Biblia Todo Logo
Bib sou entènèt

- Piblisite -




ଉପଦେଶକ 3:11 - ଓଡିଆ ବାଇବେଲ

11 ସେ ପ୍ରତ୍ୟେକ ବିଷୟକୁ ତାହାର ସମୟରେ ଶୋଭିତ କରିଅଛନ୍ତି; ମଧ୍ୟ ସେ ସେମାନଙ୍କ ହୃଦୟରେ ଅନନ୍ତ କାଳ ରଖିଅଛନ୍ତି; ତଥାପି ପରମେଶ୍ୱର ପ୍ରଥମଠାରୁ ଶେଷ ପର୍ଯ୍ୟନ୍ତ ଯେଉଁ କାର୍ଯ୍ୟ କରିଅଛନ୍ତି, ମନୁଷ୍ୟ ତହିଁର ତତ୍ତ୍ୱ ପାଇ ପାରେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେ ପ୍ରତ୍ୟେକ ବିଷୟକୁ ତାହାର ସମୟରେ ଶୋଭିତ କରିଅଛନ୍ତି; ମଧ୍ୟ ସେ ସେମାନଙ୍କ ହୃଦୟରେ ଅନ; କାଳ ରଖିଅଛନ୍ତି; ତଥାପି ପରମେଶ୍ଵର ପ୍ରଥମଠାରୁ ଶେଷ ପର୍ଯ୍ୟନ୍ତ ଯେଉଁ କାର୍ଯ୍ୟ କରିଅଛନ୍ତି, ମନୁଷ୍ୟ ତହିଁର ତତ୍ତ୍ଵ ପାଇ ପାରେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେ ପ୍ରତ୍ୟେକ ବିଷୟକୁ ତାହାର ସମୟରେ ଶୋଭିତ କରିଅଛନ୍ତି; ମଧ୍ୟ ସେ ସେମାନଙ୍କ ହୃଦୟରେ ଅନନ୍ତକାଳ ରଖିଅଛନ୍ତି; ତଥାପି ପରମେଶ୍ୱର ପ୍ରଥମଠାରୁ ଶେଷ ପର୍ଯ୍ୟନ୍ତ ଯେଉଁ କାର୍ଯ୍ୟ କରିଅଛନ୍ତି, ମନୁଷ୍ୟ ତହିଁର ତତ୍ତ୍ୱ ପାଇ ପାରେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

11 ପରମେଶ୍ୱର ଏହା ଠିକ୍ ସମୟରେ ପ୍ରତ୍ୟେକ ଜିନିଷ ସୁନ୍ଦର କରନ୍ତି। ସେ ମଧ୍ୟ ଲୋକମାନଙ୍କ ମନରେ ଅନନ୍ତକାଳର ଧାରଣା ରଖନ୍ତି, କିନ୍ତୁ ସେମାନେ କେବେହେଲେ ପୁରାପୁରି ବୁଝିପାରନ୍ତି ନାହିଁ ଯେ, ପ୍ରତ୍ୟେକ ଜିନିଷ ପରମେଶ୍ୱର କରିଅଛନ୍ତି।

Gade chapit la Kopi




ଉପଦେଶକ 3:11
19 Referans Kwoze  

ଆହା ! ଈଶ୍ୱରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର ! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ !


ତୁମ୍ଭେ କ’ଣ ଅନୁସନ୍ଧାନ ଦ୍ୱାରା ପରମେଶ୍ୱରଙ୍କୁ ପାଇପାର ? ତୁମ୍ଭେ କ’ଣ ସର୍ବଶକ୍ତିମାନଙ୍କର ସମ୍ପୂର୍ଣ୍ଣ ତତ୍ତ୍ୱ ପାଇପାର ?


ସେତେବେଳେ ମୁଁ ପରମେଶ୍ୱରଙ୍କର ସକଳ କାର୍ଯ୍ୟ ବିଷୟ ଦେଖିଲି ଯେ, ମନୁଷ୍ୟ ସୂର୍ଯ୍ୟ ତଳେ ସାଧିତ କାର୍ଯ୍ୟର ତତ୍ତ୍ୱ ପାଇ ନ ପାରେ; କାରଣ ତାହା ଅନ୍ଵେଷଣ କରିବା ପାଇଁ ମନୁଷ୍ୟ ଯେତେ ପରିଶ୍ରମ କଲେ ହେଁ ତାହା ପାଇ ପାରିବ ନାହିଁ; ଆହୁରି, ଜ୍ଞାନୀ ଲୋକ ତାହା ଜାଣିବାକୁ ଚିନ୍ତା କଲେ ହେଁ ତହିଁର ତତ୍ତ୍ୱ ପାଇବାକୁ ସମର୍ଥ ହେବ ନାହିଁ।


