Biblia Todo Logo
Bib sou entènèt

- Piblisite -




ଏଫିସୀୟ 2:10 - ଓଡିଆ ବାଇବେଲ

10 କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତକାର୍ଯ୍ୟ ଆମ୍ଭେମାନେ କରିବୁ ବୋଲି ଈଶ୍ୱର ପୁର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହି ସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେସମସ୍ତ ସତ୍କାର୍ଯ୍ୟ ଆମ୍ଭେମାନେ କରିବୁ ବୋଲି ଈଶ୍ଵର ପୂର୍ବରୁ ଆୟୋଜନ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଆମେ ଯାହା ହୋଇ ପାରିଛୁ, କେବଳ ଈଶ୍ୱର ହିଁ ତାହା କରିଛନ୍ତି, ଯେଉଁସବୁ ସତ୍ କର୍ମ ଆମେ କରିବୁ ବୋଲି ଈଶ୍ୱର ପୂର୍ବରୁ ନିରୂପଣ କରିଥିଲେ, ଆମେ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ଆମ ଜୀବନରେ ତାହା ସମ୍ଭବ ହୋଇଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତ୍କର୍ମ ଆମ୍ଭେମାନେ କରିବୁ ବୋଲି ଈଶ୍ବର ପୂର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।

Gade chapit la Kopi

ପବିତ୍ର ବାଇବଲ

10 ଆମ୍ଭେ ଯାହା, ତାହା କେବଳ ପରମେଶ୍ୱରଙ୍କ ଦ୍ୱାରା ହୋଇଅଛୁ। ଆମ୍ଭେ ଯେପରି ଭଲ କାମ କରି ପାରୁ, ସେଥିପାଇଁ ପରମେଶ୍ୱର ଆମ୍ଭକୁ ଖ୍ରୀଷ୍ଟ ଯୀଶୁଙ୍କ ମଧ୍ୟରେ ନୂତନ ବ୍ୟକ୍ତି କଲେ। ଏହି ଭଲ କାମଗୁଡ଼ିକୁ ମଧ୍ୟ ସେ ଆମ୍ଭପାଇଁ ପୂର୍ବରୁ ଯୋଜନା କରି ରଖିଅଛନ୍ତି। ସେ ହିଁ ଯୋଜନା କରିଛନ୍ତି ଆମ୍ଭେ ସେହି ଭଲକାମ କରି ଜୀବନଯାପନ କରିବା।

Gade chapit la Kopi




ଏଫିସୀୟ 2:10
58 Referans Kwoze  

କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ୱର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି ।


ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍‍, ଈଶ୍ୱରଙ୍କ ତତ୍ତ୍ୱଜ୍ଞାନରେ ବଢ଼ି ସମସ୍ତ ଉତ୍ତମକର୍ମର ଫଳରେ ଫଳବାନ ହୁଅ


ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ । ଯୁଗେ ଯୁଗେ ଗୌରବ ତାହାଙ୍କର । ଆମେନ୍‍ ।


ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି ।


ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରି ପାର, ଏଥି ନିମନ୍ତେ ଈଶ୍ୱର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି,


ଯେଉଁ ନୂତନ ସ୍ୱଭାବ ଈଶ୍ୱରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ ।


କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ;


ଯେପରି ଈଶ୍ୱରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ ।


ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର,


ଅତଏବ, ଯଦି କେହି ସେହି ସମସ୍ତଙ୍କଠାରୁ ନିଜକୁ ପରିଷ୍କାର କରେ, ତାହାହେଲେ ସେ ପବିତ୍ରୀକୃତ, କର୍ତ୍ତାଙ୍କ ବ୍ୟବହାର ପାଇଁ ଉପଯୁକ୍ତ, ପୁଣି, ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତ, ଏପରି ଏକ ସମାଦରର ପାତ୍ର ହେବ ।


ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ।


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ ।


ସେହି ଲୋକମାନଙ୍କୁ ଆମ୍ଭେ ଆପଣା ପ୍ରଶଂସା ବର୍ଣ୍ଣନା କରିବା ନିମନ୍ତେ ସୃଷ୍ଟି କରିଅଛୁ।


ଅର୍ଥାତ୍ ଆମ୍ଭେମାନେ ଯେପରି ତାହାଙ୍କ ସକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;


