Biblia Todo Logo
Bib sou entènèt

- Piblisite -




ଉପଦେଶକ 3:8 - ଓଡିଆ ବାଇବେଲ

8 ପ୍ରେମ କରିବାର ସମୟ ଓ ଘୃଣା କରିବାର ସମୟ; ଯୁଦ୍ଧର ସମୟ ଓ ଶାନ୍ତିର ସମୟ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପ୍ରେମ କରିବାର ସମୟ ଓ ଘୃଣା କରିବାର ସମୟ; ଯୁଦ୍ଧର ସମୟ ଓ ସନ୍ଧିର ସମୟ ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପ୍ରେମ କରିବାର ସମୟ ଓ ଘୃଣା କରିବାର ସମୟ; ଯୁଦ୍ଧର ସମୟ ଓ ଶାନ୍ତିର ସମୟ ଅଛି।

Gade chapit la Kopi

ପବିତ୍ର ବାଇବଲ

8 ପ୍ରେମ କରିବାର ସମୟ ଅଛି ଓ ଘୃଣା କରିବାର ମଧ୍ୟ ସମୟ ଅଛି। ଯୁଦ୍ଧର ସମୟ ଅଛି ଓ ଶାନ୍ତିର ମଧ୍ୟ ସମୟ ଅଛି।

Gade chapit la Kopi




ଉପଦେଶକ 3:8
19 Referans Kwoze  

ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ସେ ତ ତାହା ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ,


କେହି ଯେବେ ମୋ’ ପାଖକୁ ଆସି ନିଜର ବାପା, ମା, ସ୍ତ୍ରୀ, ସନ୍ତାନ, ଭାଇ ଓ ଭଉଣୀମାନଙ୍କୁ ଏପରିକି ନିଜ ପ୍ରାଣକୁ ସୁଦ୍ଧା ଅଧିକ ପ୍ରେମ ନ କରେ, ତେବେ ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ ।


ମାତ୍ର ଏବେ ସଦାପ୍ରଭୁ ମୋ’ ପରମେଶ୍ୱର ଚତୁର୍ଦ୍ଦିଗରେ ମୋତେ ବିଶ୍ରାମ ଦେଇଅଛନ୍ତି; ବିପକ୍ଷ କେହି ନାହିଁ, ବା ବିପଦ-ଘଟଣା କିଛି ନାହିଁ।


ଆମ୍ଭେ ତୁମ୍ଭର କର୍ମ, ପରିଶ୍ରମ ଓ ଧୈର୍ଯ୍ୟ ଜାଣୁ; ପୁଣି, ତୁମ୍ଭେ ଯେ ଦୁଷ୍ଟମାନଙ୍କର କ୍ରିୟା ସହି ନ ପାର, ଆଉ ଯେଉଁମାନେ ଆପଣା ଆପଣାକୁ ପ୍ରେରିତ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ପ୍ରେରିତ ନୁହଁନ୍ତି, ସେମାନଙ୍କୁ ପରିକ୍ଷା କରି ମିଥ୍ୟାବାଦୀ ବୋଲି ଚିହ୍ନିଅଛ,


ହେ ସଦାପ୍ରଭୁ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କ’ଣ ଘୃଣା କରୁ ନାହିଁ ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କ’ଣ ବିରକ୍ତ ହେଉ ନାହିଁ ?


ପୁଣି ହନାନିର ପୁତ୍ର ଯେହୂ ଦର୍ଶକ ତାଙ୍କୁ ଭେଟିବାକୁ ବାହାରକୁ ଯାଇ ଯିହୋଶାଫଟ୍‍ ରାଜାଙ୍କୁ କହିଲା, “ଦୁଷ୍ଟମାନଙ୍କର ସାହାଯ୍ୟ କରିବା, ପୁଣି ଯେଉଁମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି, ସେମାନଙ୍କୁ ପ୍ରେମ କରିବା କି ତୁମ୍ଭର କର୍ତ୍ତବ୍ୟ ? ଏହି କାର୍ଯ୍ୟ ହେତୁ ସଦାପ୍ରଭୁଙ୍କଠାରୁ ତୁମ୍ଭ ଉପରେ କୋପ ଉପସ୍ଥିତ।


