Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 26:2 - ଓଡିଆ ବାଇବେଲ

2 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶର ଭୂମିଜାତ ସମସ୍ତ ପ୍ରଥମ ଫଳରୁ କିଛି କିଛି ରଖିବ ଓ ଚାଙ୍ଗୁଡ଼ିରେ ତାହା ନେଇ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ଗମନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଦତ୍ତ ଆପଣା ସେହି ଦେଶର ଭୂମିଜାତ ଯାବତୀୟ ପ୍ରଥମ ଫଳରୁ କିଛି କିଛି ରଖିବ ଓ ଚାଙ୍ଗୁଡ଼ିରେ ତାହା ନେଇ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ନାମ ବାସ କରାଇବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ଗମନ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶର ଭୂମିଜାତ ସମସ୍ତ ପ୍ରଥମ ଫଳରୁ କିଛି କିଛି ରଖିବ ଓ ଚାଙ୍ଗୁଡ଼ିରେ ତାହା ନେଇ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ଗମନ କରିବ।

Gade chapit la Kopi

ପବିତ୍ର ବାଇବଲ

2 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶରେ ଭୂମିରୁ ଫଳିଥିବା ସମସ୍ତ ଫଳ ଓ ପରିବାରୁ ପ୍ରଥମଜାତ ଫଳ କିଛି କିଛି ରଖି ଗ୍ଭଙ୍ଗୁଡ଼ିରେ ତାହା ନେଇ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତାଙ୍କ ନାମ ସ୍ଥାପନାର୍ଥେ ତାଙ୍କର ମନୋନୀତ ସ୍ଥାନକୁ ତୁମ୍ଭେ ଯିବ।

Gade chapit la Kopi




ଦ୍ଵିତୀୟ ବିବରଣ 26:2
33 Referans Kwoze  

ତୁମ୍ଭ ଭୂମିର ପ୍ରଥମଜାତ ଫଳ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ତୁମ୍ଭେ ଛାଗ ବତ୍ସକୁ ତାହାର ମାତୃ ଦୁଗ୍ଧରେ ପାକ କରିବ ନାହିଁ।


ଆଉ, ତୁମ୍ଭେ ଶସ୍ୟଚ୍ଛେଦନ ଉତ୍ସବ, ଅର୍ଥାତ୍‍, କ୍ଷେତରେ ଯାହା ବୁଣ, ତହିଁର ପ୍ରଥମ ସଂଗୃହୀତ ଫଳର ଉତ୍ସବ ପାଳନ କର; ପୁଣି, ବର୍ଷ ଶେଷରେ କ୍ଷେତରୁ ଫଳ ସଂଗ୍ରହ କରିବା ସମୟରେ ଫଳ ସଞ୍ଚୟର ଉତ୍ସବ ପାଳନ କର।


ପୁଣି, ସବୁ ଦ୍ରବ୍ୟର ପ୍ରଥମ ଫଳର ଅଗ୍ରିମାଂଶ ଓ ତୁମ୍ଭମାନଙ୍କର ଯାବତୀୟ ଉପହାର ମଧ୍ୟରେ ପ୍ରତ୍ୟେକ ଉପହାର ଯାଜକମାନଙ୍କର ହେବ; ମଧ୍ୟ ତୁମ୍ଭେମାନେ ଆପଣା ଆପଣା ଗୃହରେ ଆଶୀର୍ବାଦ ଅବସ୍ଥିତି କରାଇବା ପାଇଁ ଯାଜକକୁ ଆପଣା ଆପଣା ସୁଜିର ଅଗ୍ରିମାଂଶ ଦେବ।


ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥି ନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ ।


ମୁଁ ଗଲେ ଯେପରି ଦାନ ସଂଗ୍ରହ କରିବାକୁ ପଡ଼ିବ ନାହିଁ, ଏଥି ନିମନ୍ତେ ସପ୍ତାହର ପ୍ରଥମ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ସୁବିଧା ଅନୁସାରେ ନିଜ ନିଜ ନିକଟରେ କିଛି କିଛି ସଞ୍ଚୟ କରି ରଖ ।


କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି ।


ଆଉ ଯଦି ପ୍ରଥମ ଉତ୍ସର୍ଗୀକୃତ ଅଂଶ ପବିତ୍ର, ତାହାହେଲେ ସମସ୍ତ ପିଠୋଉ ମଧ୍ୟ ପବିତ୍ର; ପୁଣି, ଯଦି ମୂଳ ପବିତ୍ର, ତେବେ ଶାଖାସବୁ ମଧ୍ୟ ପବିତ୍ର ।


ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ୱରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ୱ, ଅର୍ଥାତ୍‍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ ।


ପୁଣି, ସେମାନେ ସେହି ଭୂମିରୁ କିଛି ବିକ୍ରୟ କରିବେ ନାହିଁ; କିଅବା ତାହା ପରିବର୍ତ୍ତନ କରିବେ ନାହିଁ, ଅଥବା ଦେଶର ପ୍ରଥମଜାତ ଫଳ ହସ୍ତାନ୍ତରିତ ହେବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ।


କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭର ପବିତ୍ର ପର୍ବତରେ, ଇସ୍ରାଏଲର ଉଚ୍ଚତମ ପର୍ବତରେ, ସମୁଦାୟ ଇସ୍ରାଏଲ ବଂଶ, ସେମାନଙ୍କର ସମସ୍ତେ ହିଁ ସେଠାରେ ଦେଶ ମଧ୍ୟରେ ଆମ୍ଭର ସେବା କରିବେ; ସେହି ସ୍ଥାନରେ ଆମ୍ଭେ ସେମାନଙ୍କୁ ଗ୍ରାହ୍ୟ କରିବା ଓ ସେହି ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତୁ ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଚାହିଁବା।


ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଶୀର୍ବାଦ ଅନୁସାରେ ତୁମ୍ଭେ ପ୍ରଚୁର ପରିମାଣରେ ଆପଣା ହସ୍ତର ସ୍ଵେଚ୍ଛାଦତ୍ତ ଉପହାର ଦେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସପ୍ତାହ ସମୂହର ଉତ୍ସବ ପାଳନ କରିବ;


ତୁମ୍ଭେ ଆପଣା ଭୂମିର ପ୍ରଥମଜାତ ଫଳର ଅଗ୍ରିମାଂଶ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ପୁଣି, ତୁମ୍ଭେ ଛାଗର ଶାବକକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ।


ସେମାନେ ସ୍ତ୍ରୀମାନଙ୍କ ସହିତ ଆପଣା ଆପଣାକୁ କଳୁଷିତ କରି ନ ଥିଲେ କାରଣ ସେମାନେ ଶୁଚି । ମେଷଶାବକ ଯେକୌଣସି ସ୍ଥାନକୁ ଗମନ କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି । ସେମାନେ ଈଶ୍ୱର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ସ୍ୱରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି;


ଆଉ ସେମାନଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ । ମୋହର ପ୍ରିୟ ଏପାଇନେତଙ୍କୁ ନମସ୍କାର ଜଣାଅ, ସେ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ଆସିଆର ପ୍ରଥମ ଫଳ ସ୍ୱରୂପ ।


ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ତାହାଙ୍କ ଆୟର ପ୍ରଥମ ଫଳ ସ୍ୱରୂପ ଥିଲା। ଯେଉଁମାନେ ତାହାକୁ ଗ୍ରାସ କରନ୍ତି, ସେସମସ୍ତେ ଦୋଷୀ ଗଣାଯିବେ; ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ, ଏହା ସଦାପ୍ରଭୁ କହନ୍ତି।


ଆଉ, ନିରୂପିତ ସମୟରେ କାଷ୍ଠ ଓ ପ୍ରଥମଜାତ ଫଳର ଉପହାର ନିମନ୍ତେ ଲୋକ ନିଯୁକ୍ତ କଲି। ହେ ମୋହର ପରମେଶ୍ୱର, ମଙ୍ଗଳ ନିମନ୍ତେ ମୋତେ ସ୍ମରଣ କର।


ପୁଣି, ସେହି ଦିନରେ ଧନ ଓ ଉତ୍ତୋଳନୀୟ ଉପହାର, ପ୍ରଥମଜାତ ଫଳ ଓ ଦଶମାଂଶ, ଯାଜକ ଓ ଲେବୀୟମାନଙ୍କ ନିମନ୍ତେ ନାନା ନଗରର କ୍ଷେତ୍ରାନୁସାରେ ବ୍ୟବସ୍ଥା-ନିରୂପିତ ଅଂଶ ସଂଗ୍ରହ କରିବା ପାଇଁ କୋଠରିସବୁରେ ଲୋକମାନେ ନିଯୁକ୍ତ ହେଲେ; କାରଣ ପରିଚର୍ଯ୍ୟାକାରୀ ଯାଜକ ଓ ଲେବୀୟମାନଙ୍କ ସକାଶୁ ଯିହୁଦା ଆନନ୍ଦିତ ହୋଇଥିଲା।


