Biblia Todo Logo
Bib sou entènèt

- Piblisite -




ଉପଦେଶକ 8:11 - ଓଡିଆ ବାଇବେଲ

11 କୁକର୍ମ ବିରୁଦ୍ଧରେ ଦଣ୍ଡାଜ୍ଞା ଅତିଶୀଘ୍ର ସମ୍ପାଦନ ନ ହେବାରୁ ମନୁଷ୍ୟ ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କୁକର୍ମ ବିରୁଦ୍ଧରେ ଦଣ୍ତାଜ୍ଞା ତ୍ଵରିତ ସିଦ୍ଧ ନୋହିବାରୁ ମନୁଷ୍ୟ-ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କୁକର୍ମ ବିରୁଦ୍ଧରେ ଦଣ୍ଡାଜ୍ଞା ଅତି ଶୀଘ୍ର ସମ୍ପାଦନ ନ ହେବାରୁ ମନୁଷ୍ୟ-ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ।

Gade chapit la Kopi

ପବିତ୍ର ବାଇବଲ

11 ବେଳେ ବେଳେ ଲୋକମାନେ ତାଙ୍କର କୁକର୍ମ ପାଇଁ ହଠାତ୍ ଦଣ୍ଡିତ ହୁଅନ୍ତି ନାହିଁ। ସେମାନଙ୍କର ଦଣ୍ଡ ବିଳମ୍ବରେ ପ୍ରାପ୍ତ ହୁଏ। ଏହା ଅନ୍ୟମାନଙ୍କୁ କୁକର୍ମ କରିବାକୁ ଉତ୍ସାହିତ କରାଏ।

Gade chapit la Kopi




ଉପଦେଶକ 8:11
19 Referans Kwoze  

ଦୁଷ୍ଟ ଲୋକ ପ୍ରତି ଦୟା ପ୍ରକାଶ କରାଗଲେ ହେଁ ସେ ଧର୍ମ ଶିଖିବ ନାହିଁ; ସରଳତାର ଦେଶରେ ସେ ଅନ୍ୟାୟ କରିବ ଓ ସଦାପ୍ରଭୁଙ୍କର ମହିମାକୁ ଅନାଇବ ନାହିଁ।


ସେ ଆପଣା ମନେ ମନେ କହେ, “ମୋ’ ପ୍ରତି କିଛି ବିପଦ ଘଟିବ ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି।”


ମୋୟାବ ବାଲ୍ୟକାଳରୁ ନିଶ୍ଚିନ୍ତରେ ଅଛି, ସେ ଆପଣା ଖାଦ ଉପରେ ସୁସ୍ଥିର ହୋଇଅଛି ଓ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ, କିଅବା ବନ୍ଦୀ ହୋଇ ଯାଇ ନାହିଁ; ଏଥିପାଇଁ ତାହାର ସ୍ୱାଦ ତାହା ମଧ୍ୟରେ ରହିଅଛି ଓ ତାହାର ସୁବାସ ବିକୃତ ହୋଇ ନାହିଁ।”


ମାତ୍ର ଫାରୋ ବିପଦର ନିବୃତ୍ତି ଦେଖି ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ହୃଦୟ କଠିନ କଲେ ଓ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।


ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛ ଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ ? ଆମ୍ଭେ କି ଦୀର୍ଘକାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ ?


ଏହେତୁ ହେ ଯିହୁଦାର ଅବଶିଷ୍ଟ ଲୋକେ, ତୁମ୍ଭେମାନେ ଏବେ ସଦାପ୍ରଭୁଙ୍କର ବାକ୍ୟ ଶୁଣ : ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ ଯଦି ମିସରରେ ପ୍ରବେଶ କରିବା ପାଇଁ ନିତାନ୍ତ ଉତ୍ସୁକ ହୁଅ ଓ ସେଠାରେ ପ୍ରବାସ କରିବା ପାଇଁ ଯାଅ;


ଏଥର ମଧ୍ୟ ଫାରୋ ଆପଣା ହୃଦୟ କଠିନ କଲେ ଓ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।


ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ୱର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ;


ପତ୍ରରେ ସେ ଏହା ଲେଖିଥିଲେ, ଯଥା, “ଯେପରି ଊରୀୟ ଆହତ ହୋଇ ମରିବ, ଏଥିପାଇଁ ତୁମ୍ଭେମାନେ ଘୋର ଯୁଦ୍ଧ ସମ୍ମୁଖରେ ତାହାକୁ ନିଯୁକ୍ତ କରି ତାହା ନିକଟରୁ ଘୁଞ୍ଚିଯିବ।”


ମାତ୍ର ହେ ପ୍ରଭୁ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର, କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।


ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟଣା ହୁଏ; ଆହୁରି ମଧ୍ୟ ମନୁଷ୍ୟ ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କ ହୃଦୟରେ ପାଗଳାମି ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।


ପରମେଶ୍ୱର ସେମାନଙ୍କୁ ନିରାପଦରେ ରହିବାକୁ ଦିଅନ୍ତି ଓ ସେମାନେ ତହିଁରେ ନିର୍ଭର ରଖନ୍ତି ଓ ତାହାଙ୍କ ଦୃଷ୍ଟି ସେମାନଙ୍କ ମାର୍ଗରେ ଥାଏ।


ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ୱର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର।


Swiv nou:

Piblisite


Piblisite