ପରମେଶ୍ୱର ମହାନ, ଅନନୁସନ୍ଧେୟ ଏବଂ ଅସଂଖ୍ୟ ଆଶ୍ଚର୍ଯ୍ୟ କର୍ମ କରନ୍ତି;


ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।


ଆଉ ଲୋକମାନେ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ସେ ସମସ୍ତ କର୍ମ ଉତ୍ତମ ରୂପେ କରିଅଛନ୍ତି; ସେ ବଧିରମାନଙ୍କୁ ଶୁଣିବା ଶକ୍ତି ଓ ମୂକମାନଙ୍କୁ କହିବା ଶକ୍ତି ସୁଦ୍ଧା ପ୍ରଦାନ କରନ୍ତି ।


ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।


ହେ ସଦାପ୍ରଭୁ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧ ! ତୁମ୍ଭେ ଜ୍ଞାନରେ ସେସବୁ ନିର୍ମାଣ କରିଅଛ; ପୃଥିବୀ ତୁମ୍ଭ ସମ୍ପତ୍ତିରେ ପରିପୂର୍ଣ୍ଣ।


ଦେଖ, ମୁଁ ଏତିକି ମାତ୍ର ପାଇଅଛି ଯେ, ପରମେଶ୍ୱର ମନୁଷ୍ୟକୁ ସରଳ କରି ନିର୍ମାଣ କଲେ; ମାତ୍ର ସେମାନେ ଅନେକ ଉଦ୍ଭାବନ ଅନ୍ଵେଷଣ କରିଅଛନ୍ତି।


ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ ।


ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ ।


ମୋର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋ'ବିଷୟ ମୋଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ ।


ସର୍ବଶକ୍ତିମାନ ପରମେଶ୍ଵର ! ଆମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇ ନ ପାରୁ; ସେ ପରାକ୍ରମରେ ଶ୍ରେଷ୍ଠ; ପୁଣି, ସେ ବିଚାର ଓ ପ୍ରଚୁର ନ୍ୟାୟଗୁଣ ହେତୁ କ୍ଳେଶ ଦେବେ ନାହିଁ।


ସଦାପ୍ରଭୁ ପ୍ରତ୍ୟେକ ବିଷୟକୁ ତହିଁର ନିଜ ଉଦ୍ଦେଶ୍ୟ ସାଧନ ନିମନ୍ତେ କରିଅଛନ୍ତି; ଦୁଷ୍ଟକୁ ମଧ୍ୟ ଦୁର୍ଦ୍ଦିନ ନିମନ୍ତେ।


ପୁଣି, ଆକାଶ ତଳେ କୃତ ସମସ୍ତ ବିଷୟ ଜ୍ଞାନ ଦ୍ୱାରା ଆଲୋଚନା ଓ ଅନୁସନ୍ଧାନ କରିବା ପାଇଁ ମନୋଯୋଗ କଲି; ଏତଦ୍ଦ୍ୱାରା ପରମେଶ୍ୱର ଯେ ମନୁଷ୍ୟ ସନ୍ତାନଗଣକୁ ବ୍ୟସ୍ତ ହେବାକୁ ଦେଇଅଛନ୍ତି, ଏହା ଅତ୍ୟନ୍ତ କ୍ଲେଶଜନକ।


ପରମେଶ୍ୱରଙ୍କର କାର୍ଯ୍ୟ ବିବେଚନା କର; କାରଣ ସେ ଯାହା ବଙ୍କା କରିଅଛନ୍ତି, କିଏ ତାହା ସଳଖ କରି ପାରେ ?


ମୁଁ ଜ୍ଞାନ ଦ୍ୱାରା ଏହିସବୁ ପରୀକ୍ଷା କରିଅଛି। ମୁଁ କହିଲି, “ମୁଁ ଜ୍ଞାନୀ ହେବି,” ମାତ୍ର ତାହା ମୋ’ଠାରୁ ଦୂର ଥିଲା।


ତୁମ୍ଭେ ଯେପରି ବାୟୁର ଗତି, ଅବା ଗର୍ଭବତୀର ଉଦରରେ ଅସ୍ଥି କିପରି ବଢ଼େ, ତାହା ଜାଣ ନାହିଁ, ସେପରି ସର୍ବସାଧକ ପରମେଶ୍ୱରଙ୍କ କର୍ମ ହିଁ ଜାଣ ନାହିଁ।


Swiv nou:

Piblisite


Piblisite