Biblia Todo Logo
Bib sou entènèt

- Piblisite -




ଉପଦେଶକ 6:8 - ଓଡିଆ ବାଇବେଲ

8 ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ?

Gade chapit la Kopi

ପବିତ୍ର ବାଇବଲ

8 ଏହି ପ୍ରକାରର ଜଣେ ଜ୍ଞାନୀ ଜଣେ ମୂର୍ଖଠାରୁ କେଉଁ ଗୁଣରେ ଭଲ? ଜଣେ ଗରିବ ଲୋକ ଅନ୍ୟମାନଙ୍କୁ କିପରି ବ୍ୟବହାର କରିବାକୁ ହେବ, ତାହା ଯଦି ଜାଣେ, ଉତ୍ତମତା କ’ଣ?

Gade chapit la Kopi




ଉପଦେଶକ 6:8
9 Referans Kwoze  

ଯେଉଁ ଦରିଦ୍ର ଆପଣା ସିଦ୍ଧତାରେ ଚଳେ, ସେ କୁଟିଳୋଷ୍ଠ ଓ ମୂର୍ଖ ଲୋକ ଅପେକ୍ଷା ଭଲ।


ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୁଅନ୍ତି ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରନ୍ତି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁରଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ୱର, ତାହାଙ୍କ ଉପରେ ନିର୍ଭର କରନ୍ତି,


ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ ।


ସମ୍ପତ୍ତି ବୃଦ୍ଧି ପାଇଲେ, ତହିଁର ଭୋକ୍ତାମାନେ ବୃଦ୍ଧି ପାଆନ୍ତି; ଏଣୁ ଆପଣା ଚକ୍ଷୁରେ ଦେଖିବା ଛଡ଼ା ତହିଁର ଅଧିକାରୀର କି ଲାଭ ?


ମୁଁ ସଦାପ୍ରଭୁଙ୍କ ସାକ୍ଷାତରେ ଜୀବିତମାନଙ୍କ ଦେଶରେ ଗମନାଗମନ କରିବି।


ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋ’ ନିକଟକୁ ଆସିବ ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି।


ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।


ମନର ଲାଳସା ଅପେକ୍ଷା ସାକ୍ଷାତ ଭୋଗ ଭଲ; ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।


Swiv nou:

Piblisite


Piblisite