Biblia Todo Logo
Bib sou entènèt

- Piblisite -




ଉପଦେଶକ 7:4 - ଓଡିଆ ବାଇବେଲ

4 ଜ୍ଞାନୀମାନଙ୍କ ହୃଦୟ ବିଳାପ ଗୃହରେ ଥାଏ, ମାତ୍ର ମୂର୍ଖମାନଙ୍କ ହୃଦୟ ଆନନ୍ଦ ଗୃହରେ ଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଜ୍ଞାନୀମାନଙ୍କ ହୃଦୟ ବିଳାପ-ଗୃହରେ ଥାଏ, ମାତ୍ର ମୂର୍ଖମାନଙ୍କ ହୃଦୟ ଆନନ୍ଦ-ଗୃହରେ ଥାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଜ୍ଞାନୀମାନଙ୍କ ହୃଦୟ ବିଳାପ ଗୃହରେ ଥାଏ, ମାତ୍ର ମୂର୍ଖମାନଙ୍କ ହୃଦୟ ଆନନ୍ଦ ଗୃହରେ ଥାଏ।

Gade chapit la Kopi

ପବିତ୍ର ବାଇବଲ

4 ଜ୍ଞାନୀମାନଙ୍କ ହୃଦୟ ଚିତାଗ୍ନିରେ। ମାତ୍ର ମୂର୍ଖମାନଙ୍କ ହୃଦୟ ଭୋଜିରେ ଥାଏ।

Gade chapit la Kopi




ଉପଦେଶକ 7:4
21 Referans Kwoze  

ଆମ୍ଭମାନଙ୍କ ରାଜାଙ୍କ ଦିନରେ ଅଧିପତିମାନେ ଦ୍ରାକ୍ଷାରସର ଉତ୍ତାପରେ ଆପଣାମାନଙ୍କୁ ପୀଡ଼ିତ କଲେ; ସେ ନିନ୍ଦକମାନଙ୍କ ସଙ୍ଗେ ଆପଣା ହସ୍ତ ବଢ଼ାଇଲା।


ସେହି ରାତ୍ରିରେ କଲ୍‍ଦୀୟମାନଙ୍କର ରାଜା ବେଲ୍‍ଶତ୍ସର ବଧ କରାଗଲା।


ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ” ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ।


ସଦାପ୍ରଭୁ କହନ୍ତି, “ସେମାନେ ଉତ୍ତପ୍ତ ହେଲା ଉତ୍ତାରେ ଆମ୍ଭେ ସେମାନଙ୍କର ଭୋଜ ପ୍ରସ୍ତୁତ କରିବା, ପୁଣି ସେମାନେ ଯେପରି ଆହ୍ଳାଦିତ ହେବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ମତ୍ତ କରିବା, ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ।


ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉ ଅଛି; ଯେଉଁ ସନ୍ଧ୍ୟାକାଳ ମୁଁ ବାଞ୍ଛା କଲି, ତାହା ମୋ’ ପ୍ରତି ଥରହରର କାରଣ ହୋଇଅଛି।


ଏଉତ୍ତାରେ ସେମାନେ ମଧ୍ୟାହ୍ନ କାଳରେ ବାହାରିଲେ। ମାତ୍ର ବିନ୍‍ହଦଦ୍‍ ଓ ତାହାର ସାହାଯ୍ୟକାରୀ ବତିଶ ଜଣ ରାଜା କୁଟୀରରେ ପାନ କରି ମତ୍ତ ହେଉଥିଲେ।


ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,’ ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କ’ଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।”


ଏଉତ୍ତାରେ ସେ ତାଙ୍କୁ ନେଇଯାଆନ୍ତେ, ଦେଖ, ପଲେଷ୍ଟୀୟମାନଙ୍କର ଓ ଯିହୁଦାର ଦେଶରୁ ପ୍ରଚୁର ଲୁଟଦ୍ରବ୍ୟ ଆଣିଥିବାରୁ ସେମାନେ ଭୂମିଯାକ ବ୍ୟାପି ଭୋଜନପାନ ଓ ଉତ୍ସବ କରୁଅଛନ୍ତି।


ଏଉତ୍ତାରେ ଅବୀଗଲ ନାବଲ ନିକଟକୁ ଆସିଲା, ସେତେବେଳେ ଦେଖ, ସେ ଆପଣା ଗୃହରେ ରାଜଭୋଜ ପରି ଭୋଜ କରିଥିଲା; ପୁଣି, ନାବଲ ଅତିଶୟ ମତ୍ତ ଥିବାରୁ ତାହାର ମନ ଅତି ପ୍ରଫୁଲ୍ଲ ଥିଲା; ଏହେତୁ ସକାଳ ଆଲୁଅ ପର୍ଯ୍ୟନ୍ତ ଅବୀଗଲ ତାହାକୁ ଅଳ୍ପ ବା ବହୁତ କୌଣସି କଥା ଜଣାଇଲା ନାହିଁ।


କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।


ମୁଁ ଆପଣା ମନେ ମନେ କହିଲି, “ଆସ, ମୁଁ ଏବେ ତୁମ୍ଭକୁ ଆନନ୍ଦ ଦ୍ୱାରା ପରୀକ୍ଷା କରିବି; ଏହେତୁ ସୁଖଭୋଗ କର; ଆଉ ଦେଖ, ତାହା ମଧ୍ୟ ଅସାର।”


ହାସ୍ୟଠାରୁ ଖେଦ ଭଲ; କାରଣ ମୁଖର ବିଷର୍ଣ୍ଣତା ଦ୍ୱାରା ହୃଦୟ ପ୍ରସନ୍ନ ହୁଏ।


ମୂର୍ଖମାନଙ୍କର ଗୀତ ଶୁଣିବା ଅପେକ୍ଷା ଜ୍ଞାନୀମାନଙ୍କର ଭର୍ତ୍ସନା ଶୁଣିବାର ଭଲ।


Swiv nou:

Piblisite


Piblisite