Biblia Todo Logo
Bib sou entènèt

- Piblisite -




ଉପଦେଶକ 2:16 - ଓଡିଆ ବାଇବେଲ

16 କାରଣ ଯେପରି ମୂର୍ଖର, ସେପରି ଜ୍ଞାନବାନ ଲୋକର ସ୍ମରଣ ସଦାକାଳ ନ ଥାଏ; ଯେହେତୁ ଭବିଷ୍ୟତରେ ସମସ୍ତେ ଭୁଲି ଯାଇଥିବେ। ଆହା ! ମୂର୍ଖ ଯେପରି ମରେ, ଜ୍ଞାନୀ ମଧ୍ୟ ସେପରି ମରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କାରଣ ଯେପରି ମୂର୍ଖର, ସେପରି ଜ୍ଞାନବାନ ଲୋକର ସ୍ମରଣ ସଦାକାଳ ନ ଥାଏ; ଯେହେତୁ ଆସନ୍ତା କାଳକୁ ସମସ୍ତେ ବିସ୍ମୃତ ହୋଇ ଯାଇଥିବେ। ଆହା ! ମୂର୍ଖ ଯେପରି ମରେ, ଜ୍ଞାନୀ ହିଁ ସେପରି ମରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କାରଣ ଯେପରି ମୂର୍ଖର, ସେପରି ଜ୍ଞାନବାନ ଲୋକର ସ୍ମରଣ ସଦାକାଳ ନ ଥାଏ; ଯେହେତୁ ଭବିଷ୍ୟତରେ ସମସ୍ତେ ଭୁଲି ଯାଇଥିବେ। ଆହା! ମୂର୍ଖ ଯେପରି ମରେ, ଜ୍ଞାନୀ ମଧ୍ୟ ସେପରି ମରେ।

Gade chapit la Kopi

ପବିତ୍ର ବାଇବଲ

16 ଯେପରି ମୂର୍ଖର, ସେହିପରି ଜ୍ଞାନବାନ ଲୋକର ସ୍ମରଣ ସର୍ବଦା ନ ଥାଏ। କାରଣ ଭବିଷ୍ୟତରେ, ସମସ୍ତେ ବିସ୍ମୃତ ହୋଇ ଯାଇଥିବେ। ଜଣେ ଜ୍ଞାନୀ ଲୋକକୁ କିପରି ମୂର୍ଖ ଲୋକ ପରି ମରିବା ପାଇଁ ଅନୁମତି ଦିଆଯିବ?

Gade chapit la Kopi




ଉପଦେଶକ 2:16
17 Referans Kwoze  

ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ; କିଅବା ଭବିଷ୍ୟତରେ ଯେଉଁମାନେ ଉତ୍ପନ୍ନ ହେବେ, ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ।”


ଜୀବିତ ଲୋକେ ମରିବେ ବୋଲି ଜାଣନ୍ତି; ମାତ୍ର ମୃତ ଲୋକମାନେ କିଛି ଜାଣନ୍ତି ନାହିଁ, କିଅବା ସେମାନେ ଆଉ କୌଣସି ଫଳ ପାଆନ୍ତି ନାହିଁ; କାରଣ ସେମାନଙ୍କ ବିଷୟକ ସ୍ମରଣ ବିସ୍ମୃତ ହୁଏ।


ଅନ୍ଧକାରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟା ଓ ବିସ୍ମୃତି ଦେଶରେ ତୁମ୍ଭର ଧର୍ମ କି ଜଣାଯିବ ?


