Biblia Todo Logo
Bib sou entènèt

- Piblisite -




ଉପଦେଶକ 3:1 - ଓଡିଆ ବାଇବେଲ

1 ସବୁ ବିଷୟର ଉଚିତ୍ ସମୟ ଅଛି ଓ ଆକାଶ ତଳେ ସବୁ ଉଦ୍ଦେଶ୍ୟର ଉଚିତ୍ ସମୟ ଅଛି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସବୁ ବିଷୟର କାଳ ଅଛି ଓ ଆକାଶ ତଳେ ସବୁ ମନୋରଥର ସମୟ ଅଛି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସବୁ ବିଷୟର ଉଚିତ ସମୟ ଅଛି ଓ ଆକାଶ ତଳେ ସବୁ ଉଦ୍ଦେଶ୍ୟର ଉଚିତ ସମୟ ଅଛି;

Gade chapit la Kopi

ପବିତ୍ର ବାଇବଲ

1 ପ୍ରତ୍ୟେକ ଜିନିଷ ପାଇଁ ଏକ ଉଚିତ୍ ସମୟ ଅଛି ଏବଂ ସ୍ୱର୍ଗ ତଳେ ପ୍ରତ୍ୟେକ ଯୋଜନା ଠିକ୍ ସମୟରେ ଘଟିବ।

Gade chapit la Kopi




ଉପଦେଶକ 3:1
12 Referans Kwoze  

ମୁଁ ମନେ ମନେ କହିଲି, “ପରମେଶ୍ୱର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ; କାରଣ ପ୍ରତ୍ୟେକ ମନସ୍କାମନା ଓ ପ୍ରତ୍ୟେକ କାର୍ଯ୍ୟ ପାଇଁ ସମୟ ଅଛି।”


ଆଉ ପ୍ରାତଃକାଳରେ କହିଥାଅ, ଆଜି ଝଡ଼ ହେବ, କାରଣ ଆକାଶ ଲାଲ ଓ ମେଘୁଆ ହୋଇଅଛି । ତୁମ୍ଭେମାନେ ଆକାଶର ଲକ୍ଷଣର ଭେଦାଭେଦ ବୁଝି ପାରୁଅଛ, କିନ୍ତୁ କାଳର ଲକ୍ଷଣସବୁ ବୁଝି ପାରୁ ନାହଁ ?


ସୁଖ ସମୟରେ ଆନନ୍ଦିତ ହୁଅ ଓ ଦୁଃଖ ସମୟରେ ବିବେଚନା କର; ମନୁଷ୍ୟକୁ ଭବିଷ୍ୟତରେ ଯାହା ଘଟିବ, ତାହା ଯେପରି ସେ ଜାଣି ନ ପାରେ, ଏଥିପାଇଁ ପରମେଶ୍ୱର ସୁଖ ଓ ଦୁଃଖକୁ ପାଖେ ପାଖେ ରଖିଅଛନ୍ତି।


ଏଥିରେ ଇଲୀଶାୟ ତାହାକୁ କହିଲେ, “ସେ ଲୋକ ତୁମ୍ଭକୁ ଭେଟିବା ପାଇଁ ଯେତେବେଳେ ଆପଣା ରଥରୁ ଫେରି ଆସିଲା, ସେତେବେଳେ ମୋହର ଅନ୍ତଃକରଣ କି ତୁମ୍ଭ ସଙ୍ଗରେ ଯାଇ ନ ଥିଲା ? ଏ କି ରୂପା, ବସ୍ତ୍ର, ଜୀତକ୍ଷେତ୍ର, ଦ୍ରାକ୍ଷାକ୍ଷେତ୍ର, ମେଷ, କି ଗୋରୁ, ଓ ଦାସ ଓ ଦାସୀ ଗ୍ରହଣ କରିବାର ସମୟ ?


ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ, ପୁଣି ଯଥାକାଳର କଥା କିପରି ଉତ୍ତମ !


ମୁଁ କିପରି ମଦ୍ୟପାନରେ ଶରୀରକୁ ତୁଷ୍ଟ କରିବି ଓ ଆକାଶ ତଳେ ମନୁଷ୍ୟ ସନ୍ତାନଗଣର ଯାବଜ୍ଜୀବନ କଅଣ କରିବା ଭଲ, ଏହା ଜାଣିପାରିବା ପର୍ଯ୍ୟନ୍ତ କିପରି ଅଜ୍ଞାନତା ଅବଲମ୍ବନ କରିବି, ଏହା ମନେ ମନେ ଅନୁସନ୍ଧାନ କଲି, ଏହି ସମୟରେ ମଧ୍ୟ ମୋହର ମନ ଜ୍ଞାନରେ ମୋତେ ପଥ ପ୍ରଦର୍ଶନ କରୁଥିଲା।


ତହୁଁ ମୁଁ ଜୀବନକୁ ଘୃଣା କଲି; ଯେହେତୁ ସୂର୍ଯ୍ୟ ତଳେ କୃତ କାର୍ଯ୍ୟ ମୋ’ ପ୍ରତି କ୍ଲେଶବୋଧକ ହେଲା; କାରଣ ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।


ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ଆପଣା ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ।


ପୁଣି, ଆକାଶ ତଳେ କୃତ ସମସ୍ତ ବିଷୟ ଜ୍ଞାନ ଦ୍ୱାରା ଆଲୋଚନା ଓ ଅନୁସନ୍ଧାନ କରିବା ପାଇଁ ମନୋଯୋଗ କଲି; ଏତଦ୍ଦ୍ୱାରା ପରମେଶ୍ୱର ଯେ ମନୁଷ୍ୟ ସନ୍ତାନଗଣକୁ ବ୍ୟସ୍ତ ହେବାକୁ ଦେଇଅଛନ୍ତି, ଏହା ଅତ୍ୟନ୍ତ କ୍ଲେଶଜନକ।


ବାହାରେ ତୁମ୍ଭ କାର୍ଯ୍ୟର ଆୟୋଜନ କର, କ୍ଷେତ୍ରରେ ଆପଣା ନିମନ୍ତେ ତାହା ପ୍ରସ୍ତୁତ କର; ତହିଁ ଉତ୍ତାରେ ଆପଣା ଗୃହ ନିର୍ମାଣ କର।


ସେସ୍ଥାନରେ ଲୋକମାନେ ଉଚ୍ଚ ସ୍ୱରରେ କହିଲେ, “ମିସରର ରାଜା ଫାରୋ ଶବ୍ଦମାତ୍ର; ସେ ନିରୂପିତ ସମୟ ବହି ଯିବାକୁ ଦେଇଅଛି।”


Swiv nou:

Piblisite


Piblisite