Biblia Todo Logo
Bib sou entènèt

- Piblisite -




ଉପଦେଶକ 5:2 - ଓଡିଆ ବାଇବେଲ

2 ତୁମ୍ଭେ ଆପଣା ମୁଖରେ ଅବିବେକୀ ହୁଅ ନାହିଁ ଓ ପରମେଶ୍ୱରଙ୍କ ସାକ୍ଷାତରେ କୌଣସି କଥା କହିବା ପାଇଁ ତୁମ୍ଭର ଚିତ୍ତ ଚଞ୍ଚଳ ନ ହେଉ; କାରଣ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି ଓ ତୁମ୍ଭେ ପୃଥିବୀରେ ଅଛ; ଏହେତୁ ତୁମ୍ଭେ କଥା କହିବା ପୁର୍ବରୁ ଭଲ ଭାବରେ ଚିନ୍ତା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ଆପଣା ମୁଖରେ ଅବିବେକୀ ହୁଅ ନାହିଁ ଓ ପରମେଶ୍ଵରଙ୍କ ସାକ୍ଷାତରେ କୌଣସି କଥା କହିବା ପାଇଁ ତୁମ୍ଭର ଚିତ୍ତ ଚଞ୍ଚଳ ନ ହେଉ; କାରଣ ପରମେଶ୍ଵର ସ୍ଵର୍ଗରେ ଅଛନ୍ତି ଓ ତୁମ୍ଭେ ପୃଥିବୀରେ ଅଛ; ଏହେତୁ ତୁମ୍ଭର କଥା ଅଳ୍ପ ହେଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତୁମ୍ଭେ ଆପଣା ମୁଖରେ ଅବିବେକୀ ହୁଅ ନାହିଁ ଓ ପରମେଶ୍ୱରଙ୍କ ସାକ୍ଷାତରେ କୌଣସି କଥା କହିବା ପାଇଁ ତୁମ୍ଭର ଚିତ୍ତ ଚଞ୍ଚଳ ନ ହେଉ; କାରଣ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି ଓ ତୁମ୍ଭେ ପୃଥିବୀରେ ଅଛ; ଏହେତୁ ତୁମ୍ଭେ କଥା କହିବା ପୁର୍ବରୁ ଭଲ ଭାବରେ ଚିନ୍ତା କର।

Gade chapit la Kopi

ପବିତ୍ର ବାଇବଲ

2 ପରମେଶ୍ୱରଙ୍କଠାରେ ପ୍ରତିଜ୍ଞା କରିବା ସମୟରେ ସାବଧାନ ହୁଅ। ପରମେଶ୍ୱରଙ୍କ ଆଗରେ କୌଣସି କଥା କହିବା ପାଇଁ ତୁମ୍ଭର ଚିତ୍ତ ଚଞ୍ଚଳ ନ ହେଉ। କାରଣ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି ଓ ତୁମ୍ଭେ ପୃଥିବୀରେ ଅଛ। ଏଣୁ ତୁମ୍ଭର କଥା ଅଳ୍ପ ହେଉ।

Gade chapit la Kopi




ଉପଦେଶକ 5:2
21 Referans Kwoze  

ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୂଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି ।


ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ।


“କାରଣ ପୃଥିବୀ ଅପେକ୍ଷା ଆକାଶମଣ୍ଡଳ ଯେପରି ଉଚ୍ଚ, ସେହିପରି ଆମ୍ଭର ମାର୍ଗସକଳ ତୁମ୍ଭମାନଙ୍କର ମାର୍ଗ ଅପେକ୍ଷା ଓ ଆମ୍ଭର ସଂକଳ୍ପ ସକଳ ତୁମ୍ଭମାନଙ୍କ ସଂକଳ୍ପ ଅପେକ୍ଷା ଉଚ୍ଚତର ଅଟେ।


ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ ।


କାରଣ ସ୍ୱପ୍ନ ଓ ଅସାରତାର ବାହୁଲ୍ୟ ଓ ବହୁ ବାକ୍ୟ ଦ୍ୱାରା ଏହିପରି ଘଟେ; ମାତ୍ର ତୁମ୍ଭେ ପରମେଶ୍ୱରଙ୍କୁ ଭୟ କର।


