Biblia Todo Logo
Bib sou entènèt

- Piblisite -




ଦାନିୟେଲ 6:4 - ଓଡିଆ ବାଇବେଲ

4 ଏଥିରେ ଅଧ୍ୟକ୍ଷ ଓ କ୍ଷିତିପାଳମାନେ ରାଜକର୍ମ ବିଷୟରେ ଦାନିୟେଲଙ୍କର ଦୋଷ ଅନୁସନ୍ଧାନ କଲେ; ମାତ୍ର ସେମାନେ କୌଣସି ଦୋଷ ଅବା ଅପରାଧ ପାଇ ପାରିଲେ ନାହିଁ, କାରଣ ସେ ବିଶ୍ୱସ୍ତ ଥିଲେ ଓ ତାଙ୍କର କୌଣସି ଭ୍ରାନ୍ତି ଅବା ଅପରାଧ ଦେଖା ଗଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏଥିରେ ଅଧ୍ୟକ୍ଷ ଓ କ୍ଷିତିପାଳମାନେ ରାଜକର୍ମ ବିଷୟରେ ଦାନିୟେଲଙ୍କର ଦୋଷ ଅନୁସନ୍ଧାନ କଲେ; ମାତ୍ର ସେମାନେ କୌଣସି ଦୋଷ ଅବା ଅପରାଧ ପାଇ ପାରିଲେ ନାହିଁ, କାରଣ ସେ ବିଶ୍ଵସ୍ତ ଥିଲେ ଓ ତାଙ୍କର କୌଣସି ଭ୍ରାନ୍ତି ଅବା ଅପରାଧ ଦେଖା ଗଲା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଥିରେ ଅଧ୍ୟକ୍ଷ ଓ କ୍ଷିତିପାଳମାନେ ରାଜକର୍ମ ବିଷୟରେ ଦାନିୟେଲଙ୍କର ଦୋଷ ଅନୁସନ୍ଧାନ କଲେ; ମାତ୍ର ସେମାନେ କୌଣସି ଦୋଷ ଅବା ଅପରାଧ ପାଇ ପାରିଲେ ନାହିଁ, କାରଣ ସେ ବିଶ୍ୱସ୍ତ ଥିଲେ ଓ ତାଙ୍କର କୌଣସି ଭ୍ରାନ୍ତି ଅବା ଅପରାଧ ଦେଖାଗଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

4 ଏଥିରେ ଅନ୍ୟ ଅଧ୍ୟକ୍ଷ ଓ କ୍ଷିତିପାଳମାନେ ଦାନିୟେଲଙ୍କ ପ୍ରତି ଈର୍ଷାଳୁ ହେଲେ ଓ ଦାନିୟେଲଙ୍କର ରାଜକର୍ମ ବିଷୟ ଦୋଷ ଅନୁସନ୍ଧାନ କଲେ। ମାତ୍ର ସେମାନେ କୌଣସି ଦୋଷ ବା ଅପରାଧ ପାଇ ପାରିଲେ ନାହିଁ। କାରଣ ସେ ବିଶ୍ୱସ୍ତ ଥିଲେ ଓ ତାଙ୍କଠାରେ କୌଣସି ଭ୍ରାନ୍ତି ବା ଅପରାଧ ନ ଥିଲା। ସେ ରାଜାଙ୍କୁ ଠକୁ ନ ଥିଲେ ଓ କଠିନ ପରିଶ୍ରମ କରୁଥିଲେ।

Gade chapit la Kopi




ଦାନିୟେଲ 6:4
32 Referans Kwoze  

ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ ।


ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ୱରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତିଃ ସ୍ୱରୂପ ପ୍ରକାଶ ପାଉଅଛ;


ତୁମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ୱରଙ୍କ ଗୌରବ କରିବେ ।


ସେଥିରେ ସେମାନେ ଯୀଶୁଙ୍କୁ ରାଜ୍ୟପାଳଙ୍କ ହାତରେ ଓ ଶାସନକର୍ତ୍ତାଙ୍କ ଶାସନର ଅଧିନରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଖୋଜି ଯୀଶୁଙ୍କ କଥାର ଭୁଲ୍ ଧରିବା ଉଦ୍ଦେଶ୍ୟରେ ଯେଉଁମାନେ କପଟରେ ନିଜ ନିଜକୁ ଧାର୍ମିକ ବୋଲି ଦେଖାଉଥିବା ଚୋରମାନଙ୍କୁ ପଠାଇଲେ ।


