Biblia Todo Logo
Bib sou entènèt

- Piblisite -




ଉପଦେଶକ 6:6 - ଓଡିଆ ବାଇବେଲ

6 ପୁଣି, ସେ ମନୁଷ୍ୟ କୌଣସି ମଙ୍ଗଳ ଭୋଗ ନ କରି ଦୁଇଗୁଣ ସହସ୍ର ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ଯା’ନ୍ତି ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ସେ ମନୁଷ୍ୟ କୌଣସି ମଙ୍ଗଳ ଭୋଗ ନ କରି ଦୁଇଗୁଣ ସହସ୍ର ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ଯାʼନ୍ତି?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ସେ ମନୁଷ୍ୟ କୌଣସି ମଙ୍ଗଳ ଭୋଗ ନ କରି ଦୁଇଗୁଣ ସହସ୍ର ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ଯାʼନ୍ତି?

Gade chapit la Kopi

ପବିତ୍ର ବାଇବଲ

6 ପୁଣି ସେ ମନୁଷ୍ୟ କୌଣସି ମଙ୍ଗଳ ଭୋଗ ନ କରି 200 ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ଯାଆନ୍ତି?

Gade chapit la Kopi




ଉପଦେଶକ 6:6
18 Referans Kwoze  

ସମସ୍ତେ ଏକ ସ୍ଥାନକୁ ଯାଆନ୍ତି; ସମସ୍ତେ ଧୂଳିରୁ ଉତ୍ପନ୍ନ ଓ ସମସ୍ତେ ପୁନର୍ବାର ଧୂଳିରେ ଲୀନ ହୁଅନ୍ତି।


ମନୁଷ୍ୟମାନଙ୍କ ନିମନ୍ତେ ଯେପରି ଥରେମାତ୍ର ମୃତ୍ୟୁ,


କାରଣ ମୁଁ ଜାଣେ, ତୁମ୍ଭେ ମୋତେ ମୃତ୍ୟୁୁ ନିକଟକୁ ଓ ସମସ୍ତ ପ୍ରାଣୀ ପାଇଁ ନିରୂପିତ ଗୃହକୁ ଆଣିବ।


ସେ ମରୁଭୂମିସ୍ଥିତ ଝାଉଁ ବୃକ୍ଷ ତୁଲ୍ୟ ହେବ, ମଙ୍ଗଳ ଉପସ୍ଥିତ ହେବା ବେଳେ ସେ ଦେଖିବ ନାହିଁ; ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନରେ, ନିବାସୀବିହୀନ ଲବଣ ଭୂମିରେ ବାସ କରିବ।


ସେମାନେ ନିର୍ମାଣ କଲେ, ଅନ୍ୟ କେହି ତହିଁରେ ବାସ କରିବ ନାହିଁ; ସେମାନେ ରୋପଣ କଲେ, ଅନ୍ୟ କେହି ଫଳ ଭୋଗ କରିବ ନାହିଁ; କାରଣ ଆମ୍ଭ ଲୋକମାନଙ୍କର ଆୟୁ ବୃକ୍ଷର ଆୟୁ ତୁଲ୍ୟ ହେବ ଓ ଆମ୍ଭ ମନୋନୀତ ଲୋକମାନେ ଦୀର୍ଘ କାଳ ପର୍ଯ୍ୟନ୍ତ ଆପଣାମାନଙ୍କ ହସ୍ତକୃତ କର୍ମର ଫଳ ଭୋଗ କରିବେ।


ସେସମୟରୁ ସେସ୍ଥାନରେ ଅଳ୍ପ ଦିନର ଶିଶୁ କିଅବା ଅସମ୍ପୂର୍ଣ୍ଣାୟୁ ବୃଦ୍ଧ ଲୋକ ଆଉ ନ ଥିବ; କାରଣ ବାଳକ ଏକ ଶତ ବର୍ଷ ବୟଃକ୍ରମରେ ମରିବ ଓ ପାପୀ ଏକ ଶତ ବର୍ଷ ବୟସ୍କ ହୋଇ ଶାପଗ୍ରସ୍ତ ହେବ।


ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରି ଯିବ।


ଯଦି କୌଣସି ମନୁଷ୍ୟ ଶହେ ସନ୍ତାନ ଜାତ କରି ଅନେକ ବର୍ଷ ବଞ୍ଚି ଦୀର୍ଘଜୀବୀ ହୁଏ, ମାତ୍ର ତାହାର ପ୍ରାଣ ଯଦି ସୁଖରେ ତୃପ୍ତ ନ ହୁଏ, ଆହୁରି ଯଦି ତାହାକୁ କବର ଦିଆ ନ ଯାଏ, ତେବେ ମୁଁ କହେ, ସେହି ଲୋକ ଅପେକ୍ଷା ଜନ୍ମ ହେବା ସମୟରେ ମୃତ୍ୟୁୁବରଣ କରିଥିବା ଶିଶୁଟି ଉତ୍ତମ ଅଟେ;


ଯେ ଜୀବନ ବାଞ୍ଛା କରେ ଓ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ ?


ଆହେ, ମୋହର ପ୍ରାଣ ବାୟୁ ମାତ୍ର ବୋଲି ସ୍ମରଣ କର; ମୋହର ଚକ୍ଷୁ ଆଉ ମଙ୍ଗଳ ଦେଖିବ ନାହିଁ।


ଆଉ, ସେ କହିଲା, “ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।”


ଆଦମଙ୍କର ବୟସ ସର୍ବସୁଦ୍ଧା ନଅଶହ ତିରିଶ ବର୍ଷ ଥିଲା; ତହୁଁ ସେ ମଲେ।


ଜ୍ଞାନବାନର ଚକ୍ଷୁ ତାହାର ମସ୍ତକରେ ଥାଏ, ପୁଣି ମୂର୍ଖ ଅନ୍ଧକାରରେ ଭ୍ରମଣ କରେ, ତଥାପି ସମସ୍ତଙ୍କ ପ୍ରତି ଏକ ଦଶା ଘଟେ, ଏହା ମୁଁ ଦେଖିଲି।


ଆହୁରି, ଏହି ଶିଶୁ ସୂର୍ଯ୍ୟ ଦେଖି ନାହିଁ କି ଜାଣି ନାହିଁ; ତଥାପି ଏହି ମୃତ ଜାତ ଶିଶୁ ସେ ଲୋକ ଅପେକ୍ଷା ଅଧିକ ବିଶ୍ରାମ ପାଏ;


ଭୋଜଗୃହକୁ ଯିବାଠାରୁ ବିଳାପ ଗୃହକୁ ଯିବାର ଭଲ; କାରଣ ତାହା ସମୁଦାୟ ମନୁଷ୍ୟର ଶେଷ ଗତି ଓ ଜୀବିତ ଲୋକ ତହିଁରେ ମନୋଯୋଗ କରିବ।


ସବୁ ବିଷୟ ସମସ୍ତଙ୍କ ପ୍ରତି ସମାନ ଘଟେ; ଧାର୍ମିକ ଓ ଦୁଷ୍ଟ, ସୁଶୀଳ, ପୁଣି ଶୁଚି ଓ ଅଶୁଚି; ଯଜ୍ଞକାରୀ ଓ ଅଯଜ୍ଞକାରୀ, ସମସ୍ତଙ୍କ ପ୍ରତି ଏକ ଘଟଣା ହୁଏ; ସୁଶୀଳ ଯେପରି, ପାପୀ ସେପରି; ପୁଣି, ଶପଥକାରୀ ଯେପରି, ଶପଥ ଭୟକାରୀ ସେପରି।


Swiv nou:

Piblisite


Piblisite