ପୁଣି, ଅନ୍ୟର ଉପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି, ଏଥି ନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ;


ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳହୀନ ନ ହୁଅନ୍ତି ।


ପୁଣି, ପ୍ରେମ ଓ ସତ୍‍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ,


ଏହି କଥା ବିଶ୍ଵାସ୍ୟ, ଆଉ ଯେପରି ଈଶ୍ୱରଙ୍କଠାରେ ବିଶ୍ୱାସକାରୀମାନେ ସମସ୍ତ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥି ନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା । ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ ।


ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ୱଭାବ ପରିଧାନ କରିଅଛ; ସେହି ନୂତନ ସ୍ୱଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି;


ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନୀୟ ବାକ୍ୟ ପ୍ରକାଶ କର,


କାରଣ ଆମ୍ଭେମାନେ ଈଶ୍ୱରଙ୍କ ସହକର୍ମୀ ତୁମ୍ଭେମାନେ ଈଶ୍ୱରଙ୍କ କ୍ଷେତ୍ର, ଈଶ୍ୱରଙ୍କ ଗୃହ ।


ତୁମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ୱରଙ୍କ ଗୌରବ କରିବେ ।


କର୍ତ୍ତୃପକ୍ଷ ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ,


ଯେ ତାହାଙ୍କଠାରେ ରହେ ବୋଲି କହେ, ସେ ତାହାଙ୍କ ପରି ଆଚରଣ କରିବା ମଧ୍ୟ କର୍ତ୍ତବ୍ୟ ।


ସଦାପ୍ରଭୁ ମୋ’ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୁ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ।


ମାତ୍ର ଯେତେବେଳେ ସେ ଆମ୍ଭର ହସ୍ତକୃତ କର୍ମ ସ୍ୱରୂପ ତାହାର ସନ୍ତାନଗଣକୁ ଆପଣା ମଧ୍ୟରେ ଦେଖିବ, ସେତେବେଳେ ସେମାନେ ଆମ୍ଭ ନାମକୁ ପବିତ୍ର କରି ମାନିବେ; ହଁ, ସେମାନେ ଯାକୁବର ଧର୍ମସ୍ୱରୂପଙ୍କୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ଭ୍ରମ କରିବେ।


ସେହି ପ୍ରକାରେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ ।


କିନ୍ତୁ ଯେ କେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ୱରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ ।


ହେ ପରମେଶ୍ୱର, ମୋ’ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋ’ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର।


ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ୱନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ ।


କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି ।


ଏହି ପ୍ରକାରେ ସମୁଦାୟ ଯିହୂଦା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ ।


ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;


ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।


ଆଉ ଯେ ଏଥି ନିମନ୍ତେ ଆମ୍ଭମାନଙ୍କୁ ପ୍ରସ୍ତୁତ କରିଅଛନ୍ତି, ସେ ଈଶ୍ୱର, ସେ ଆମ୍ଭମାନଙ୍କୁ ବଇନା ସ୍ୱରୂପେ ଆତ୍ମା ମଧ୍ୟ ଦାନ କରିଅଛନ୍ତି ।


ହେ ଯାକୁବ, ହେ ଇସ୍ରାଏଲ, ତୁମ୍ଭେ ଏହିସବୁ କଥା ସ୍ମରଣ କର, କାରଣ ତୁମ୍ଭେ ଆମ୍ଭର ଦାସ; ଆମ୍ଭେ ତୁମ୍ଭକୁ ଗଢ଼ିଅଛୁ; ତୁମ୍ଭେ ଆମ୍ଭର ଦାସ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ଦ୍ୱାରା ବିସ୍ମୃତ ହେବ ନାହିଁ।


ସେହି ପ୍ରକାରେ ମଧ୍ୟ ସତ୍କାର୍ଯ୍ୟ ପୂର୍ବରୁ ପ୍ରକାଶିତ ହୁଏ, ଆଉ ଯାହା ପ୍ରକାଶିତ ହୁଏ ନାହିଁ, ତାହା ଗୁପ୍ତ ରଖାଯାଇ ପାରେ ନାହିଁ ।


ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ ।


ଯେପରି ତୁମ୍ଭେମାନେ ବଞ୍ଚିବ ଓ ତୁମ୍ଭମାନଙ୍କର ମଙ୍ଗଳ ହେବ, ପୁଣି ଯେଉଁ ଦେଶ ତୁମ୍ଭେମାନେ ଅଧିକାର କରିବ, ତହିଁରେ ଯେପରି ତୁମ୍ଭମାନଙ୍କର ଦୀର୍ଘ ପରମାୟୁ ହେବ, ଏଥିପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ଯେଉଁ ପଥରେ ଚାଲିବାକୁ ଆଜ୍ଞା ଦେଇଅଛନ୍ତି, ସେହି ସମସ୍ତ ପଥରେ ଚାଲ।


ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦ ଧୋଇଥାଏ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍‍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ ।


କିନ୍ତୁ ସେ ଯେପରି ଜ୍ୟୋତିଃର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ ।


ଯାଫୋରେ ଟାବୀଥା ନାମରେ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା । ସେ ନାନା ସତ୍‌କର୍ମ ଓ ଦାନକ୍ରିୟାରେ ପୂର୍ଣ୍ଣ ଥିଲେ ।


ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍‍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।


କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ଆଶୀର୍ବାଦ କରି କହିଅଛନ୍ତି, “ଆମ୍ଭର ଲୋକ ମିସର, ଆମ୍ଭର ହସ୍ତକୃତ କର୍ମ ଅଶୂର ଓ ଆମ୍ଭର ଅଧିକାର ଇସ୍ରାଏଲ ଆଶୀର୍ବାଦଯୁକ୍ତ ହେଉନ୍ତୁ।”


ସେମାନେ କୌଣସି ଅଧର୍ମ କରନ୍ତି ନାହିଁ; ସେମାନେ ତାହାଙ୍କ ପଥରେ ଗମନ କରନ୍ତି।


ଆହା, ଯଦି ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେ ! ଯଦି ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା !


କାରଣ ସୁନ୍ନତ କିମ୍ବା ଅସୁନ୍ନତ କିଛି ନୁହେଁ, କିନ୍ତୁ ନୂତନ ସୃଷ୍ଟି ହିଁ ସାର ।


ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ ।


ହେ ମୂଢ଼ ଓ ଅଜ୍ଞାନ ଲୋକେ, ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ; ସେ କି ତୁମ୍ଭର କ୍ରୟକାରୀ ପିତା ନୁହନ୍ତି ? ସେ ତୁମ୍ଭର ସୃଷ୍ଟି ଓ ସ୍ଥିତିକର୍ତ୍ତା ଅଟନ୍ତି।


ଅର୍ଥାତ୍ ଯେଉଁ ଆତ୍ମା ଏବେ ହେଁ ଅନାଜ୍ଞାବହ ସନ୍ତାନମାନଙ୍କ ଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୁର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ;


ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।


ପାଉଲ, ଈଶ୍ୱରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସୀମାନଙ୍କ ନିକଟକୁ |


ଯେପରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି,


କିନ୍ତୁ ପୂର୍ବେ ତୁମ୍ଭେମାନେ ଦୂରରେ ଥିଲ ଯେ, ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ରକ୍ତ ଦ୍ୱାରା ନିକଟସ୍ଥ ହୋଇଅଛ ।


ପୁଣି, ବିଧିବିଧାନଯୁକ୍ତ ଆଜ୍ଞାମୂଳକ ମୋଶାଙ୍କ ବ୍ୟବସ୍ଥାକୁ ଆପଣା ଶରୀରରେ ରହିତ କରିଅଛନ୍ତି, ଯେପରି ସେ ଶାନ୍ତି ସ୍ଥାପନ କରି ଉଭୟକୁ ଆପଣାଠାରେ ଜଣେ ନୂଆ ଲୋକ ସ୍ୱରୂପେ ସୃଷ୍ଟି କରନ୍ତି,


Swiv nou:

Piblisite


Piblisite