Biblia Todo Logo
Bib sou entènèt

- Piblisite -




ଉପଦେଶକ 12:1 - ଓଡିଆ ବାଇବେଲ

1 ଆଉ, ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, “ଏହିସବୁରେ ମୋହର କିଛି ସୁଖ ନାହିଁ, ସେହିସବୁ ବର୍ଷ ସନ୍ନିକଟ ହେଉଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆଉ, ତୁମ୍ଭେ ଯୌବନକାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, ଏସବୁରେ ମୋହର କିଛି ସୁଖ ନାହିଁ, ସେହିସବୁ ବର୍ଷ ସନ୍ନିକଟ ହେଉଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆଉ, ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, ଏହିସବୁରେ ମୋହର କିଛି ସୁଖ ନାହିଁ, ସେହି ସବୁ ବର୍ଷ ସନ୍ନିକଟ ହେଉଅଛି।

Gade chapit la Kopi

ପବିତ୍ର ବାଇବଲ

1 ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର। ବୃଦ୍ଧାବସ୍ଥା ଓ ଏହାର ଦୂରାବସ୍ଥା ଆସିବା ପୂର୍ବରୁ, ଯେଉଁ ବର୍ଷ ତୁମ୍ଭେ କହିବ “ମୁଁ ଆଉ ଜୀବନକୁ ଉପଭୋଗ କରିବାକୁ ଗ୍ଭହେଁ ନାହିଁ।”

Gade chapit la Kopi




ଉପଦେଶକ 12:1
40 Referans Kwoze  

ଯୌବନ କାଳରେ ଯୁଆଳି ବୋହିବା ମନୁଷ୍ୟ ନିମନ୍ତେ ମଙ୍ଗଳ ଅଟେ।


ହଁ, ଯଦି ମନୁଷ୍ୟ ଅନେକ ବର୍ଷ ବଞ୍ଚେ, ତେବେ ସେହି ସବୁରେ ସେ ଆନନ୍ଦ କରୁ; ମାତ୍ର ଅନ୍ଧକାରର ଦିନସବୁ ସେ ମନେ ରଖୁ, କାରଣ ସେହି ଦିନସବୁ ଅନେକ ହେବ। ଯାହା ଯାହା ଘଟେ, ସବୁ ଅସାର।


ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।


କିନ୍ତୁ ସେ ସେମାନଙ୍କୁ ଆପଣା ପାଖକୁ ଡାକି କହିଲେ, ଶିଶୁମାନଙ୍କୁ ମୋ ନିକଟକୁ ଆସିବାକୁ ଦିଅ, ଆଉ ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ୱରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର ।


ହେ ବାଳକମାନେ, ଆସ, ମୋ’ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି।


ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ ।


ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ବଳ ଓ ପରିଶ୍ରମ ଦୁଃଖ ମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ।


ଏହେତୁ ଆପଣା ହୃଦୟରୁ ବିରକ୍ତି ଦୂର କର ଓ ଆପଣା ଶରୀରରୁ ଦୁଃଖ ଦୂର କର; କାରଣ ଯୌବନ ଓ ଜୀବନର ଉତ୍ତମାଂଶ ଅସାର।


ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।


ଆଜି ମୁଁ ଅଶୀ ବର୍ଷ ବୟସ୍କ; ମୁଁ କ’ଣ ଭଲ ଓ ମନ୍ଦର ପ୍ରଭେଦ କରିପାରେ ? ଆପଣଙ୍କ ଦାସ ମୁଁ ଯାହା ଭୋଜନ କି ପାନ କରେ, କ’ଣ ତହିଁର ଆସ୍ୱାଦ ପାଇ ପାରେ ? ମୁଁ କି ଗାୟକ ଓ ଗାୟିକାମାନଙ୍କ ସ୍ୱର ଆଉ ଶୁଣି ପାରେ ? ତେବେ କାହିଁକି ଆପଣଙ୍କ ଦାସ ମୋହର ସ୍ୱାମୀ ମହାରାଜଙ୍କ ପ୍ରତି ଭାର ସ୍ୱରୂପ ହେବ ?