ତହିଁରେ ଅବ୍ରହାମ ପ୍ରତ୍ୟୁତ୍ତର କଲେ, “ଦେଖନ୍ତୁ, ମୁଁ ଧୂଳି ଓ ଭସ୍ମମାତ୍ର ହେଲେ ହେଁ ମୋ ପ୍ରଭୁଙ୍କ ଛାମୁରେ କଥା କହିବାକୁ ପ୍ରବୃତ୍ତ ହୋଇଅଛି।


ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ । ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ ।


କାରଣ କାର୍ଯ୍ୟର ବାହୁଲ୍ୟରେ ସ୍ୱପ୍ନ ହୁଏ; ପୁଣି ବାକ୍ୟର ବାହୁଲ୍ୟରେ ମୂର୍ଖର ରବ ହୁଏ।


ଏହା ପବିତ୍ର ବୋଲି ହଠାତ୍‍ କହିବାର ଓ ମାନତ କଲା ଉତ୍ତାରେ ବିଚାର କରିବାର, ମନୁଷ୍ୟ ପ୍ରତି ଫାନ୍ଦ ସ୍ୱରୂପ।


ଆଉ ଯାକୁବ ମାନତ କରି କହିଲା, “ଯଦି ପରମେଶ୍ୱର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି, ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ,


ମାତ୍ର ଆମ୍ଭମାନଙ୍କ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି; ଯାହା ତାହାଙ୍କର ଇଚ୍ଛା, ତାହା ସେ କରିଅଛନ୍ତି।


ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆଉ ଥରେ ମାତ୍ର କହିବି; ହୋଇପାରେ, ସେଠାରେ ଦଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଦଶ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।”


ପୁନର୍ବାର ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆହୁରି କଥାଟିଏ କହିବି; ହୋଇପାରେ, ସେଠାରେ ତିରିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ତିରିଶ ଜଣ ପାଇଲେ, ତାହା କରିବା ନାହିଁ।”


ସେ ସମୟରେ ଯିପ୍ତହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ ମନାସି କହିଲେ, ଯେବେ ତୁମ୍ଭେ ଅମ୍ମୋନ ସନ୍ତାନମାନଙ୍କୁ ନିଃସନ୍ଦେହ ମୋହର ହସ୍ତରେ ସମର୍ପଣ କରିବ,


ପୁଣି, ସେ ତାହା ନିକଟରେ ଶପଥ କଲେ, ତୁମ୍ଭେ ଆମ୍ଭକୁ ଯାହା କିଛି ମାଗିବ, ରାଜ୍ୟର ଅର୍ଦ୍ଧେକ ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଦେବା ।


ପୁଣି, ମୁଁ ଏହି ଯେଉଁ ପ୍ରସ୍ତର ସ୍ତମ୍ଭ ରୂପେ ସ୍ଥାପନ କରିଅଛି, ତାହା ପରମେଶ୍ୱରଙ୍କ ଗୃହ ହେବ, ଆଉ ତୁମ୍ଭେ ମୋତେ ଯାହା ସବୁ ଦେବ, ତହିଁର ଦଶମାଂଶ ମୁଁ ତୁମ୍ଭଙ୍କୁ ଅବଶ୍ୟ ଦେବି।”


ଅଥବା କେହି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବିଚାରହୀନତା ପୂର୍ବକ ଶପଥ କରେ, ମନୁଷ୍ୟ ଯେକୌଣସି ବିଷୟରେ ଶପଥପୂର୍ବକ ବିଚାରହୀନତା କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ; ତେବେ ସେ ତାହା ଜ୍ଞାତ ହେଲେ, ଉକ୍ତ କୌଣସି ଏକ ବିଷୟରେ ଦୋଷୀ ହେବ।


ଜ୍ଞାନୀର ମୁଖର ବାକ୍ୟ ଅନୁଗ୍ରହଜନକ; ମାତ୍ର ମୂର୍ଖର ନିଜ ଓଷ୍ଠାଧର ତାହାକୁ ଗ୍ରାସ କରିବ।


ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶେଷ ଦୁଃଖଦାୟୀ ପାଗଳାମି ଅଟେ।


Swiv nou:

Piblisite


Piblisite