Biblia Todo Logo
Bib sou entènèt

- Piblisite -




ଏଫିସୀୟ 1:8 - ଓଡିଆ ବାଇବେଲ

8 ସେହି ଅନୁଗ୍ରହ ସେ ସମସ୍ତ ପ୍ରକାର ଜ୍ଞାନ ଓ ବୁଦ୍ଧି ଦେଇ ଆମ୍ଭମାନଙ୍କ ପ୍ରତି ପ୍ରଚୁର କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେହି ଅନୁଗ୍ରହ, ସେ ସମସ୍ତ ପ୍ରକାର ଜ୍ଞାନ ଓ ବୁଦ୍ଧି ଦେଇ ଆମ୍ଭମାନଙ୍କ ପ୍ରତି ପ୍ରଚୁର କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ତାହା ସେ ଆମକୁ ବହୁଳଭାବେ ପ୍ରଦାନ କରିଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେହି ଅନୁଗ୍ରହ ସେ ସମସ୍ତ ପ୍ରକାର ଜ୍ଞାନ ଓ ବୁଦ୍ଧି ଦେଇ ଆମ୍ଭମାନଙ୍କ ପ୍ରତି ପ୍ରଚୁର କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

8 ପରମେଶ୍ୱର ଏହି ଅନୁଗ୍ରହ ପୂର୍ଣ୍ଣ ଭାବରେ ଓ ମୁକ୍ତ ଭାବରେ ଦେଇଛନ୍ତି।

Gade chapit la Kopi




ଏଫିସୀୟ 1:8
17 Referans Kwoze  

ସେମାନେ ଉଚ୍ଚସ୍ୱରରେ କହୁଥିଲେ, ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି ।


ସେହି ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବୁଦ୍ଧିରୂପ ସମସ୍ତ ଧନ ନିହିତ ଅଛି।


ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ୱର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ,


କିନ୍ତୁ ଅପରାଧ ଯେପରି, ଅନୁଗ୍ରହ ଦାନ ମଧ୍ୟ ଯେ ସେହିପରି, ତାହା ନୁହେଁ, କାରଣ ଯଦି ଜଣକର ଅପରାଧ ଦ୍ୱାରା ଅନେକେ ମୃତ୍ୟୁଭୋଗ କଲେ, ତାହାହେଲେ ଈଶ୍ୱରଙ୍କ ଅନୁଗ୍ରହ ଓ ଜଣେ ମନୁଷ୍ୟଙ୍କ, ଅର୍ଥାତ୍‍ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଦତ୍ତ ଦାନ ଅନେକଙ୍କ ପ୍ରତି ଅଧିକ ପ୍ରଚୁର ହେଲା।


ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ୱର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର । ଆମେନ୍‍ ।


ତାହାଙ୍କଠାରେ ମଧ୍ୟ ଆମ୍ଭେମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ୱର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେମାନେ ପୁର୍ବରୁ ନିରୁପିତ ହେଲୁ,


ମାତ୍ର ଆମ୍ଭେମାନେ ନିଗୂଢ଼ତତ୍ତ୍ୱ ସ୍ୱରୂପ ଈଶ୍ୱରଙ୍କ ଜ୍ଞାନର କଥା କହୁଅଛୁ ସେହି ଗୁପ୍ତ ଜ୍ଞାନ ଈଶ୍ୱର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ ।


ଆହା ! ଈଶ୍ୱରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର ! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ !


ଦେଖ, ଆମ୍ଭର ଦାସ ସୁବିବେଚନାପୂର୍ବକ ବ୍ୟବହାର କରିବେ, ସେ ଉନ୍ନତ, ଉଚ୍ଚ ପଦପ୍ରାପ୍ତ ଓ ମହାମହିମ ହେବେ।


ମୁଁ ଜ୍ଞାନ, ସତର୍କତାକୁ ଆପଣା ବାସସ୍ଥାନ କରିଅଛି, ପୁଣି, ଜ୍ଞାନ ଓ ପରିଣାମଦର୍ଶିତା ପାଇଥାଏ।


ହେ ସଦାପ୍ରଭୁ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧ ! ତୁମ୍ଭେ ଜ୍ଞାନରେ ସେସବୁ ନିର୍ମାଣ କରିଅଛ; ପୃଥିବୀ ତୁମ୍ଭ ସମ୍ପତ୍ତିରେ ପରିପୂର୍ଣ୍ଣ।


ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ଲୋକେ କହନ୍ତି, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ; ମାତ୍ର ଜ୍ଞାନ ଆପଣା କର୍ମ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହେଲା ।


ତାହାଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କ ଠାରେ ତାହାଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।


ପୁର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ୱ ଜ୍ଞାତ କରାଇଅଛନ୍ତି,


Swiv nou:

Piblisite


Piblisite