Biblia Todo Logo
Bib sou entènèt

- Piblisite -




ଉପଦେଶକ 2:22 - ଓଡିଆ ବାଇବେଲ

22 ତେବେ ସୂର୍ଯ୍ୟ ତଳେ ମନୁଷ୍ୟ ଯେଉଁ ଯେଉଁ ପରିଶ୍ରମରେ ଓ ହୃଦୟର ଚିନ୍ତାରେ ପରିଶ୍ରାନ୍ତ ହୁଏ, ସେସବୁରୁ ସେ କ’ଣ ପାଏ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତେବେ ସୂର୍ଯ୍ୟ ତଳେ ମନୁଷ୍ୟ ଯେ ଯେ ପରିଶ୍ରମରେ ଓ ହୃଦୟର ଚିନ୍ତାରେ ପରିଶ୍ରା; ହୁଏ, ସେସବୁରୁ ସେ କʼଣ ପାଏ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତେବେ ସୂର୍ଯ୍ୟ ତଳେ ମନୁଷ୍ୟ ଯେଉଁ ଯେଉଁ ପରିଶ୍ରମରେ ଓ ହୃଦୟର ଚିନ୍ତାରେ ପରିଶ୍ରାନ୍ତ ହୁଏ, ସେସବୁରୁ ସେ କʼଣ ପାଏ?

Gade chapit la Kopi

ପବିତ୍ର ବାଇବଲ

22 ସୂର୍ଯ୍ୟ ତଳେ ଜଣେ ମନୁଷ୍ୟ ପରିଶ୍ରମ କରି ଓ ହୃଦୟକୁ ଦୁଃଖ ଦେଇ କ’ଣ ପାଏ?

Gade chapit la Kopi




ଉପଦେଶକ 2:22
21 Referans Kwoze  

ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୁଏ, ତାହାର ସେହିସବୁରୁ କି ଲାଭ ?


ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି।


ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି ।


ଏଣୁ ଖାଦ୍ୟ, ବସ୍ତ୍ର ଥିଲେ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ।


କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ୱରଙ୍କ ନିକଟରେ ଜଣାଅ ।


ଅତଏବ କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ । ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ ।


ପରିଶ୍ରମ ଓ ବାୟୁର ପଶ୍ଚାଦ୍ଧାବନ ସହିତ ଦୁଇ ମୁଠି ଅପେକ୍ଷା ଶାନ୍ତି ସହିତ ଏକ ମୁଠି ଭଲ।


କର୍ମକାରୀ ବ୍ୟକ୍ତିର ଆପଣା ପରିଶ୍ରମରେ କି ଲାଭ ?


ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କ'ଣ ଦେବ ?


ଆଜି ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ ।


ତହୁଁ ମୁଁ ଆନନ୍ଦର ପ୍ରଶଂସା କଲି, କାରଣ ଭୋଜନ ଓ ପାନ ଓ ଆନନ୍ଦ କରିବା ଅପେକ୍ଷା ସୂର୍ଯ୍ୟ ତଳେ ମନୁଷ୍ୟ ପ୍ରତି ଆଉ କୌଣସି ଉତ୍ତମ ବିଷୟ ନାହିଁ; ଯେଣୁ ସେ ସୂର୍ଯ୍ୟ ତଳେ ପରମେଶ୍ୱରଙ୍କ ଦତ୍ତ ତାହାର ପରମାୟୁ ମଧ୍ୟରେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସବୁରେ ଏହା ହିଁ ତାହାର ସହବର୍ତ୍ତୀ ହେବ।


ଆହୁରି, ସେ ଯାବଜ୍ଜୀବନ ଅନ୍ଧକାରରେ ଆହାର କରେ, ପୁଣି ସେ ଅତିଶୟ ବିରକ୍ତ ହୁଏ, ଆଉ ତାହାକୁ ପୀଡ଼ା ଓ କୋପ ଘଟେ।


କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ; କିଅବା ତାହାର ପୁତ୍ର କି ଭ୍ରାତା ନାହିଁ; ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ, ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ। ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛି ? ଏହା ହିଁ ଅସାର ଓ ଅତ୍ୟନ୍ତ କ୍ଲେଶଜନକ।


ପୁଣି, କ'ଣ ଖାଇବ ଓ କ'ଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ବା ଚିନ୍ତିତ ହୁଅ ନାହିଁ,


ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ଏନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କ'ଣ ଖାଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କ'ଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ ।


ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କ'ଣ ଖାଇବ ବା କ'ଣ ପିଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କ'ଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ । ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ ?


ପରିଶ୍ରମକାରୀର କ୍ଷୁଧା ତାହା ନିମନ୍ତେ ପରିଶ୍ରମ କରେ, ଯେହେତୁ ତାହାର ମୁଖ ତହିଁ ପାଇଁ ତାହାକୁ ବାଧ୍ୟ କରେ।


ଏହି ପ୍ରକାର ଲୋକମାନଙ୍କର, ପୁଣି, ପ୍ରତ୍ୟେକ ସହକର୍ମୀ ଓ ପରିଶ୍ରମୀ ଲୋକଙ୍କର ବଶୀଭୂତ ହୁଅ, ତୁମ୍ଭମାନଙ୍କୁ ଏହି ଅନୁରୋଧ କରୁଅଛି ।


ତହୁଁ ମୋହର ହସ୍ତ ଯେଉଁ ସମସ୍ତ କାର୍ଯ୍ୟ କରିଥିଲା ଓ ଯେଉଁ ଯେଉଁ ପରିଶ୍ରମରେ ମୁଁ ପରିଶ୍ରାନ୍ତ ହୋଇଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି; ଆଉ, ଦେଖ, ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର, ପୁଣି ସୂର୍ଯ୍ୟ ତଳେ କୌଣସି ଲାଭ ନ ଥିଲା।


Swiv nou:

Piblisite


Piblisite