Biblia Todo Logo
Bib sou entènèt

- Piblisite -




ଉପଦେଶକ 2:3 - ଓଡିଆ ବାଇବେଲ

3 ମୁଁ କିପରି ମଦ୍ୟପାନରେ ଶରୀରକୁ ତୁଷ୍ଟ କରିବି ଓ ଆକାଶ ତଳେ ମନୁଷ୍ୟ ସନ୍ତାନଗଣର ଯାବଜ୍ଜୀବନ କଅଣ କରିବା ଭଲ, ଏହା ଜାଣିପାରିବା ପର୍ଯ୍ୟନ୍ତ କିପରି ଅଜ୍ଞାନତା ଅବଲମ୍ବନ କରିବି, ଏହା ମନେ ମନେ ଅନୁସନ୍ଧାନ କଲି, ଏହି ସମୟରେ ମଧ୍ୟ ମୋହର ମନ ଜ୍ଞାନରେ ମୋତେ ପଥ ପ୍ରଦର୍ଶନ କରୁଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମୁଁ କିରୂପେ ମଦ୍ୟପାନରେ ଶରୀରକୁ ତୁଷ୍ଟ କରିବି ଓ ଆକାଶ ତଳେ ମନୁଷ୍ୟ-ସନ୍ତାନଗଣର ଯାବଜ୍ଜୀବନ କଅଣ କରିବା ଭଲ, ଏହା ଜାଣିପାରିବା ପର୍ଯ୍ୟନ୍ତ କିରୂପେ ଅଜ୍ଞାନତା ଅବଲମ୍ଵନ କରିବି, ଏହା ମନେ ମନେ ଅନୁସନ୍ଧାନ କଲି, ଏହି ସମୟରେ ହେଁ ମୋହର ମନ ଜ୍ଞାନରେ ମୋତେ ପଥପ୍ରଦର୍ଶନ କରୁଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମୁଁ କିପରି ମଦ୍ୟପାନରେ ଶରୀରକୁ ତୁଷ୍ଟ କରିବି ଓ ଆକାଶ ତଳେ ମନୁଷ୍ୟ-ସନ୍ତାନଗଣର ଯାବଜ୍ଜୀବନ କଅଣ କରିବା ଭଲ, ଏହା ଜାଣି ପାରିବା ପର୍ଯ୍ୟନ୍ତ କିପରି ଅଜ୍ଞାନତା ଅବଲମ୍ବନ କରିବି, ଏହା ମନେ ମନେ ଅନୁସନ୍ଧାନ କଲି, ଏହି ସମୟରେ ମଧ୍ୟ ମୋହର ମନ ଜ୍ଞାନରେ ମୋତେ ପଥ ପ୍ରଦର୍ଶନ କରୁଥିଲା।

Gade chapit la Kopi

ପବିତ୍ର ବାଇବଲ

3 ଜଣେ ମୂର୍ଖ ପରି ମାତାଲ୍ ହେବା ପର୍ଯ୍ୟନ୍ତ ମୁଁ ସ୍ଥିର କଲି ଦ୍ରାକ୍ଷାରସ ପିଇବା ପାଇଁ ଚେଷ୍ଟା କରିବି। ଯଦିଓ ସବୁବେଳେ ମୋର ମନ ବୁଦ୍ଧିର ସହିତ ମୋତେ ପରିଗ୍ଭଳନା କରୁଛି। ମୁଁ ଦେଖିବା ପାଇଁ ଗ୍ଭହିଁଲି। ଏହା କରିବା କ’ଣ ପୃଥିବୀର ଲୋକମାନଙ୍କ ପାଇଁ ମୂଲ୍ୟହୀନ।

Gade chapit la Kopi




ଉପଦେଶକ 2:3
22 Referans Kwoze  

ଦ୍ରାକ୍ଷାରସ ନିନ୍ଦକ, ମଦ୍ୟ କଳହକାରୀ; ଯେକେହି ତଦ୍ଦ୍ୱାରା ଭ୍ରାନ୍ତ ହୁଏ, ସେ ଜ୍ଞାନବାନ ନୁହେଁ।


ତହୁଁ ମୁଁ ଜ୍ଞାନର ତତ୍ତ୍ୱ, ପୁଣି ପାଗଳାମି ଓ ଅଜ୍ଞାନତାର ତତ୍ତ୍ୱ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି।


ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,


ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ।


କାରଣ ମନୁଷ୍ୟ ଛାୟା ତୁଲ୍ୟ ଆପଣାର ଯେଉଁ ଅସାର ଜୀବନର ଦିନସବୁ କ୍ଷେପଣ କରେ, ସେହି ଜୀବନ କାଳରେ ତାହାର ମଙ୍ଗଳ କଅଣ, ଏହା କିଏ ଜାଣେ ? ଆଉ, ମନୁଷ୍ୟର ମରଣାନ୍ତେ ସୂର୍ଯ୍ୟ ତଳେ ଯାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ ?


କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇ ପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ । ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାର ନାହିଁ ।


ଜ୍ଞାନ ଓ ବିଷୟମାନର ତତ୍ତ୍ୱ ଜାଣିବାକୁ, ପୁଣି ଦୁଷ୍ଟତା ଯେ ନିର୍ବୋଧତା ଓ ମୂର୍ଖତା ଯେ ପାଗଳାମି, ଏହା ଜାଣିବାକୁ ମୁଁ ଫେରିଲି ଓ ମୋହର ମନ ତାହା ଅନୁସନ୍ଧାନ ଓ ଅନ୍ଵେଷଣ କରିବାକୁ ନିବିଷ୍ଟ ହେଲା।


ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ; କାରଣ ଯେ ପରମେଶ୍ୱରଙ୍କୁ ଭୟ କରେ, ସେ ଏହିସବୁରୁ ଉତ୍ତୀର୍ଣ୍ଣ ହେବ।


ଭୋଜନ ଓ ପାନ ପୁଣି ନିଜ ପରିଶ୍ରମରେ ଆପଣା ପ୍ରାଣକୁ ସୁଖଭୋଗ କରାଇବା ଅପେକ୍ଷା ମନୁଷ୍ୟର ଆଉ ଅଧିକ ମଙ୍ଗଳ ବିଷୟ ନାହିଁ। ମଧ୍ୟ ମୁଁ ଦେଖିଲି, ଏହା ପରମେଶ୍ୱରଙ୍କ ହସ୍ତରୁ ହୁଏ।


ଯଦି ମନୁଷ୍ୟର ମୃତ୍ୟୁ ହୁଏ ତେବେ କ’ଣ ସେ ପୁନର୍ବାର ବଞ୍ଚିବ ? ମୋହର ମୁକ୍ତି ଉପସ୍ଥିତ ନୋହିବା ପର୍ଯ୍ୟନ୍ତ ମୁଁ ଆପଣା ଯୁଦ୍ଧର ସମସ୍ତ ଦିନ ଅପେକ୍ଷା କରିବି।


ଏଉତ୍ତାରେ ଅବୀଗଲ ନାବଲ ନିକଟକୁ ଆସିଲା, ସେତେବେଳେ ଦେଖ, ସେ ଆପଣା ଗୃହରେ ରାଜଭୋଜ ପରି ଭୋଜ କରିଥିଲା; ପୁଣି, ନାବଲ ଅତିଶୟ ମତ୍ତ ଥିବାରୁ ତାହାର ମନ ଅତି ପ୍ରଫୁଲ୍ଲ ଥିଲା; ଏହେତୁ ସକାଳ ଆଲୁଅ ପର୍ଯ୍ୟନ୍ତ ଅବୀଗଲ ତାହାକୁ ଅଳ୍ପ ବା ବହୁତ କୌଣସି କଥା ଜଣାଇଲା ନାହିଁ।


ଯାକୁବ ଫାରୋଙ୍କୁ କହିଲେ, “ମୋହର ପ୍ରବାସ କାଳର ଦିନ ଶହେ ତିରିଶ ବର୍ଷ; ମୋ’ ପରମାୟୁର ଦିନ ଅଳ୍ପ ଓ ଆପଦଜନକ; ପୁଣି, ମୋହର ପୂର୍ବପୁରୁଷମାନଙ୍କ ପ୍ରବାସକାଳୀନ ଆୟୁର ଦିନ ତୁଲ୍ୟ ନୁହେଁ।”


ତହିଁରେ ଦ୍ରାକ୍ଷାଲତା ସେମାନଙ୍କୁ କହିଲା, ମୋହର ଯେଉଁ ଦ୍ରାକ୍ଷାରସ ପରମେଶ୍ୱରଙ୍କୁ ଓ ମନୁଷ୍ୟକୁ ପ୍ରସନ୍ନ କରେ, ତାହା ତ୍ୟାଗ କରି ମୁଁ କି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି ?


ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍‍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।


ଦେଖ, ଭୋଜନ ଓ ପାନ କରିବାର ଓ ପରମେଶ୍ୱରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ।


ତହୁଁ ମୁଁ ଆନନ୍ଦର ପ୍ରଶଂସା କଲି, କାରଣ ଭୋଜନ ଓ ପାନ ଓ ଆନନ୍ଦ କରିବା ଅପେକ୍ଷା ସୂର୍ଯ୍ୟ ତଳେ ମନୁଷ୍ୟ ପ୍ରତି ଆଉ କୌଣସି ଉତ୍ତମ ବିଷୟ ନାହିଁ; ଯେଣୁ ସେ ସୂର୍ଯ୍ୟ ତଳେ ପରମେଶ୍ୱରଙ୍କ ଦତ୍ତ ତାହାର ପରମାୟୁ ମଧ୍ୟରେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସବୁରେ ଏହା ହିଁ ତାହାର ସହବର୍ତ୍ତୀ ହେବ।


ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; ଧନ ସବୁ କାର୍ଯ୍ୟରେ ଆସେ।


Swiv nou:

Piblisite


Piblisite