Biblia Todo Logo
Bib sou entènèt

- Piblisite -




ଉପଦେଶକ 12:9 - ଓଡିଆ ବାଇବେଲ

9 ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲା; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ ବିନ୍ୟାସ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ।

Gade chapit la Kopi

ପବିତ୍ର ବାଇବଲ

9 ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ମିଳିଲା। ପୁଣି ସେ ଅନୁଧ୍ୟାନ କରି ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ ସଂଗ୍ରହ କଲେ।

Gade chapit la Kopi




ଉପଦେଶକ 12:9
8 Referans Kwoze  

ସେ ତିନି ସହସ୍ର ନୀତିକଥା କହିଲେ ଓ ତାଙ୍କର ଗୀତ ଏକ ସହସ୍ର ପାଞ୍ଚ ଥିଲା।


ଦାଉଦଙ୍କ ପୁତ୍ର ଇସ୍ରାଏଲର ରାଜା ଶଲୋମନଙ୍କ ହିତୋପଦେଶ;


ନିମ୍ନଲିଖିତ ହିତୋପଦେଶ ସକଳ ହିଁ ଶଲୋମନଙ୍କ ରଚିତ ଓ ଯିହୁଦାର ରାଜା ହିଜକୀୟର ଅଧିକାରୀମାନେ ତାହା ଉତ୍ତାରିଥିଲେ।


ଶଲୋମନଙ୍କର ହିତୋପଦେଶ। ଜ୍ଞାନବାନ ପୁତ୍ର ପିତାର ଆନନ୍ଦ ଜନ୍ମାଏ; କିନ୍ତୁ ହୀନବୁଦ୍ଧି ପୁତ୍ର ତାହା ମାତାର ଶୋକର କାରଣ।


ଆପଣଙ୍କ ଲୋକମାନେ ଧନ୍ୟ, ଆପଣଙ୍କ ଏହି ଦାସମାନେ ଧନ୍ୟ, ସେମାନେ ନିତ୍ୟ ଆପଣଙ୍କ ସମ୍ମୁଖରେ ଛିଡ଼ା ହୋଇ ଆପଣଙ୍କ ଜ୍ଞାନର କଥା ଶୁଣନ୍ତି।


ପୁଣି, ସଦାପ୍ରଭୁ ଆପଣା ପ୍ରତିଜ୍ଞାନୁସାରେ ଶଲୋମନଙ୍କୁ ଜ୍ଞାନ ଦେଲେ; ଆଉ ହୂରମ୍‍ ଓ ଶଲୋମନଙ୍କ ମଧ୍ୟରେ ସନ୍ଧି ଥିଲା ଓ ସେ ଦୁହେଁ ପରସ୍ପର ନିୟମ କଲେ।


ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନନ୍ତ କାଳ ପର୍ଯ୍ୟନ୍ତ ତେଜସ୍ୱୀ ହେବେ।


Swiv nou:

Piblisite


Piblisite