ଯେପରି ବିପକ୍ଷ ଲୋକ ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ ।


କାରଣ ସେମାନେ ଯେ ଇର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ଜାଣିଥିଲେ ।


କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।


ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦେଉନ୍ତୁ;


ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।


ଅଧର୍ମକାରୀ ଲୋକ ଧାର୍ମିକର ଘୃଣା ବିଷୟ, ପୁଣି, ସରଳପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷୟ ହୁଏ।


ମାତ୍ର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଛିଦ୍ର ପାଇବା ଚେଷ୍ଟାରେ ଏହି ଘଟଣା ଯେ ସଦାପ୍ରଭୁଙ୍କ ଆଡ଼ୁ ହେଲା, ଏହା ତାହାର ପିତାମାତା ଜାଣିଲେ ନାହିଁ। ସେ ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ଉପରେ କର୍ତ୍ତୃତ୍ୱ କରୁଥିଲେ।


ପୁଣି, ଯୋଷେଫଙ୍କ ଗୃହକୁ ନୀତ ହେବାରୁ ସେମାନେ ଭୀତ ହୋଇ ପରସ୍ପର କହିଲେ, “ପୂର୍ବେ ଆମ୍ଭମାନଙ୍କ ପଟରେ ଯେଉଁ ଟଙ୍କା ଫେରି ଯାଇଥିଲା, ତହିଁ ନିମନ୍ତେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛନ୍ତି; ଏବେ ସେ ଆମ୍ଭମାନଙ୍କ ଉପରେ ପଡ଼ି ଆକ୍ରମଣ କରି ଆମ୍ଭମାନଙ୍କ ଗର୍ଦ୍ଦଭ ସବୁ ନେଇ ଆମ୍ଭମାନଙ୍କୁ ଦାସ ପରି ରଖିବ।”


କିନ୍ତୁ ଦର୍ପର ବିଷୟରେ ଆମ୍ଭମାନଙ୍କ ପରି ଦେଖାଯିବା ନିମନ୍ତେ ଯେଉଁମାନେ ସୁଯୋଗ ଅନ୍ୱେଷଣ କରନ୍ତି, ମୁଁ ଯେପରି ସେମାନଙ୍କୁ ସୁଯୋଗ ନ ଦିଏ, ଏଥି ନିମନ୍ତେ ମୁଁ ଯାହା କରୁଅଛି, ତାହା କରୁଥିବି ।


ପୀଲାତ ପୁନର୍ବାର ବାହାରକୁ ଯାଇ ସେମାନଙ୍କୁ କହିଲେ, ଦେଖ, ଆମ୍ଭେ ଯେ ତାହାଠାରେ କୌଣସି ଦୋଷ ପାଉ ନାହୁଁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥି ନିମନ୍ତେ ଆମ୍ଭେ ତାହାକୁ ତୁମ୍ଭମାନଙ୍କ ନିକଟକୁ ବାହାର କରି ଆଣୁଅଛୁ ।


ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ, କିପରି ଯୀଶୁଙ୍କୁ ବିନାଶ କରି ପାରନ୍ତି, ସେଥିର ଉପାୟ ଖୋଜୁଥିଲେ, କାରଣ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ ।


ଆଉ ଯୀଶୁଙ୍କୁ ଛଳରେ ଧରି ବଧ କରିବା ନିମନ୍ତେ ମନ୍ତ୍ରଣା କଲେ;


ଏଥିପାଇଁ ସେହି ସମୟରେ କେତେକ କଲ୍‍ଦୀୟ ଲୋକ ନିକଟକୁ ଆସି ଯିହୁଦୀୟ ଲୋକମାନଙ୍କ ବିରୁଦ୍ଧରେ ଅପବାଦ ଆଣିଲେ।


