Biblia Todo Logo
Bib sou entènèt

- Piblisite -




ଉପଦେଶକ 1:14 - ଓଡିଆ ବାଇବେଲ

14 ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍ଧାବନମାତ୍ର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍-ଧାବନମାତ୍ର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍ଧାବନମାତ୍ର।

Gade chapit la Kopi

ପବିତ୍ର ବାଇବଲ

14 ସୂର୍ଯ୍ୟ ତଳେ ଘଟୁଥିବା ସମସ୍ତ କାର୍ଯ୍ୟ ମୁଁ ନୀରିକ୍ଷଣ କରିଅଛି। ଆଉ ଦେଖ, ସବୁ ଅସାର, ପବନକୁ ଧରିବା ପରି।

Gade chapit la Kopi




ଉପଦେଶକ 1:14
13 Referans Kwoze  

ତହୁଁ ମୋହର ହସ୍ତ ଯେଉଁ ସମସ୍ତ କାର୍ଯ୍ୟ କରିଥିଲା ଓ ଯେଉଁ ଯେଉଁ ପରିଶ୍ରମରେ ମୁଁ ପରିଶ୍ରାନ୍ତ ହୋଇଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି; ଆଉ, ଦେଖ, ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର, ପୁଣି ସୂର୍ଯ୍ୟ ତଳେ କୌଣସି ଲାଭ ନ ଥିଲା।


ଯେହେତୁ ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି; ମାତ୍ର ପରମେଶ୍ୱରଙ୍କ ତୁଷ୍ଟିକାରୀ ଲୋକକୁ ଦେବା ପାଇଁ ସଂଗ୍ରହ ଓ ସଞ୍ଚୟ କରଣାର୍ଥେ ପାପୀକୁ ସେ କାର୍ଯ୍ୟ ଦିଅନ୍ତି। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।


ତହୁଁ ମୁଁ ଜୀବନକୁ ଘୃଣା କଲି; ଯେହେତୁ ସୂର୍ଯ୍ୟ ତଳେ କୃତ କାର୍ଯ୍ୟ ମୋ’ ପ୍ରତି କ୍ଲେଶବୋଧକ ହେଲା; କାରଣ ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।


ମନର ଲାଳସା ଅପେକ୍ଷା ସାକ୍ଷାତ ଭୋଗ ଭଲ; ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।


ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।


ସେ ଯେଉଁମାନଙ୍କର ଅଧ୍ୟକ୍ଷ ହେଲା, ସେହି ଲୋକମାନେ ଅସଂଖ୍ୟ; ତଥାପି ଉତ୍ତରକାଳୀନ ଲୋକମାନେ ତାହାଠାରେ ଆନନ୍ଦ କରିବେ ନାହିଁ। ନିଶ୍ଚୟ ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।


ଯେତେବେଳେ ମୁଁ ଜ୍ଞାନର ତତ୍ତ୍ୱ ଜାଣିବାକୁ ଓ ପୃଥିବୀରେ ସାଧିତ କାର୍ଯ୍ୟ ଦେଖିବାକୁ ମନୋଯୋଗ କଲି (କାରଣ ଦିବାରାତ୍ର ଯାହାର ଚକ୍ଷୁ ନିଦ୍ରା ଦେଖେ ନାହିଁ, ଏପରି ଲୋକ ମଧ୍ୟ ଅଛନ୍ତି);


କାରଣ ମନୁଷ୍ୟ ସନ୍ତାନଗଣ ପ୍ରତି ଯାହା ଘଟେ, ପଶୁମାନଙ୍କ ପ୍ରତି ତାହା ଘଟେ; ସମସ୍ତଙ୍କ ପ୍ରତି ହିଁ ଏକରୂପ ଘଟଣା ଘଟେ; ଏ ଯେପରି ମରେ, ସେ ସେପରି ମରେ; ପୁଣି, ସମସ୍ତଙ୍କ ପ୍ରାଣ ବାୟୁ ଏକ; ଆଉ, ପଶୁଠାରୁ ମନୁଷ୍ୟର କୌଣସି ପ୍ରାଧାନ୍ୟ ନାହିଁ; କାରଣ ସବୁ ଅସାର।


ପରିଶ୍ରମ ଓ ବାୟୁର ପଶ୍ଚାଦ୍ଧାବନ ସହିତ ଦୁଇ ମୁଠି ଅପେକ୍ଷା ଶାନ୍ତି ସହିତ ଏକ ମୁଠି ଭଲ।


ଉପଦେଶକ କହନ୍ତି, “ଅସାରର ଅସାର, ସବୁ ହିଁ ଅସାର।”


Swiv nou:

Piblisite


Piblisite