Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 13:3 - ଓଡିଆ ବାଇବେଲ

3 ତେବେ ତୁମ୍ଭେ ସେହି ଭବିଷ୍ୟଦ୍‍ବକ୍ତାର କି ସ୍ୱପ୍ନଦର୍ଶକର କଥା ଶୁଣିବ ନାହିଁ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରୁଅଛ କି ନାହିଁ; ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତେବେ ତୁମ୍ଭେ ସେହି ଭବିଷ୍ୟଦ୍ବକ୍ତାର କି ସ୍ଵପ୍ନଦର୍ଶକର କଥା ଶୁଣିବ ନାହିଁ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରୁଅଛ କି ନାହିଁ; ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତେବେ ତୁମ୍ଭେ ସେହି ଭବିଷ୍ୟଦ୍‍ବକ୍ତାର କି ସ୍ୱପ୍ନଦର୍ଶକର କଥା ଶୁଣିବ ନାହିଁ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରୁଅଛ କି ନାହିଁ; ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

3 ସେହି ଲୋକମାନଙ୍କର କଥା ଶୁଣ ନାହିଁ। କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରିଅଛ କି ନାହିଁ, ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି।

Gade chapit la Kopi




ଦ୍ଵିତୀୟ ବିବରଣ 13:3
21 Referans Kwoze  

ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ, ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେଉଁ ସକଳ ପଥରେ ଗମନ କରାଇଅଛନ୍ତି, ତାହା ସ୍ମରଣ କର।


ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ ।


କାରଣ ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ।


ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ।


ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ ।


ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ୱରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି ।


ଆଉ, ଏଥିପାଇଁ ସେମାନେ ଯେପରି ମିଥ୍ୟାରେ ବିଶ୍ୱାସ କରନ୍ତି, ସେଥିନିମନ୍ତେ ଈଶ୍ୱର ସେମାନଙ୍କ ନିକଟକୁ ଭ୍ରାନ୍ତିଜନକ ଶକ୍ତି ପଠାଇଅଛନ୍ତି,


କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ ।


ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।


ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ୱରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ ।


ସେମାନେ ଆମ୍ଭମାନଙ୍କ ମଧ୍ୟରୁ ବାହାରିଲେ, କିନ୍ତୁ ଆମ୍ଭମାନଙ୍କ ଦଳର ଲୋକ ନ ଥିଲେ; କାରଣ ଯଦି ଆମ୍ଭମାନଙ୍କ ଦଳର ଲୋକ ହୋଇଥାଆନ୍ତେ, ତେବେ ଆମ୍ଭମାନଙ୍କ ସହିତ ରହିଥାଆନ୍ତେ; କିନ୍ତୁ ସମସ୍ତେ ଯେ ଆମ୍ଭମାନଙ୍କ ଦଳର ଲୋକ ନୁହଁନ୍ତି, ଏହା ଯେପରି ପ୍ରକାଶ ପାଇବ, ଏଥି ନିମନ୍ତେ ସେମାନେ ବାହାରିଗଲେ ।


ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,


ମୁଁ ଆଦେଶ ଦେଲା ପରି କହୁ ନାହିଁ, ମାତ୍ର ଅନ୍ୟମାନଙ୍କ ଉଦ୍‍ଯୋଗ ଉଲ୍ଲେଖ କରି ତୁମ୍ଭମାନଙ୍କ ପ୍ରେମର ସରଳତା ମଧ୍ୟ ସପ୍ରମାଣ କରିବା ନିମନ୍ତେ କହୁଅଛି ।


ଥେସଲନୀକୀରେ ଥିବା ଯିହୂଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ । ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ ।


ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ। [ସେଲା]


ଯେ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ମାନ୍ନା ଦ୍ୱାରା ପ୍ରାନ୍ତରରେ ତୁମ୍ଭକୁ ପ୍ରତିପାଳନ କଲେ, ଏପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ତୁମ୍ଭେ ପାସୋରି ଯିବ।


ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ପରୀକ୍ଷା କରିବାକୁ ଓ ତୁମ୍ଭେମାନେ ଯେପରି ପାପ ନ କରିବ, ଏଥିପାଇଁ ଆପଣାର ଭୟାନକତା ତୁମ୍ଭମାନଙ୍କ ଚକ୍ଷୁଗୋଚର କରିବାକୁ ପରମେଶ୍ୱର ଆସିଅଛନ୍ତି।”


ଯେପରି ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ମାର୍ଗ ରକ୍ଷା କରିଥିଲେ, ସେପରି ଏମାନେ ତହିଁରେ ଗମନ କରି ତାହା ରକ୍ଷା କରିବେ କି ନାହିଁ, ଏ ବିଷୟରେ ସେହି ଗୋଷ୍ଠୀୟମାନଙ୍କ ଦ୍ୱାରା ଆମ୍ଭେ ଇସ୍ରାଏଲକୁ ପରୀକ୍ଷା କରିବା।


ଯେଉଁମାନେ ତାହାଙ୍କ ପ୍ରମାଣ-ବାକ୍ୟସବୁ ପାଳନ କରନ୍ତି, ଯେଉଁମାନେ ସର୍ବାନ୍ତଃକରଣରେ ତାହାଙ୍କୁ ଖୋଜନ୍ତି, ସେମାନେ ଧନ୍ୟ।


ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାଆନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ ସନ୍ତାନମାନେ ତାହା କରିଥା’ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ଯାଅ ଅନ୍ୟ ଦେବଗଣର ସେବା କର।


ଏହେତୁ ସେ ତାହା ସଙ୍ଗେ ଫେରି ଯାଇ ତାହା ଗୃହରେ ଅନ୍ନ ଭୋଜନ ଓ ଜଳ ପାନ କଲା।


Swiv nou:

Piblisite


Piblisite