Biblia Todo Logo
Bib sou entènèt

- Piblisite -




ଦାନିୟେଲ 5:6 - ଓଡିଆ ବାଇବେଲ

6 ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍‍ବିଗ୍ନ କଲା; ପୁଣି, ତାହାର କଟୀଦେଶର ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍ବିଗ୍ନ କଲା; ପୁଣି, ତାହାର କଟୀଦେଶର ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍‍ବିଗ୍ନ କଲା; ପୁଣି, ତାହାର କଟିଦେଶରେ ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା।

Gade chapit la Kopi

ପବିତ୍ର ବାଇବଲ

6 ତହିଁରେ ରାଜା ଭୟଭୀତ ହେଲେ ତାଙ୍କର ମୁଖ ବିବର୍ଣ୍ଣ ହେଲା। ତାଙ୍କର ଆଣ୍ଠୁ ଥରିଲା ଓ ଆଣ୍ଠୁକୁ ଆଣ୍ଠୁ ବାଜିଲା। ତାଙ୍କର ଗୋଡ଼ ଏତେ ଦୁର୍ବଳ ହେଲା ଯେ ସେ ଛିଡ଼ା ହୋଇ ପାରିଲେ ନାହିଁ।

Gade chapit la Kopi




ଦାନିୟେଲ 5:6
21 Referans Kwoze  

ସେ (ନିନିବୀ) ଖାଲି ଓ ଶୂନ୍ୟ ଓ ଉଜାଡ଼ ହୋଇଅଛି; ଅନ୍ତଃକରଣ ତରଳି ଯାଉଅଛି ଓ ଆଣ୍ଠୁରେ ଆଣ୍ଠୁ ବାଜୁଅଛି, ସମସ୍ତ କଟିରେ ବେଦନା ଅଛି ଓ ସେହି ସମସ୍ତଙ୍କର ମୁଖ ମଳିନ ହୋଇଅଛି।


ଏଠାରେ ବୃତ୍ତାନ୍ତର ଶେଷ ମୁଁ ଦାନିୟେଲ, ମୋର ଭାବନା ମୋତେ ଉଦ୍‍ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା, ମାତ୍ର ମୁଁ ସେ କଥା ଆପଣା ମନରେ ରଖିଲି।”


ସମସ୍ତଙ୍କର ହସ୍ତ ଦୁର୍ବଳ ହେବ, ସମସ୍ତଙ୍କର ଆଣ୍ଠୁ ଜଳ ପରି ଦୁର୍ବଳ ହେବ।


ମୁଁ ଗୋଟିଏ ସ୍ୱପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍‍ବିଗ୍ନ କଲା।


ଆଉ, ତୁମ୍ଭେ କାହିଁକି ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛ ? ଏ କଥା ଯଦି ସେମାନେ ତୁମ୍ଭକୁ ପଚାରିବେ, ତେବେ ତୁମ୍ଭେ କହିବ, ସମ୍ବାଦ ସକାଶେ, କାରଣ ତାହା ଆସୁଅଛି; ତହିଁରେ ପ୍ରତ୍ୟେକ ହୃଦୟ ତରଳି ଯିବ ଓ ସକଳ ହସ୍ତ ଦୁର୍ବଳ ହେବ, ପ୍ରତ୍ୟେକ ମନ କ୍ଳାନ୍ତ ହେବ ଓ ସମସ୍ତ ଆଣ୍ଠୁ ଜଳ ପରି ହେବ; ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର।


ତହିଁରେ ବେଲ୍‍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, ହେ ବେଲ୍‍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ। ବେଲ୍‍ଟଶତ୍ସର ଉତ୍ତର କରି କହିଲେ, ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ।


ଅତଏବ, ତୁମ୍ଭେମାନେ ଦୁର୍ବଳ ହସ୍ତ ଓ ଅବଶ ଜାନୁ ସବଳ କର,


ଏଥିରେ ନବୂଖଦ୍‍ନିତ୍ସର କୋପରେ ପରିପୂର୍ଣ୍ଣ ହେଲା ଓ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପ୍ରତିକୂଳରେ ତାହାର ମୁଖ ବିକଟାକାର ହେଲା। ଏଥିପାଇଁ ଅଗ୍ନିକୁଣ୍ଡକୁ ସାଧାରଣ ପରିମାଣ ଅପେକ୍ଷା ସାତ ଗୁଣ ଉତ୍ତପ୍ତ କରିବା ପାଇଁ ସେ ଆଜ୍ଞା ଦେଲା।


ଏଥିଉତ୍ତାରେ ନବୂଖଦ୍‍ନିତ୍ସରର ଶାସନ କାଳର ଦ୍ୱିତୀୟ ବର୍ଷରେ, ନବୂଖଦ୍‍ନିତ୍ସର ସ୍ୱପ୍ନ ଦେଖିଲା; ତହିଁରେ ତାହାର ଆତ୍ମା ଉଦ୍‍ବିଗ୍ନ ହେଲା ଓ ତାହାର ନିଦ୍ରା ଭଗ୍ନ ହେଲା।


ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥର ଥର ଆଣ୍ଠୁକୁ ସୁସ୍ଥିର କର।


ସେମାନଙ୍କ ମଧ୍ୟରେ କେହି କ୍ଳାନ୍ତ ହେବେ ନାହିଁ, କି ଝୁଣ୍ଟି ପଡ଼ିବେ ନାହିଁ; କେହି ଢୁଳାଇବେ ନାହିଁ କି ନିଦ୍ରା ଯିବେ ନାହିଁ; ଆଉ, ସେମାନଙ୍କର କଟିବନ୍ଧନ ଫିଟିବ ନାହିଁ କି ସେମାନଙ୍କର ପାଦୁକାର ବନ୍ଧନ ଛିଣ୍ଡିବ ନାହିଁ;


ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋ’ ଅନ୍ତ୍ର ମଧ୍ୟରେ ତରଳି ଯାଏ।


ସେହି ଦଣ୍ଡରେ ମନୁଷ୍ୟ ହସ୍ତର ଅଙ୍ଗୁଳି ଆସି ରାଜପ୍ରାସାଦର କାନ୍ଥର ଲେପନ ଉପରେ ଦୀପାଧାରର ନିକଟରେ ଲେଖିଲା, ଆଉ ହସ୍ତର ଯେଉଁ ଅଂଶ ଲେଖିଲା, ରାଜା ତାହା ଦେଖିଲା।


ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି ଓ ତାହାର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରାନ୍ତ କରିଅଛି।


Swiv nou:

Piblisite


Piblisite