Biblia Todo Logo
Bib sou entènèt

- Piblisite -




ଦାନିୟେଲ 8:19 - ଓଡିଆ ବାଇବେଲ

19 ଆଉ, ସେ ମୋତେ କହିଲେ, ଦେଖ, କ୍ରୋଧର ପରିଣାମ ସମୟରେ ଯାହା ଘଟିବ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା; କାରଣ ଏହା ନିରୂପିତ ଶେଷ କାଳର କଥା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଆଉ, ସେ ମୋତେ କହିଲେ, ଦେଖ, କ୍ରୋଧର ପରିଣାମ ସମୟରେ ଯାହା ଘଟିବ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା; କାରଣ ଏହା ନିରୂପିତ ଶେଷ କାଳର କଥା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ, ସେ ମୋତେ କହିଲେ, “ଦେଖ, କ୍ରୋଧର ପରିଣାମ ସମୟରେ ଯାହା ଘଟିବ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା; କାରଣ ଏହା ନିରୂପିତ ଶେଷ କାଳର କଥା।

Gade chapit la Kopi

ପବିତ୍ର ବାଇବଲ

19 ଗାବ୍ରିଏଲ କହିଲେ, “ମୁଁ ତୁମ୍ଭକୁ ଦର୍ଶନ ସମ୍ବନ୍ଧରେ ବୁଝାଇବି, ଭବିଷ୍ୟତରେ କ’ଣ ଘଟିବ ଓ ତୁମ୍ଭର ଏହି ଦର୍ଶନ ନିରୂପିତ ଶେଷକାଳର କଥା ବୋଲି ଜଣାଇବି।

Gade chapit la Kopi




ଦାନିୟେଲ 8:19
15 Referans Kwoze  

କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ।


କାରଣ ଈଶ୍ୱରଙ୍କ ସମସ୍ତ ବାକ୍ୟ ଯେପର୍ଯ୍ୟନ୍ତ ସଫଳ ନ ହୁଏ, ସେପର୍ଯ୍ୟନ୍ତ ସେମାନେ ଯେପରି ତାହାର ଅଭିପ୍ରାୟ ସିଦ୍ଧ କରନ୍ତି ଓ ଏକମନା ହୋଇ ଆପଣାମାନଙ୍କ ରାଜ୍ୟ ପଶୁକୁ ଦାନ କରନ୍ତି, ଏଥି ନିମନ୍ତେ ଈଶ୍ୱର ସେମାନଙ୍କ ମନରେ ସୂଚାଇ ଦେଲେ ।


ପୁଣି, ଏହି ଦୁଇ ରାଜାର ଚିତ୍ତ ଅନିଷ୍ଟ କରିବାକୁ ପ୍ରବୃତ୍ତ ହେବ ଓ ସେମାନେ ଏକ ମେଜରେ ବସି ମିଥ୍ୟା କଥା କହିବେ; ମାତ୍ର ତାହା ସଫଳ ନୋହିବ; କାରଣ ସେତେବେଳେ ହେଁ ପରିଣାମ ନିରୂପିତ କାଳର ଅପେକ୍ଷା କରିବ।


ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶ ମାନଙ୍କରେ ଈଶ୍ୱରଙ୍କ କ୍ରୋଧ ସମାପ୍ତ ।


ଅଣଯିହୂଦୀମାନେ କ୍ରୁଦ୍ଧ ହୋଇଥିଲେ, କିନ୍ତୁ ତୁମ୍ଭର କ୍ରୋଧ ଉପସ୍ଥିତ ହେଲେ, ପୁଣି, ମୃତମାନଙ୍କ ବିଚାର କରିବା ସମୟରେ ଏବଂ ତୁମ୍ଭର ଦାସ ଭାବବାଦୀମାନଙ୍କୁ, ସାଧୁମାନଙ୍କୁ ଓ ତୁମ୍ଭ ନାମର ଭୟକାରୀ ସାନ ଓ ବଡ଼ ସମସ୍ତ ଲୋକଙ୍କୁ ପୁରସ୍କାର ଦେବାର ଆଉ ପୃଥିବୀ ବିନାଶକାରୀମାନଙ୍କୁ ବିନାଶ କରିବାର ସମୟ ଉପସ୍ଥିତ ହେଲା ।


ମାତ୍ର ଈଶ୍ୱରଙ୍କ ଦ୍ୱାରା ଆପଣା ଦାସ ଭାବବାଦୀମାନଙ୍କ ପ୍ରତି ପ୍ରଚାର କରାଯାଇଥିବା ଶୁଭସମ୍ବାଦ ଅନୁସାରେ ସପ୍ତମ ଦୂତ ବାକ୍ୟ ଘୋଷଣା କରିବା ସମୟରେ, ଅର୍ଥାତ୍ ଯେତେବେଳେ ସେ ତୂରୀଧ୍ୱନୀ କରିବାକୁ ଉଦ୍ୟତ ହେବେ, ସେତେବେଳେ ଈଶ୍ୱରଙ୍କ ନିଗୂଢ଼ ସଂକଳ୍ପ ମଧ୍ୟ ସଫଳ ହେବ ।


ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ବାକ୍ୟ; ଅବିଳମ୍ବରେ ଯାହା ଯାହା ନିଶ୍ଚୟ ଘଟିବ, ସେହି ସବୁ ସେ ଯେପରି ଆପଣା ଦାସମାନଙ୍କୁ ଜଣାନ୍ତି, ଏଥିପାଇଁ ଈଶ୍ୱର ଏହା ଯୀଶୁଙ୍କ ନିକଟରେ ସମର୍ପଣ କଲେ, ଆଉ ସେ ଆପଣା ଦୂତ ପ୍ରେରଣ କରି ନିଜ ଦାସ ଯୋହନଙ୍କୁ ଏହା ଜ୍ଞାତ କରାଇଲେ ।


ପୁଣି, ସେମାନଙ୍କ ରାଜ୍ୟର ପରିଣାମ ସମୟରେ ଯେତେବେଳେ ଆଜ୍ଞା-ଲଙ୍ଘନକାରୀମାନଙ୍କର ଆଜ୍ଞା-ଲଙ୍ଘନ ସମ୍ପୂର୍ଣ୍ଣ ହେବ, ସେତେବେଳେ ଭୟଙ୍କର ବଦନ ଓ ନିଗୂଢ଼ ବାକ୍ୟ-ଜ୍ଞାନୀ ଏକ ରାଜା ଉତ୍ପନ୍ନ ହେବ।


ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର ! କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ,


ତୁମ୍ଭେ ଉଠି ସିୟୋନକୁ ଦୟା କରିବ; କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, ନିରୂପିତ ସମୟ ଉପସ୍ଥିତ।


ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ନଳାକାର ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ।


Swiv nou:

Piblisite


Piblisite