Biblia Todo Logo
Bib sou entènèt

- Piblisite -




ଏଫିସୀୟ 1:7 - ଓଡିଆ ବାଇବେଲ

7 ତାହାଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କ ଠାରେ ତାହାଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତାହାଙ୍କ ଅନୁଗ୍ରହରୂପ ନିଧି ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ତାହାଙ୍କ ରକ୍ତ ଦ୍ଵାରା ମୁକ୍ତି, ଅର୍ଥାତ୍, ଅପରାଧସବୁରୁ କ୍ଷମା ପ୍ରାପ୍ତ ହୋଇଅଛୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଖ୍ରୀଷ୍ଟଙ୍କ ମୃତ୍ୟୁ ଦ୍ୱାରା ଆମେ ମୁକ୍ତି ପାଇଛୁ, ଅର୍ଥାତ୍ ଆମର ସମସ୍ତ ପାପ କ୍ଷମା ହୋଇଅଛି। ଈଶ୍ୱରଙ୍କ ଅନୁଗ୍ରହ କେଡ଼େ ମହାନ୍!

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ଖ୍ରୀଷ୍ଟ ଯୀଶୁଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍‍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।

Gade chapit la Kopi

ପବିତ୍ର ବାଇବଲ

7 ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଥିବା ହେତୁ ଆମ୍ଭେ ତାହାଙ୍କର ରକ୍ତ ମାଧ୍ୟମରେ ମୁକ୍ତ ହୋଇଛୁ। ପରମେଶ୍ୱରଙ୍କ ବହୁମୂଲ୍ୟ ଅନୁଗ୍ରହ ଦ୍ୱାରା ଆମ୍ଭର ପାପରୁ ଆମ୍ଭେ କ୍ଷମା ପାଇପାରୁ।

Gade chapit la Kopi




ଏଫିସୀୟ 1:7
67 Referans Kwoze  

ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ ।


ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି ।


ଯୀଶୁଙ୍କଠାରେ ଆମ୍ଭେମାନେ ମୁକ୍ତି, ଅର୍ଥାତ୍‍, ପାପ କ୍ଷମା ପାଇଅଛୁ ।


ପୁଣି, ମୋଶାଙ୍କ ବ୍ୟବସ୍ଥା ଅନୁସାରେ ପ୍ରାୟ ସମସ୍ତ ବିଷୟ ରକ୍ତ ଦ୍ୱାରା ଶୁଚିକୃତ ହୁଏ, ଆଉ ରକ୍ତପାତ ବିନା ପାପ କ୍ଷମା ହୁଏ ନାହିଁ ।


ଏଥିରୁ ସମସ୍ତେ ପାନ କର, କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ ।


ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,


ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତାହାଙ୍କ ନାମ ସକାଶେ ତୁମ୍ଭମାନଙ୍କର ପାପ କ୍ଷମା ହୋଇଅଛି ।


ପୁଣି, ମୋହର ଈଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ ।


ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ସେ ଆମ୍ଭମାନଙ୍କ ପ୍ରତି କରୁଣା କରି ଆଗାମୀ ଯୁଗରେ ଆପଣା ଅନୁଗ୍ରହର ଅତ୍ୟଧିକ ଧନ ପ୍ରକାଶ କରନ୍ତି।


କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ୱରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍‍, ଧାର୍ମିକତା, ପବିତ୍ରତା ଓ ମୁକ୍ତିସ୍ୱରୂପ ହୋଇଅଛନ୍ତି ।


ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ; କାରଣ ସଦାପ୍ରଭୁଙ୍କଠାରେ ଦୟା ଅଛି ଓ ତାହାଙ୍କଠାରେ ପ୍ରଚୁର ମୁକ୍ତି ଅଛି।


ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି,


କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ ।


କିମ୍ବା ଈଶ୍ୱରଙ୍କ କୃପା ଯେ ତୁମ୍ଭକୁ ମନ ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର କୃପା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ ?


ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞା-ଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।


ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି।


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ ।


ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ ମନ ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ ।


ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାଁନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି ।


ବିବିଧ ଦୟା ଓ କ୍ଷମା ଆମ୍ଭମାନଙ୍କ ପ୍ରଭୁ ପରମେଶ୍ୱରଙ୍କର ଅଟେ; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛୁ


ତେବେ ସେ ତାହାକୁ କୃପା କରି କହିବେ, ଗର୍ତ୍ତ ଗମନରୁ ତାହାକୁ ଉଦ୍ଧାର କର, ମୁଁ ପ୍ରାୟଶ୍ଚିତ୍ତ ପାଇଅଛି।


ଆମ୍ଭେମାନେ ଯେ ଈଶ୍ୱରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ


ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ୱର ଆପଣା ନିଜ ରକ୍ତରେ କିଣିଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ ।


ହେ ପ୍ରଭୁ, ଶୁଣ; ହେ ପ୍ରଭୁ, କ୍ଷମା କର; ହେ ପ୍ରଭୁ, ମନୋଯୋଗ କରି କର୍ମ କର; ବିଳମ୍ବ ନ କର; ହେ ମୋ’ର ପରମେଶ୍ୱର, ନିଜ ସକାଶେ କର୍ମ କର, କାରଣ ତୁମ୍ଭର ନଗର ଓ ତୁମ୍ଭର ଲୋକମାନେ ତୁମ୍ଭ ନାମରେ ଖ୍ୟାତ ଅଟନ୍ତି।