ପୁଣି, ଏହି ଆଜ୍ଞା ଘୋଷିତ ହେବାକ୍ଷଣେ ଇସ୍ରାଏଲ ସନ୍ତାନନଗଣ ପ୍ରଚୁର ରୂପେ ପ୍ରଥମଜାତ ଶସ୍ୟ, ଦ୍ରାକ୍ଷାରସ, ତୈଳ, ମଧୁ ଓ କ୍ଷେତ୍ରୋତ୍ପନ୍ନ ସକଳ ଦ୍ରବ୍ୟ ଆଣିଲେ; ଆଉ ସେମାନେ ପ୍ରଚୁର ରୂପେ ସକଳ ଦ୍ରବ୍ୟର ଦଶମାଂଶ ଆଣିଲେ।


ମାତ୍ର ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯିରୂଶାଲମକୁ ମନୋନୀତ କରିଅଛୁ ଓ ଆମ୍ଭ ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କରିଅଛୁ।


ଏଥିଉତ୍ତାରେ ବାଲ୍‍-ଶାଲିଶାରୁ ଜଣେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳର ରୁଟି, ଅର୍ଥାତ୍‍, କୋଡ଼ିଏ ଯବ ରୁଟି ଓ ନୂତନ ଶସ୍ୟର ଶିଷା ଆପଣା ଝୁଲିରେ ନେଇ ଆସିଲା। ତହିଁରେ ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ।”


ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ଶୀଲୋରେ ଆପଣାମାନଙ୍କୁ ଏକତ୍ର କରି ସେଠାରେ ସମାଗମ-ତମ୍ବୁ ସ୍ଥାପନ କଲେ; ଦେଶ ସେମାନଙ୍କ ସମ୍ମୁଖରେ ପରାଜିତ ଥିଲା।


ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର, ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରିମାଂଶ ତାହାକୁ ଦେବ।


ପୁଣି ଯଦି ତୁମ୍ଭେ ଆପଣା ପ୍ରଥମ ଫଳର ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ଅଗ୍ନିରେ ଭଜା ଶିଷା, ଅର୍ଥାତ୍‍, ମର୍ଦ୍ଦିତ କୋମଳ ଶିଷା ଉତ୍ସର୍ଗ କରିବ।


ତୁମ୍ଭେମାନେ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ, ମାତ୍ର ତୁଷ୍ଟିଜନକ ଆଘ୍ରାଣାର୍ଥେ ତାହା ବେଦି ଉପରକୁ ଆସିବ ନାହିଁ।


ତୁମ୍ଭେ ଆପଣା ଶସ୍ୟର ପୂର୍ଣ୍ଣତାରୁ ଓ (ଫଳାଦିର) ରସରୁ ଉତ୍ସର୍ଗ କରିବାକୁ ବିଳମ୍ବ କରିବ ନାହିଁ। ତୁମ୍ଭେ ଆପଣା ପ୍ରଥମଜାତ ପୁତ୍ରମାନଙ୍କୁ ଆମ୍ଭଙ୍କୁ ଦେବ।


କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା କ୍ରମାନୁସାରେ ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ;


ତୁମ୍ଭେ ଆମ୍ଭ ନିମନ୍ତେ ଏକ ମୃତ୍ତିକାର ବେଦି ନିର୍ମାଣ କରିବ, ପୁଣି, ତହିଁ ଉପରେ ତୁମ୍ଭର ଗୋମେଷାଦି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ; ଆମ୍ଭେ ଯେଉଁ ପ୍ରତ୍ୟେକ ସ୍ଥାନରେ ଆପଣା ନାମ ସ୍ମରଣ କରାଇବା, ସେହି ପ୍ରତ୍ୟେକ ସ୍ଥାନରେ ଆମ୍ଭେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ଆଶୀର୍ବାଦ କରିବା।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ସେହି ଦେଶରେ ଉପସ୍ଥିତ ହୋଇ ତାହା ଅଧିକାର କରି ବାସ କଲେ;


ପୁଣି ତୁମ୍ଭେ ତତ୍କାଳୀନ ଯାଜକ ନିକଟକୁ ଯାଇ ତାହାକୁ କହିବ, ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେହି ଦେଶରେ ଆମ୍ଭେ ଉପସ୍ଥିତ ହୋଇଅଛୁ, ଏହା ଆଜି ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ପ୍ରକାଶ କରୁଅଛୁ।


Swiv nou:

Piblisite


Piblisite