Biblia Todo Logo
Bib sou entènèt

- Piblisite -




ଏଫିସୀୟ 1:22 - ଓଡିଆ ବାଇବେଲ

22 ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକ ସ୍ଵରୂପେ ମଣ୍ତଳୀକୁ ଦାନ କଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ଈଶ୍ୱର ସମସ୍ତ ବିଷୟ ଖ୍ରୀଷ୍ଟଙ୍କ ପାଦ ତଳେ ରଖିଛନ୍ତି ଏବଂ ସମସ୍ତ ବିଷୟ ଉପରେ ତାଙ୍କୁ ସର୍ବୋପରିସ୍ଥ ପ୍ରଭୁ ରୂପେ ମଣ୍ଡଳୀକୁ ପ୍ରଦାନ କରିଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ;

Gade chapit la Kopi

ପବିତ୍ର ବାଇବଲ

22 ପରମେଶ୍ୱର ସବୁକିଛି ଖ୍ରୀଷ୍ଟଙ୍କ ଅଧୀନରେ ରଖିଅଛନ୍ତି ଓ ତାହାଙ୍କୁ ମଣ୍ଡଳୀର ମୁଖ୍ୟ ରୂପେ ସ୍ଥାପିତ କରିଛନ୍ତି।

Gade chapit la Kopi




ଏଫିସୀୟ 1:22
18 Referans Kwoze  

ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି ।


ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ୱରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ ।


ତୁମ୍ଭେ ତାହାର ଅଧୀନ କରି ସମସ୍ତ ବିଷୟ ପଦ ତଳେ ରଖିଅଛ ।'' ପ୍ରକୃତରେ ସେ ସମସ୍ତ ବିଷୟକୁ ତାହାର ବଶୀଭୂତ କରିବାରେ କୌଣସି ବିଷୟକୁ ତାହାର ବଶୀଭୂତ ନ କରି ଛାଡ଼ି ନାହାଁନ୍ତି। ଆମ୍ଭେମାନେ ଏପର୍ଯ୍ୟନ୍ତ ସମସ୍ତ ବିଷୟ ତାହାର ବଶୀଭୂତ ହୋଇଥିବାର ଦେଖୁ ନାହୁଁ ସତ,


ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ୱାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ୱରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି ।


କାରଣ ଖ୍ରୀଷ୍ଟ ଯେପରି ମଣ୍ଡଳୀର ମସ୍ତକ ସ୍ଵରୂପ, ସ୍ୱାମୀ ମଧ୍ୟ ସେହିପରି ସ୍ତ୍ରୀର ମସ୍ତକ ସ୍ଵରୂପ, ପୁଣି, ଖ୍ରୀଷ୍ଟ ଆପଣା ଶରୀରରୂପ ମଣ୍ଡଳୀର ତ୍ରାଣକର୍ତ୍ତା ।


କିନ୍ତୁ ଖ୍ରୀଷ୍ଟ ଯେ ପ୍ରତ୍ୟେକ ପୁରୁଷର ମସ୍ତକ ସ୍ୱରୂପ ଏବଂ ପୁରୁଷ ଯେ ସ୍ତ୍ରୀର ମସ୍ତକ ସ୍ୱରୂପ ଓ ଈଶ୍ୱର ଯେ ଖ୍ରୀଷ୍ଟଙ୍କର ମସ୍ତକ ସ୍ୱରୂପ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା ।


ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ୱର ଆପଣା ନିଜ ରକ୍ତରେ କିଣିଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ ।


ଯୁଗେ ଯୁଗେ ପୁରୁଷାନୁକ୍ରମରେ ମଣ୍ଡଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତାହାଙ୍କର ଗୌରବ ହେଉ । ଆମେନ୍।


ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”


ମାତ୍ର ଯେବେ ମୋହର ବିଳମ୍ବ ହୁଏ, ତେବେ ଈଶ୍ୱରଙ୍କ ଗୃହରେ, ଅର୍ଥାତ୍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ୱରୂପ ଜୀବିତ ଈଶ୍ୱରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜାଣି ପାର, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି ।


ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ ।


ତୁମ୍ଭେ ସିଂହ ଓ କାଳସର୍ପ ଉପରେ ଚାଲିବ; ତୁମ୍ଭେ ଯୁବା ସିଂହ ଓ ସର୍ପକୁ ପାଦ ତଳେ ଦଳିବ।


ସେ ମଧ୍ୟ ଆତ୍ମାରେ ତୁମ୍ଭମାନଙ୍କ ପ୍ରେମ ବିଷୟ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି ।


ସଦାପ୍ରଭୁ ମୋ’ ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”


Swiv nou:

Piblisite


Piblisite