Biblia Todo Logo
Bib sou entènèt

- Piblisite -




ଉପଦେଶକ 3:4 - ଓଡିଆ ବାଇବେଲ

4 ରୋଦନ କରିବାର ସମୟ ଓ ହସିବାର ସମୟ; ବିଳାପ କରିବାର ସମୟ ଓ ନୃତ୍ୟ କରିବାର ସମୟ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ରୋଦନ କରିବାର ସମୟ ଓ ହାସ୍ୟ କରିବାର ସମୟ; ବିଳାପ କରିବାର ସମୟ ଓ ନୃତ୍ୟ କରିବାର ସମୟନ୍ତ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ରୋଦନ କରିବାର ସମୟ ଓ ହସିବାର ସମୟ; ବିଳାପ କରିବାର ସମୟ ଓ ନୃତ୍ୟ କରିବାର ସମୟ;

Gade chapit la Kopi

ପବିତ୍ର ବାଇବଲ

4 କାନ୍ଦିବା ପାଇଁ ଏକ ସମୟ ଅଛି ଓ ହସିବା ପାଇଁ ମଧ୍ୟ ଏକ ସମୟ ଅଛି। ବିଳାପ ପାଇଁ ସମୟ ଅଛି ଓ ଖୁସୀରେ ନୃତ୍ୟ କରିବାର ପାଇଁ ମଧ୍ୟ ସମୟ ଅଛି।

Gade chapit la Kopi




ଉପଦେଶକ 3:4
23 Referans Kwoze  

ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର ।


ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର; ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ ।


କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ।


ଏଥିଉତ୍ତାରେ ହାରୋଣଙ୍କର ଭଗିନୀ ଭବିଷ୍ୟଦ୍‍ବକ୍ତ୍ରୀ ମରୀୟମ ହସ୍ତରେ ଦାରା ନେଲେ ଓ ତାଙ୍କର ପଛେ ପଛେ ଅନ୍ୟ ସ୍ତ୍ରୀସକଳ ଦାରା ନେଇ ନୃତ୍ୟ କରୁ କରୁ ବାହାର ହେଲେ।


କାରଣ ଈଶ୍ୱରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନ ପରିବର୍ତ୍ତନ ଜନ୍ମାଏ, ଯାହାସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ ।


ଆଉ ପ୍ରଭୁ ଯେ ତାଙ୍କ ପ୍ରତି ମହା ଦୟା ପ୍ରକାଶ କରିଅଛନ୍ତି, ଏହା ଶୁଣି ତାଙ୍କ ପ୍ରତିବାସୀ ଓ ସମ୍ପର୍କୀୟମାନେ ତାଙ୍କ ସହିତ ଆନନ୍ଦ କରିବାକୁ ଲାଗିଲେ ।


ଆମ୍ଭେମାନେ ତୁମ୍ଭମାନଙ୍କ ପାଖରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ ଛାତିରେ ମାରି ହେଲ ନାହିଁ ବର୍ତ୍ତମାନ ପୁରୁଷ ସେମାନଙ୍କ ପରି ।


ଯୀଶୁ ସେମାନଙ୍କୁ କହିଲେ, ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ କି ଶୋକ କରି ପାରନ୍ତି ? କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ିନିଆଯିବ, ଆଉ ସେତେବେଳେ ସେମାନେ ଉପବାସ କରିବେ ।


ପୁଣି ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରରେ ଉପସ୍ଥିତ ହେବା ବେଳେ ଶାଉଲଙ୍କର କନ୍ୟା ମୀଖଲ ଝରକା ଦେଇ ଅନାଇ ଦାଉଦ ରାଜାଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ କୁଦିବାର ଓ ନାଚିବାର ଦେଖିଲା; ଏଣୁ ସେ ଆପଣା ମନେ ମନେ ତାଙ୍କୁ ତୁଚ୍ଛ କଲା।


ଆଉ ସାରା କହିଲେ, “ପରମେଶ୍ୱର ମୋତେ ହସାଇଲେ, ଏହା ଶୁଣି ସମସ୍ତେ ମୋ’ ସହିତ ହସିବେ।”


ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ;


ପ୍ରସ୍ତର ପକାଇବାର ସମୟ ଓ ପ୍ରସ୍ତର ସଂଗ୍ରହ କରିବାର ସମୟ; ଆଲିଙ୍ଗନ କରିବାର ସମୟ ଓ ଆଲିଙ୍ଗନରୁ ନିବୃତ୍ତ ହେବାର ସମୟ,


ସୁଖ ସମୟରେ ଆନନ୍ଦିତ ହୁଅ ଓ ଦୁଃଖ ସମୟରେ ବିବେଚନା କର; ମନୁଷ୍ୟକୁ ଭବିଷ୍ୟତରେ ଯାହା ଘଟିବ, ତାହା ଯେପରି ସେ ଜାଣି ନ ପାରେ, ଏଥିପାଇଁ ପରମେଶ୍ୱର ସୁଖ ଓ ଦୁଃଖକୁ ପାଖେ ପାଖେ ରଖିଅଛନ୍ତି।


“ମୋ’ ଲୋକମାନଙ୍କୁ ସାନ୍ତ୍ୱନା କର, ସାନ୍ତ୍ୱନା କର,” ଏହା ତୁମ୍ଭମାନଙ୍କର ପରମେଶ୍ୱର କହନ୍ତି।


ତୁମ୍ଭେମାନେ ଯିରୂଶାଲମକୁ ଚିତ୍ତପ୍ରବୋଧକ କଥା କୁହ, ଆଉ ତାହାର ସଂଗ୍ରାମ ସମାପ୍ତ ହେଲା, ତାହାର ଅପରାଧ କ୍ଷମା ହେଲା, ସେ ସଦାପ୍ରଭୁଙ୍କ ହସ୍ତରୁ ଆପଣାର ସମସ୍ତ ପାପ ସକାଶୁ ଦୁଇ ଗୁଣ ପାଇଅଛି ବୋଲି ତାହା ନିକଟରେ ପ୍ରଚାର କର।


Swiv nou:

Piblisite


Piblisite