Biblia Todo Logo
Bib sou entènèt

- Piblisite -




ଉପଦେଶକ 2:19 - ଓଡିଆ ବାଇବେଲ

19 ଆଉ, ସେ ଜ୍ଞାନୀ କି ମୂର୍ଖ ହେବ, କିଏ ଜାଣେ ? ତଥାପି ମୁଁ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୋଇ ଜ୍ଞାନ ପ୍ରକାଶ କଲି, ସେ ମୋହର ସେହି ସକଳ ପରିଶ୍ରମର ଫଳାଧିକାରୀ ହେବ; ଏହା ହିଁ ଅସାର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଆଉ, ସେ ଜ୍ଞାନୀ କି ମୂର୍ଖ ହେବ, କିଏ ଜାଣେ? ତଥାପି ମୁଁ ସୂର୍ଯ୍ୟ ତଳେ ଯେ ଯେ ପରିଶ୍ରମରେ ପରିଶ୍ରା; ହୋଇ ଜ୍ଞାନ ପ୍ରକାଶ କଲି, ସେ ମୋହର ସେହି ସକଳ ପରିଶ୍ରମର ଫଳାଧିକାରୀ ହେବ; ଏହା ହିଁ ଅସାର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ, ସେ ଜ୍ଞାନୀ କି ମୂର୍ଖ ହେବ, କିଏ ଜାଣେ? ତଥାପି ମୁଁ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୋଇ ଜ୍ଞାନ ପ୍ରକାଶ କଲି, ସେ ମୋହର ସେହି ସକଳ ପରିଶ୍ରମର ଫଳାଧିକାରୀ ହେବ; ଏହା ହିଁ ଅସାର।

Gade chapit la Kopi

ପବିତ୍ର ବାଇବଲ

19 କେହି ଜଣେ ସବୁକିଛି ନିୟନ୍ତ୍ରଣ କରିବ, ଯାହା ପାଇଁ ମୁଁ ପରିଶ୍ରମ କରିଛି। ଏଇ ଜୀବନରେ ମୁଁ ଜ୍ଞାନ ବଳରେ ସବୁକିଛି ପାଇଛି। ସେ ଲୋକ ଜ୍ଞାନୀ କିଅବା ମୂର୍ଖ ହେବ, ଏହା ମୁଁ ଜାଣେ ନାହିଁ। ଏହା ମଧ୍ୟ ଅସାର ଅଟେ।

Gade chapit la Kopi




ଉପଦେଶକ 2:19
14 Referans Kwoze  

କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ ।


ଏହେତୁ ମନୁଷ୍ୟ ସ୍ୱକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ପରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ ?


ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ ।


ସେହି ଅବିଶ୍ୱସ୍ତ ବେବର୍ତ୍ତା ବୁଦ୍ଧି ସହିତ କାର୍ଯ୍ୟ କରିଥିବାରୁ ପ୍ରଭୁ ତାହାର ପ୍ରଶଂସା କଲେ; ଯେଣୁ ଏହି ଯୁଗର ସନ୍ତାନମାନେ ସେମାନଙ୍କ ନିଜ ଜାତି ପକ୍ଷରେ ଆଲୋକର ସନ୍ତାନମାନଙ୍କ ଅପେକ୍ଷା ଅଧିକ ବୁଦ୍ଧିମାନ ।


ମୁଁ ମଧ୍ୟ ସୂର୍ଯ୍ୟ ତଳେ ଏହି ପ୍ରକାର ଜ୍ଞାନ ଦେଖିଅଛି, ଆଉ ତାହା ମୋ’ ଦୃଷ୍ଟିରେ ମହତ୍‍ ବୋଧ ହେଲା;


କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି ।


ତହିଁରେ ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି ରାଜା ଲୋକମାନଙ୍କୁ କଟୁ ଉତ୍ତର ଦେଲେ;


ଏହେତୁ ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ସେହି ସମସ୍ତ ବିଷୟରେ ଆପଣା ଅନ୍ତଃକରଣକୁ ନିରାଶ କରାଇବାକୁ ପ୍ରବୃତ୍ତ ହେଲି।


ତହିଁ ଉତ୍ତାରେ ଶଲୋମନ ମୃତ୍ୟୁବରଣ କଲେ ପୁଣି ଆପଣା ପିତୃଲୋକଙ୍କର ସହିତ ଆପଣା ପିତା ଦାଉଦ-ନଗରରେ କବର ପାଇଲେ; ତହୁଁ ତାଙ୍କ ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ।


ତହୁଁ ମୋହର ହସ୍ତ ଯେଉଁ ସମସ୍ତ କାର୍ଯ୍ୟ କରିଥିଲା ଓ ଯେଉଁ ଯେଉଁ ପରିଶ୍ରମରେ ମୁଁ ପରିଶ୍ରାନ୍ତ ହୋଇଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି; ଆଉ, ଦେଖ, ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର, ପୁଣି ସୂର୍ଯ୍ୟ ତଳେ କୌଣସି ଲାଭ ନ ଥିଲା।


Swiv nou:

Piblisite


Piblisite