ଯାହାଦ୍ୱାରା ସେମାନେ ଯୁବା ସ୍ତ୍ରୀମାନଙ୍କୁ ଶିକ୍ଷା ଦିଅନ୍ତୁ ଯେ, ଆପଣା ସ୍ୱାମୀ ଓ ସନ୍ତାନମାନଙ୍କୁ ପ୍ରେମ କରନ୍ତୁ;


ଆଉ ସେହି ପ୍ରକାରେ ଈଶ୍ୱରଙ୍କ ସମସ୍ତ ପୂର୍ଣ୍ଣତାରେ ପରିପୂର୍ଣ୍ଣ ହୁଅ ।


ପୁଣି, ଆମ୍ଭେ ଯେତେବେଳେ ତୁମ୍ଭର ନିକଟ ଦେଇ ଗମନ କଲୁ ଓ ତୁମ୍ଭ ପ୍ରତି ଅନାଇଲୁ, ସେତେବେଳେ ଦେଖ, ତୁମ୍ଭର ସେ ସମୟ ତ ପ୍ରେମର ସମୟ; ତହୁଁ ଆମ୍ଭେ ତୁମ୍ଭ ଉପରେ ଆପଣା ବସ୍ତ୍ରାଞ୍ଚଳ ପ୍ରସାରିଲୁ ଓ ତୁମ୍ଭର ଉଲଙ୍ଗତା ଆଚ୍ଛାଦନ କଲୁ; ହଁ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲୁ, ତହିଁରେ ତୁମ୍ଭେ ଆମ୍ଭର ହେଲ।”


ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଯିହୋଶୂୟ ସେସମସ୍ତ ଦେଶ ହସ୍ତଗତ କଲେ ଓ ଯିହୋଶୂୟ ପ୍ରତ୍ୟେକ ବଂଶର ବିଭାଗାନୁସାରେ ଅଧିକାର କରିବାକୁ ଇସ୍ରାଏଲଙ୍କୁ ତାହା ଦେଲେ। ତହୁଁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।


ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟିଗୋଚରରେ ରଖିବି ନାହିଁ; ମୁଁ ବିପଥଗାମୀମାନଙ୍କ କର୍ମ ଘୃଣା କରେ; ତାହା ମୋ’ଠାରେ ଲିପ୍ତ ହେବ ନାହିଁ।


ଧାର୍ମିକ ଲୋକ ମିଥ୍ୟାକୁ ଘୃଣା କରେ; ମାତ୍ର ଦୁଷ୍ଟ ଲୋକ ଦୁର୍ଗନ୍ଧ ସ୍ୱରୂପ, ଆଉ ସେ ଲଜ୍ଜା ଭୋଗ କରେ।


ପୁଣି ଯୋରାମ୍‍ ଯେହୂଙ୍କୁ ଦେଖନ୍ତେ, ତାଙ୍କୁ ପଚାରିଲେ, “ଯେହୂ କୁଶଳ କି ?” ତହିଁରେ; ସେ ଉତ୍ତର କଲେ, “ଯେପର୍ଯ୍ୟନ୍ତ ତୁମ୍ଭ ମାତା ଈଷେବଲ୍‍ର ଏତେ ବ୍ୟଭିଚାର ଓ ମାୟାବୀତ୍ୱ ଅଛି, ସେପର୍ଯ୍ୟନ୍ତ କି କୁଶଳ ?”


ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ ଓ ଆପଣା ଦାସମାନଙ୍କ ସହିତ ଧୂର୍ତ୍ତ ବ୍ୟବହାର କରିବା ପାଇଁ ସେମାନଙ୍କ ମନ ପରିବର୍ତ୍ତନ କଲେ।


Swiv nou:

Piblisite


Piblisite