Biblia Todo Logo
Bib sou entènèt

- Piblisite -




ଉପଦେଶକ 5:1 - ଓଡିଆ ବାଇବେଲ

1 ତୁମ୍ଭେ ପରମେଶ୍ୱରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳି ଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତୁମ୍ଭେ ପରମେଶ୍ଵରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳିଣଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତୁମ୍ଭେ ପରମେଶ୍ୱରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳି ଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ

1 ଯେତେବେଳେ ତୁମ୍ଭେମାନେ ପରମେଶ୍ୱରଙ୍କୁ ଉପାସନା କରିବାକୁ ଯାଅ, ବହୁତ ସାବଧାନ ହୁଅ। ମୂର୍ଖମାନଙ୍କ ପରି ବଳିଦେବା ଅପେକ୍ଷା ପରମେଶ୍ୱରଙ୍କୁ ମାନିବା ଅଧିକ ଉତ୍ତମ। ମୂର୍ଖମାନେ ଜାଣନ୍ତି ମଧ୍ୟ ନାହିଁ, ଯେତେବେଳେ ସେମାନେ ମନ୍ଦକର୍ମ କରନ୍ତି।

Gade chapit la Kopi




ଉପଦେଶକ 5:1
28 Referans Kwoze  

ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ । ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ,


ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।


ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ।


ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ ସନ୍ତାନଗଣ ମଧ୍ୟରେ କିଏ ଅଛି ?


ତହୁଁ ସଦାପ୍ରଭୁଙ୍କ ସୈନ୍ୟର ସେନାପତି ଯିହୋଶୂୟଙ୍କୁ କହିଲେ, ତୁମ୍ଭ ପାଦରୁ ପାଦୁକା କାଢ଼, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଠିଆ ହେଉଅଛ, ତାହା ପବିତ୍ର। ଆଉ ଯିହୋଶୂୟ ସେପରି କଲେ।


ତହୁଁ ସେ କହିଲେ, “ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।”


କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ୱେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ,


କ'ଣ ? ତୁମ୍ଭମାନଙ୍କର କି ଭୋଜନପାନ କରିବା ନିମନ୍ତେ ଘର ନାହିଁ ? କିମ୍ବା ତୁମ୍ଭେମାନେ କ'ଣ ଈଶ୍ୱରଙ୍କ ମଣ୍ଡଳୀକୁ ଅବଜ୍ଞା କରୁଅଛ, ପୁଣି, ଯେଉଁମାନଙ୍କର ନାହିଁ, ସେମାନଙ୍କୁ ଲଜ୍ଜା ଦେଉଅଛ ? ମୁଁ ତୁମ୍ଭମାନଙ୍କୁ କ'ଣ କହିବି ? କ'ଣ ତୁମ୍ଭମାନଙ୍କର ପ୍ରଶଂସା କରିବି ? ଏବିଷୟରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁ ନାହିଁ ।


ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;


ଥେସଲନୀକୀରେ ଥିବା ଯିହୂଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ । ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ ।


ଏନିମନ୍ତେ ମୁଁ ଅବିଳମ୍ବରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି । ଅତଏବ ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଈଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ ।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।” ତହିଁରେ ହାରୋଣ ମୌନ ହେଲେ।


ମାତ୍ର ସେ ବଳବାନ ହୁଅନ୍ତେ, ତାଙ୍କର ଅନ୍ତଃକରଣ ଉଦ୍ଧତ ହେଲା, ତହୁଁ ସେ ଦୁରାଚରଣ କରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ; କାରଣ ସେ ଧୂପବେଦିରେ ଧୂପ ଜ୍ୱଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।


“ତୁମ୍ଭେ ପ୍ରକ୍ଷାଳନ ନିମନ୍ତେ ପିତ୍ତଳର କୁଣ୍ଡ ଓ ତହିଁର ପିତ୍ତଳର ବୈଠିକି ପ୍ରସ୍ତୁତ କରିବ; ପୁଣି, ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ରଖି ତହିଁ ମଧ୍ୟରେ ଜଳ ପୂରାଇବ।


“ଏତେ କଥାର କି କିଛି ଉତ୍ତର ଦିଆଯିବ ନାହିଁ ? ଓ ବକୁଆ ଲୋକ କ’ଣ ନିର୍ଦ୍ଦୋଷ ଗଣାଯିବ ?


ପରମେଶ୍ୱର କ’ଣ ଉଚ୍ଚତମ ସ୍ୱର୍ଗରେ ନାହାନ୍ତି ? ଓ ତାରାଗଣର ଉଚ୍ଚତା ଦେଖ, ସେସବୁ କେଡ଼େ ଉଚ୍ଚ !


ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ।


Swiv nou:

Piblisite


Piblisite