌ରେ ଉକ୍ତ ଅଛି, "ଈଶ୍ୱର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି'' ।


ଯଦି ତୁମ୍ଭେମାନେ ଏହି ସବୁ ଜାଣ, ତେବେ ସେହି ପ୍ରକାର କଲେ ତୁମ୍ଭେମାନେ ଧନ୍ୟ ।


ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ,


କାରଣ ଯୋହନ ତୁମ୍ଭମାନଙ୍କ ନିକଟକୁ ଧାର୍ମିକତାର ପଥ ଦେଇ ଆସିଲେ, ଆଉ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, ମାତ୍ର କରଗ୍ରାହୀ ଓ ବେଶ୍ୟାମାନେ ତାହାଙ୍କୁ ବିଶ୍ୱାସ କଲେ, କିନ୍ତୁ ତୁମ୍ଭେମାନେ ଯେପରି ତାହାଙ୍କୁ ବିଶ୍ୱାସ କରି ପାର, ଏଥି ନିମନ୍ତେ ତାହା ଦେଖି ସୁଦ୍ଧା ଅନୁତାପ କଲ ନାହିଁ । ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ ।


କାରଣ ଯୋହନ ତାହାଙ୍କୁ କହୁଥିଲେ, ଏହାଙ୍କୁ ରଖିବା ଆପଣଙ୍କର ନିୟମସଙ୍ଗତ ନୁହେଁ ।


ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍‍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;


ଦୁଷ୍ଟ ଲୋକ ପ୍ରତି ଦୟା ପ୍ରକାଶ କରାଗଲେ ହେଁ ସେ ଧର୍ମ ଶିଖିବ ନାହିଁ; ସରଳତାର ଦେଶରେ ସେ ଅନ୍ୟାୟ କରିବ ଓ ସଦାପ୍ରଭୁଙ୍କର ମହିମାକୁ ଅନାଇବ ନାହିଁ।


ଆହୁରି, ମୁଁ ରାଜାମାନଙ୍କ ସାକ୍ଷାତରେ ତୁମ୍ଭର ପ୍ରମାଣ-ବାକ୍ୟ ବିଷୟ କହିବି ଓ ଲଜ୍ଜିତ ନୋହିବି।


ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା।


ପୁଣି, ତୁମ୍ଭେ ମନେ ମନେ କହିଥିଲ, ଆମ୍ଭେ ସ୍ୱର୍ଗାରୋହଣ କରିବା, ଆମ୍ଭେ ପରମେଶ୍ୱରଙ୍କ ନକ୍ଷତ୍ରଗଣର ଉର୍ଦ୍ଧ୍ୱରେ ଆପଣା ସିଂହାସନ ଉଚ୍ଚୀକୃତ କରିବା; ଆମ୍ଭେ ଉତ୍ତର ଦିଗର ପ୍ରାନ୍ତସ୍ଥିତ ସମାଗମ ପର୍ବତରେ ଉପବିଷ୍ଟ ହେବା;


Swiv nou:

Piblisite


Piblisite