ତଥାପି ହେ ସଦାପ୍ରଭୁ, ମୋତେ ବଧ କରିବା ପାଇଁ ସେମାନଙ୍କର ମନ୍ତ୍ରଣାସବୁ ତୁମ୍ଭେ ଜାଣୁଅଛ; ତୁମ୍ଭେ ସେମାନଙ୍କର ଅଧର୍ମ କ୍ଷମା କର ନାହିଁ, କିଅବା ତୁମ୍ଭ ଦୃଷ୍ଟିରୁ ସେମାନଙ୍କ ପାପ ଲିଭାଇ ଦିଅ ନାହିଁ; ମାତ୍ର ସେମାନେ ତୁମ୍ଭ ସମ୍ମୁଖରେ ନିପାତିତ ହେଉନ୍ତୁ; ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କ ପ୍ରତି ବ୍ୟବହାର କର।


ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍‍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”


ଏଥିରେ ଅହୀମେଲକ୍‍ ରାଜାଙ୍କୁ ଉତ୍ତର ଦେଇ କହିଲା, ଆପଣଙ୍କ ସମସ୍ତ ଦାସ ମଧ୍ୟରେ ଦାଉଦ ପରି କିଏ ବିଶ୍ୱସ୍ତ ? ସେ ତ ମହାରାଜାଙ୍କର ଜୁଆଁଇ ଓ ଆପଣଙ୍କର ସଭାସଦ୍‍ ଓ ଆପଣଙ୍କ ଗୃହରେ ସମ୍ଭ୍ରାନ୍ତ।


ଆଉ ଦାଉଦ ଆପଣାର ସବୁ କଥାରେ ବୁଦ୍ଧିମାନ ହେଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗରେ ହେଲେ।


ଏଥିରେ ସେମାନେ ଲୋକମାନଙ୍କ ସାକ୍ଷାତରେ ତାହାଙ୍କ କଥାର ଭୁଲ୍ ଧରି ପାରିଲେ ନାହିଁ, ଆଉ ସେମାନେ ତାହାଙ୍କ ଉତ୍ତରରେ ଆଶ୍ଚର୍ଯ୍ୟ ହୋଇ ନୀରବ ରହିଲେ ।


ପୁଣି, ଆମ୍ଭେ ଯେଉଁ ନଗରରେ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ତହିଁର ଶାନ୍ତି ଚେଷ୍ଟା କର ଓ ତହିଁ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, କାରଣ ତହିଁର ଶାନ୍ତିରେ ତୁମ୍ଭମାନଙ୍କର ଶାନ୍ତି ହେବ।’”


ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କ ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି; କାରଣ ତାହାଙ୍କ ଛାମୁରେ ମୋର ନିର୍ଦ୍ଦୋଷତା ଦେଖାଗଲା; ପୁଣି, ହେ ମହାରାଜ, ମୁଁ ଆପଣଙ୍କ ସାକ୍ଷାତରେ ହିଁ କୌଣସି କ୍ଷତି କରି ନାହିଁ।


ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, “ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା ? ଏହାଙ୍କଠାରେ ପରମେଶ୍ୱରଙ୍କ ଆତ୍ମା ଅଛନ୍ତି।”


ତହିଁରେ ସେମାନେ କହିଲେ, ତୁମ୍ଭେ ଆମ୍ଭମାନଙ୍କର ଅନ୍ୟାୟ କରି ନାହଁ, କି ଆମ୍ଭମାନଙ୍କ ପ୍ରତି ଉପଦ୍ରବ କରି ନାହଁ, କିଅବା ତୁମ୍ଭେ କୌଣସି ଲୋକ ହସ୍ତରୁ କିଛି ନେଇ ନାହଁ।


କାରଣ ସେହି ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା, ଜ୍ଞାନ ଓ ବୁଦ୍ଧି, ସ୍ୱପ୍ନ ଅର୍ଥ କରିବାର ଓ ଗୂଢ଼ ବାକ୍ୟ ପ୍ରକାଶ କରିବାର ଓ ସନ୍ଦେହ ଭଞ୍ଜନ କରିବାର ଶକ୍ତି ଦେଖା ଯାଇଥିଲା, ରାଜା ତାଙ୍କୁ ବେଲ୍‍ଟଶତ୍ସର ନାମ ଦେଇଥିଲେ। ଏବେ ଦାନିୟେଲଙ୍କୁ ଡକାଯାଉ, ସେ ଅର୍ଥ ପ୍ରକାଶ କରିବେ।


Swiv nou:

Piblisite


Piblisite