ପୁଣି, ‘ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ’ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ;” କାରଣ ସଦାପ୍ରଭୁ କହନ୍ତି, “ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”


ଯେହେତୁ ହେ ପ୍ରଭୁ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।


ଯେଣୁ ଆମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;


ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,


ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି ।


ତୁମ୍ଭେମାନେ ଯଦି କାହାରି ପାପ କ୍ଷମା କରିବ, ତାହାର ପାପ କ୍ଷମା ହେବ; ପୁଣି, ଯଦି କାହାରି ପାପ କ୍ଷମା ନ କରିବ, ତାହାର ପାପ କ୍ଷମା ହେବ ନାହିଁ ।


ଆଉ, ଯୀଶୁ ସେମାନଙ୍କୁ କହିଲେ, ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ଢାଳି ଦିଆଯାଏ, ଏ ମୋହର ସେହି ରକ୍ତ ।


ହେ ଖଡ୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ପାଳକକୁ ଆଘାତ କର,” ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।”


ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।


ସେହି ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ପ୍ରଚୁର ରୂପେ ଆମ୍ଭମାନଙ୍କ ଉପରେ ଦେଲେ,


ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି ।


ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ୱର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି,


ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍‍ ଈଶ୍ୱରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି ।


ଅଣଯିହୂଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କ'ଣ, ତାହା ଈଶ୍ୱର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ;


ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ୱର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ,


ଆଉ, ଯଦି ଗୌରବ ନିମନ୍ତେ ତାହାଙ୍କ ଦ୍ୱାରା ପୂର୍ବରୁ ପ୍ରସ୍ତୁତ ହୋଇଥିବା ଦୟାର ପାତ୍ର ଯେ ଆମ୍ଭେମାନେ, ଆମ୍ଭମାନଙ୍କ ନିକଟରେ ଆପଣା ଗୌରବରୂପ ଧନ ପ୍ରକାଶ କରିବା ନିମନ୍ତେ ତାହା କରିଅଛନ୍ତି; ତାହାହେଲେ ତୁମ୍ଭେ କ'ଣ କହିବ ?


ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇ ପାରେ, ଏଥିନିମନ୍ତେ ମନ ପରିବର୍ତ୍ତନ କରି ଫେରି ଆସନ୍ତୁ,


ପୁଣି, ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ ।


କାରଣ ଅନ୍ଧକାର ଓ ମୃତ୍ୟୁଛାୟାରେ ବସିଥିବା ଲୋକଙ୍କୁ ଆଲୋକ ଦେବା ନିମନ୍ତେ,


ତୁମ୍ଭ ନିୟମର ରକ୍ତ ସକାଶୁ ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ନିର୍ଜଳ କୂପ ମଧ୍ୟରୁ ବାହାର କରି ପ୍ରେରଣ କରିଅଛୁ।


ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ।


ସହସ୍ର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାରକ୍ଷାକାରୀ, ଅପରାଧ ଓ ଆଜ୍ଞା-ଲଙ୍ଘନ ଓ ପାପ କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ପୁତ୍ରପୌତ୍ରାଦି ଉପରେ ପିତୃଗଣର ଅପରାଧର ପ୍ରତିଫଳଦାତା।”


ସେମାନେ ସ୍ତ୍ରୀମାନଙ୍କ ସହିତ ଆପଣା ଆପଣାକୁ କଳୁଷିତ କରି ନ ଥିଲେ କାରଣ ସେମାନେ ଶୁଚି । ମେଷଶାବକ ଯେକୌଣସି ସ୍ଥାନକୁ ଗମନ କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି । ସେମାନେ ଈଶ୍ୱର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ସ୍ୱରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି;


ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।


ଆଉ, ସେ ସଦାପ୍ରଭୁଙ୍କର ନିକଟରେ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୁ, ବିନତି କରେ, ମୁଁ ସ୍ୱଦେଶରେ ଥିବା ବେଳେ କି ଏହି କଥା କହି ନ ଥିଲି ? ଏଥିପାଇଁ ଶୀଘ୍ର କରି ତର୍ଶୀଶକୁ ପଳାଇଲି; କାରଣ ତୁମ୍ଭେ ଯେ କୃପାମୟ, ସ୍ନେହଶୀଳ, କ୍ରୋଧରେ ଧୀର, ଦୟାରେ ମହାନ ଓ ଅମଙ୍ଗଳର ବିଷୟରେ ଅନିଚ୍ଛୁକ ପରମେଶ୍ୱର ଅଟ, ଏହା ମୁଁ ଜାଣିଲି।


ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି।


ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର ।


ଈଶ୍ୱର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ, ତାହାଙ୍କ ରକ୍ତରେ ବିଶ୍ୱାସ ଦ୍ୱାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି,


ସେହି ଅନୁଗ୍ରହ ସେ ସମସ୍ତ ପ୍ରକାର ଜ୍ଞାନ ଓ ବୁଦ୍ଧି ଦେଇ ଆମ୍ଭମାନଙ୍କ ପ୍ରତି ପ୍ରଚୁର କରିଅଛନ୍ତି।


ଈଶ୍ୱରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ।


ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କ'ଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କ'ଣ,


Swiv nou:

Piblisite


Piblisite