ମାତ୍ର ବାଳକ ଶାମୁୟେଲ କ୍ରମେ କ୍ରମେ ବୃଦ୍ଧି ପାଇଲେ, ପୁଣି, ସଦାପ୍ରଭୁଙ୍କର ଓ ମଧ୍ୟ ମନୁଷ୍ୟର ସାକ୍ଷାତରେ ଅନୁଗ୍ରହପ୍ରାପ୍ତ ହେଲେ।


ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ଏଣୁ ସେ ସମୃଦ୍ଧ ହେଲେ; ଆଉ ସେ ଆପଣା ମିସ୍ରୀୟ କର୍ତ୍ତାର ଗୃହରେ ବାସ କଲେ।


ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,


ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;


କାରାରକ୍ଷକ ଯୋଷେଫଙ୍କର ହସ୍ତଗତ କୌଣସି ବିଷୟରେ ଦୃଷ୍ଟିପାତ କଲା ନାହିଁ, କାରଣ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଥିଲେ; ପୁଣି, ସେ ଯାହା କଲେ, ସଦାପ୍ରଭୁ ତାହା ସିଦ୍ଧ କଲେ।


ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର ।


ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।


ହେ ସଦାପ୍ରଭୁ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ; ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି।


ସେସମୟରେ ଶାମୁୟେଲ ବାଳକ ଶୁକ୍ଳ ଏଫୋଦ ପିନ୍ଧି ସଦାପ୍ରଭୁଙ୍କ ସମ୍ମୁଖରେ ପରିଚର୍ଯ୍ୟା କଲେ।


ମାତ୍ର ମୁଁ ଆପଣଙ୍କ ନିକଟରୁ ଗଲାକ୍ଷଣେ ଯେବେ ସଦାପ୍ରଭୁଙ୍କ ଆତ୍ମା ମୋହର ଅଜ୍ଞାତ କୌଣସି ସ୍ଥାନକୁ ଆପଣଙ୍କୁ ନେଇଯିବେ, ତେବେ ମୁଁ ଯାଇ ଆହାବଙ୍କୁ ସମ୍ବାଦ ଦେଲେ, ସେ ଆପଣଙ୍କୁ ପାଇ ନ ପାରି ମୋତେ ବଧ କରିବେ; ମାତ୍ର ଆପଣଙ୍କ ଦାସ ମୁଁ ବାଲ୍ୟକାଳାବଧି ସଦାପ୍ରଭୁଙ୍କୁ ଭୟ କରୁଅଛି।


ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା, ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା।


ବିଦେଶୀମାନେ ତାହାର ବଳ ଗ୍ରାସ କରିଅଛନ୍ତି, ଆଉ ସେ ତାହା ଜାଣେ ନାହିଁ; ହଁ, ତାହାର ମସ୍ତକରେ, ଏଠାରେ ସେଠାରେ ପକ୍ୱ କେଶ ଅଛି, ମାତ୍ର ସେ ତାହା ଜାଣେ ନାହିଁ।


ସେମାନଙ୍କ ବାହୁବଳରେ ମୋହର କି ଲାଭ ହୋଇ ପାରେ ? ସେମାନଙ୍କର ଯୌବନାବସ୍ଥା ନଷ୍ଟ ହୋଇଅଛି।


ପୁଣି, ତାହା ନିମନ୍ତେ ସମୁଦାୟ ଇସ୍ରାଏଲ ଶୋକ କରି ତାହାକୁ କବର ଦେବେ; ମାତ୍ର ଯାରବୀୟାମ ସମ୍ପର୍କୀୟର କେବଳ ସେ ହିଁ କବର ପାଇବ; କାରଣ ଯାରବୀୟାମ-ବଂଶ ମଧ୍ୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ତାହାରିଠାରେ କିଛି ସଦ୍‍ଭାବ ଦେଖାଯାଇଅଛି।


ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ୱର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ।


ତହୁଁ ମୁଁ ଦୃଷ୍ଟିପାତ କଲି ଓ ଉଠି କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲି; “ତୁମ୍ଭେମାନେ ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; ପ୍ରଭୁଙ୍କୁ ସ୍ମରଣ କର, ସେ ମହାନ୍ ଓ ଭୟଙ୍କର ଅଟନ୍ତି, ଆଉ ତୁମ୍ଭେମାନେ ଆପଣା ଆପଣା ଭ୍ରାତୃଗଣ, ପୁତ୍ର ଓ କନ୍ୟାଗଣ, ଆପଣା ଆପଣା ଭାର୍ଯ୍ୟାଗଣ ଓ ଗୃହ ନିମନ୍ତେ ଯୁଦ୍ଧ କର।”


ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ।


ହେ ସଦାପ୍ରଭୁ, ମୁଁ ରାତ୍ରିକାଳରେ ତୁମ୍ଭର ନାମ ସ୍ମରଣ କରିଅଛି ଓ ତୁମ୍ଭର ବ୍ୟବସ୍ଥା ପାଳନ କରିଅଛି।


ସାତ ଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ।


ଆପଣଙ୍କ ଦାସ କେବଳ ଯର୍ଦ୍ଦନ ପାର ହୋଇ ମହାରାଜଙ୍କ ସଙ୍ଗେ ଯିବ; ଆଉ ମହାରାଜ ତହିଁ ପାଇଁ କାହିଁକି ମୋତେ ଏପରି ପୁରସ୍କାର ଦେବେ ?


Swiv nou:

Piblisite


Piblisite