ଏଥିଉତ୍ତାରେ ଯେ ଯୋଷେଫଙ୍କୁ ଜାଣି ନ ଥିଲେ, ଏପରି ଏକ ନୂତନ ରାଜା ମିସର ଦେଶରେ ହେଲେ।


ମନୁଷ୍ୟମାନଙ୍କ ନିମନ୍ତେ ଯେପରି ଥରେମାତ୍ର ମୃତ୍ୟୁ,


ସେହି ସମୟରେ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ, ସେମାନେ ଏକ ଆରେକର ସଙ୍ଗେ କଥାବାର୍ତ୍ତା କଲେ; ଆଉ, ସଦାପ୍ରଭୁ ମନୋଯୋଗ କରି ତାହା ଶୁଣିଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ତାହାଙ୍କ ନାମ ଧ୍ୟାନ କଲେ, ସେମାନଙ୍କ ନିମନ୍ତେ ଏକ ସ୍ମରଣାର୍ଥ ନଳାକାର ପୁସ୍ତକ ତାହାଙ୍କ ଛାମୁରେ ଲେଖାଗଲା।


ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ ?


ଜ୍ଞାନବାନର ଚକ୍ଷୁ ତାହାର ମସ୍ତକରେ ଥାଏ, ପୁଣି ମୂର୍ଖ ଅନ୍ଧକାରରେ ଭ୍ରମଣ କରେ, ତଥାପି ସମସ୍ତଙ୍କ ପ୍ରତି ଏକ ଦଶା ଘଟେ, ଏହା ମୁଁ ଦେଖିଲି।


ତହିଁ ଉପରେ ବାୟୁ ବହିଲେ, ତାହା ନ ଥାଏ, ପୁଣି, ତହିଁର ସ୍ଥାନ ଆଉ ତାହାର ପରିଚୟ ପାଇବ ନାହିଁ।


ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍‍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯା’ନ୍ତି।


ପୁଣି ରାଜା ଅବ୍‍ନର ପାଇଁ ବିଳାପ କରି କହିଲେ,” ଯେପରି ମୂଢ଼ ମରେ, ସେପରି କି ଅବ୍‍ନରକୁ ମରିବାକୁ ହେଲା ?


ଏଥିଉତ୍ତାରେ ଯୋଷେଫ, ତାଙ୍କର ଭ୍ରାତୃଗଣ ଓ ତତ୍କାଳୀନ ସମସ୍ତ ଲୋକ ମଲେ।


ତହିଁରେ ମୁଁ ଆପଣା ମନେ ମନେ କହିଲି, “ମୂର୍ଖ ପ୍ରତି ଯେରୂପ ଘଟେ, ମୋ’ ପ୍ରତି ହିଁ ସେରୂପ ଘଟିବ; ତେବେ ମୁଁ କାହିଁକି ଅଧିକ ଜ୍ଞାନବାନ ହେଲି ?” ତହୁଁ ମୁଁ ମନେ ମନେ କହିଲି, “ଏହା ହିଁ ଅସାର।”


ଭୋଜଗୃହକୁ ଯିବାଠାରୁ ବିଳାପ ଗୃହକୁ ଯିବାର ଭଲ; କାରଣ ତାହା ସମୁଦାୟ ମନୁଷ୍ୟର ଶେଷ ଗତି ଓ ଜୀବିତ ଲୋକ ତହିଁରେ ମନୋଯୋଗ କରିବ।


ଆହୁରି, ମୁଁ ଦୁଷ୍ଟମାନଙ୍କୁ କବରପ୍ରାପ୍ତ ହେବା ଦେଖିଲି; ପୁଣି ଯଥାର୍ଥ କର୍ମକାରୀମାନେ ପବିତ୍ର ସ୍ଥାନକୁ ଗଲେ ଓ ନଗରରୁ ବିସ୍ମୃତ ହେଲେ; ଏହା ହିଁ ଅସାର ଦେଖିଲି।


ଏପରି ସମୟରେ ତାହା ମଧ୍ୟରେ ଏକ ଦରିଦ୍ର ଜ୍ଞାନୀ ଲୋକ ଦେଖାଗଲା, ପୁଣି ସେ ଆପଣା ଜ୍ଞାନ ଦ୍ୱାରା ନଗର ରକ୍ଷା କଲା; ତଥାପି ସେହି ଦରିଦ୍ର ଲୋକକୁ କେହି ସ୍ମରଣ କଲା ନାହିଁ।


ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତା ମାତ୍ର।


Swiv nou:

Piblisite


Piblisite