Biblia Todo Logo
Bib sou entènèt

- Piblisite -




ଉପଦେଶକ 8:7 - ଓଡିଆ ବାଇବେଲ

7 କାରଣ କଅଣ ଘଟିବ, ତାହା ସେ ଜାଣେ ନାହିଁ ଓ କିପ୍ରକାରେ ତାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କାରଣ କଅଣ ଘଟିବ, ତାହା ସେ ଜାଣେ ନାହିଁ ଓ କିପ୍ରକାରେ ତାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କାରଣ କଅଣ ଘଟିବ, ତାହା ସେ ଜାଣେ ନାହିଁ ଓ କିପ୍ରକାରେ ତାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ?

Gade chapit la Kopi

ପବିତ୍ର ବାଇବଲ

7 ଏବଂ ସେ ଜାଣେ ନାହିଁ କ’ଣ ଘଟିବାକୁ ଯାଉଛି। କାରଣ କେହି କହି ପାରିବେ ନାହିଁ ଭବିଷ୍ୟତରେ କ’ଣ ହେବ।

Gade chapit la Kopi




ଉପଦେଶକ 8:7
14 Referans Kwoze  

ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ ?


ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ସମୟରେ ସେ ଜାଣି ନ ଥିବ, ସେହି ଦିନ ସେହି ସମୟରେ ତାହାର ପ୍ରଭୁ ଆସିବେ,


କାରଣ ମନୁଷ୍ୟ ମଧ୍ୟ ଆପଣା ମୃତ୍ୟୁର ସମୟ ଜାଣେ ନାହିଁ; ଯେପରି ମତ୍ସ୍ୟଗଣ ଅଶୁଭ ଜାଲରେ ପଡ଼ନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦରେ ଧରାଯାଆନ୍ତି, ସେହିପରି ମନୁଷ୍ୟ ସନ୍ତାନଗଣ ଅକସ୍ମାତ୍‍ ଉପସ୍ଥିତ ବିପଦ ସମୟରେ ଧରାପଡ଼ନ୍ତି।


କାରଣ ହଠାତ୍‍ ସେମାନଙ୍କର ବିପଦ ଘଟିବ; ପୁଣି, ସେହି ଉଭୟର ସଂହାର କିଏ ଜାଣେ ?


ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ ।


କାରଣ ମନୁଷ୍ୟ ଛାୟା ତୁଲ୍ୟ ଆପଣାର ଯେଉଁ ଅସାର ଜୀବନର ଦିନସବୁ କ୍ଷେପଣ କରେ, ସେହି ଜୀବନ କାଳରେ ତାହାର ମଙ୍ଗଳ କଅଣ, ଏହା କିଏ ଜାଣେ ? ଆଉ, ମନୁଷ୍ୟର ମରଣାନ୍ତେ ସୂର୍ଯ୍ୟ ତଳେ ଯାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ ?


ଏହେତୁ ମନୁଷ୍ୟ ସ୍ୱକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ପରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ ?


ଯେଉଁ ଲୋକ ଥରକୁ ଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍‍ ଭଗ୍ନ ହେବ।


ସୁଖ ସମୟରେ ଆନନ୍ଦିତ ହୁଅ ଓ ଦୁଃଖ ସମୟରେ ବିବେଚନା କର; ମନୁଷ୍ୟକୁ ଭବିଷ୍ୟତରେ ଯାହା ଘଟିବ, ତାହା ଯେପରି ସେ ଜାଣି ନ ପାରେ, ଏଥିପାଇଁ ପରମେଶ୍ୱର ସୁଖ ଓ ଦୁଃଖକୁ ପାଖେ ପାଖେ ରଖିଅଛନ୍ତି।


ହାମନ୍‍ ଆହୁରି କହିଲେ, “ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜକୁ ମୋ’ ବିନୁ ଆଉ କାହାକୁ ରାଜାଙ୍କ ସଙ୍ଗେ ଯିବାକୁ ଦେଇ ନାହାନ୍ତି; ପୁଣି, କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଅଛି।


ତୁମ୍ଭେ କାଲିର ବିଷୟରେ ଦର୍ପ କଥା କୁହ ନାହିଁ; ଯେହେତୁ ଏକ ଦିନ କଅଣ ଉତ୍ପାଦନ କରିବ, ତାହା ତୁମ୍ଭକୁ ଜଣା ନାହିଁ।


ମୁଁ ଏହିସବୁ ବିଷୟରେ ମନୋନିବେଶ କରି ଅନୁସନ୍ଧାନ କଲି; ଧାର୍ମିକ ଓ ଜ୍ଞାନୀ, ଆଉ ସେମାନଙ୍କ କାର୍ଯ୍ୟ ପରମେଶ୍ୱରଙ୍କ ହସ୍ତଗତ; ଏହା ପ୍ରେମ କି ଘୃଣା, ତାହା ମନୁଷ୍ୟ ଜାଣେ ନାହିଁ; ସବୁ ସେମାନଙ୍କ ସମ୍ମୁଖରେ ଥାଏ।


Swiv nou:

Piblisite


Piblisite