Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 2:3 - ଓଡିଆ ବାଇବେଲ

3 “ତୁମ୍ଭେମାନେ ଯଥେଷ୍ଟ ସମୟଏହି ପର୍ବତ ବୁଲିଅଛ; ଏବେ ଉତ୍ତର ଦିଗକୁ ଫେର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତୁମ୍ଭେମାନେ ଯଥେଷ୍ଟ କାଳ ଏହି ପର୍ବତ ବୁଲିଅଛ; ଏବେ ଉତ୍ତର ଦିଗକୁ ଫେର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 “ତୁମ୍ଭେମାନେ ଯଥେଷ୍ଟ ସମୟ ଏହି ପର୍ବତ ବୁଲିଅଛ; ଏବେ ଉତ୍ତର ଦିଗକୁ ଫେର।

Gade chapit la Kopi

ପବିତ୍ର ବାଇବଲ

3 ‘ତୁମ୍ଭେମାନେ ଏହି ପର୍ବତର ଚତୁର୍ପାର୍ଶ୍ୱରେ ବହୁତ ଦିନ ଧରି ଭ୍ରମଣ କରିଅଛ, ତେଣୁ ଉତ୍ତର ଦିଗ ଆଡ଼କୁ ଯାଅ।

Gade chapit la Kopi




ଦ୍ଵିତୀୟ ବିବରଣ 2:3
6 Referans Kwoze  

ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ହୋରେବରେ ଆମ୍ଭମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ପର୍ବତରେ ଯଥେଷ୍ଟ କାଳ ବାସ କରିଅଛ;


କାଦେଶ-ବର୍ଣ୍ଣେୟଠାରୁ ସେରଦ୍‍ ନଦୀ ପାର ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଅଠତିରିଶ ବର୍ଷ ଲାଗିଲା, ସେହି ସମୟରେ ସଦାପ୍ରଭୁଙ୍କ ଶପଥ ଅନୁସାରେ ଛାଉଣି ମଧ୍ୟରୁ ସେହି ପିଢ଼ିର ସମସ୍ତ ଯୋଦ୍ଧାଗଣର ମୃତ୍ୟୁ ହୋଇଥିଲେ।


କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଯିବାର ଜାଣିଅଛନ୍ତି; ଏହି ଚାଳିଶ ବର୍ଷସାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।’”


ତହୁଁ ସଦାପ୍ରଭୁ ମୋତେ କହିଲେ,


ତୁମ୍ଭେ ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ‘ସେୟୀର ନିବାସୀ ତୁମ୍ଭମାନଙ୍କ ଭ୍ରାତୃଗଣର, ଅର୍ଥାତ୍‍, ଏଷୌ ସନ୍ତାନଗଣର ସୀମା ଦେଇ ତୁମ୍ଭମାନଙ୍କୁ ଯିବାକୁ ହେବ; ତହିଁରେ ସେମାନେ ଭୀତ ହେବେ; ଏଣୁ ତୁମ୍ଭେମାନେ ଅତି ସାବଧାନ ହୁଅ।


ଦୁଇ ଦିନ କିମ୍ବା ଏକ ମାସ କିମ୍ବା ଏକ ବର୍ଷ ହେଉ, ଆବାସ ଉପରେ ମେଘ ଯେତେ କାଳ ବିଳମ୍ବ କରି ଅବସ୍ଥିତି କଲା, ସେତେ କାଳ ଇସ୍ରାଏଲ ସନ୍ତାନଗଣ ଯାତ୍ରା ନ କରି ଛାଉଣିରେ ରହିଲେ; ମାତ୍ର ତାହା ନିଆଯା’ନ୍ତେ, ସେମାନେ ଯାତ୍ରା କଲେ।


Swiv nou:

Piblisite


Piblisite