Biblia Todo Logo
Bib sou entènèt

- Piblisite -




ଏଫିସୀୟ 2:15 - ଓଡିଆ ବାଇବେଲ

15 ପୁଣି, ବିଧିବିଧାନଯୁକ୍ତ ଆଜ୍ଞାମୂଳକ ମୋଶାଙ୍କ ବ୍ୟବସ୍ଥାକୁ ଆପଣା ଶରୀରରେ ରହିତ କରିଅଛନ୍ତି, ଯେପରି ସେ ଶାନ୍ତି ସ୍ଥାପନ କରି ଉଭୟକୁ ଆପଣାଠାରେ ଜଣେ ନୂଆ ଲୋକ ସ୍ୱରୂପେ ସୃଷ୍ଟି କରନ୍ତି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି ବିଧିବିଧାନଯୁକ୍ତ ଆଜ୍ଞାମୂଳକ ବ୍ୟବସ୍ଥାକୁ ଆପଣା ଶରୀରରେ ରହିତ କରିଅଛନ୍ତି, ଯେପରି ସେ ଶାନ୍ତି ସ୍ଥାପନ କରି ଉଭୟକୁ ଆପଣାଠାରେ ଜଣେ ନୂଆ ଲୋକ ସ୍ଵରୂପେ ସୃଷ୍ଟି କରନ୍ତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ସେ ଇହୁଦୀମାନଙ୍କର ସମସ୍ତ ଦଣ୍ଡବିଧାନ ସମ୍ବଳିତ ବ୍ୟବସ୍ଥାକୁ ଉଚ୍ଛେଦ କରି ଇହୁଦୀ ଓ ଅଣଇହୁଦୀ ଜାତିମାନଙ୍କ ମଧ୍ୟରୁ ତାଙ୍କର ସାହଚର୍ଯ୍ୟ ଉପଭୋଗ କରୁଥିବା ଏକ ନୂତନ ମାନବ ଜାତି ସୃଷ୍ଟି କରିଛନ୍ତି। ଏଥିରେ ପୃଥିବୀରେ ଶଶନ୍ତି ସ୍ଥାପିତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ବିଧିବିଧାନଯୁକ୍ତ ଆଜ୍ଞାମୂଳକ ବ୍ୟବସ୍ଥାକୁ ଆପଣା ଶରୀରରେ ରହିତ କରିଅଛନ୍ତି, ଯେପରି ସେ ଶାନ୍ତି ସ୍ଥାପନ କରି ଉଭୟକୁ ଆପଣାଠାରେ ଜଣେ ନୂଆ ଲୋକ ସ୍ୱରୂପେ ସୃଷ୍ଟି କରନ୍ତି,

Gade chapit la Kopi

ପବିତ୍ର ବାଇବଲ

15 ଯିହୂଦୀମାନଙ୍କ ବ୍ୟବସ୍ଥାରେ ଅନେକ ଗୁଡ଼ିଏ ଆଦେଶ ଓ ନିୟମାବଳୀ ଥିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟ ସେ ବ୍ୟବସ୍ଥାଟିକୁ ସମାପ୍ତ କଲେ। ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟ ଥିଲା, ଏହି ଦୁଇଦଳର ଲୋକଙ୍କୁ ଏକାଠି କରି ତାହାଙ୍କଠାରେ ନୂତନ ଲୋକ କରାଇବା। ଏହା ଦ୍ୱାରା ଯୀଶୁ ଯେପରି ଶାନ୍ତି ସ୍ଥାପନ କରି ପାରନ୍ତି।

Gade chapit la Kopi




ଏଫିସୀୟ 2:15
21 Referans Kwoze  

ପୁଣି, ବିଧିବିଧାନରେ ଆମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗପତ୍ର ଥିଲା, ତାହା ସେ ଲୋପ କରି କ୍ରୁଶରେ ଟଙ୍ଗାଇ ଦେଇ ଆମ୍ଭମାନଙ୍କ ପଥରୁ ଦୂର କରିଦେଇଅଛନ୍ତି;


କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, "ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ ।''


ସେ ନୂତନ ନିୟମ ବୋଲି କହିବା ଦ୍ୱାରା ପ୍ରଥମକୁ ପୁରାତନ କରିଅଛନ୍ତି; ଆଉ ଯାହା ପୁରାତନ ଓ ଜୀର୍ଣ୍ଣ ହୋଇଯାଉଅଛି, ତାହାର ଲୋପ ହେବାର ସମୟ ସନ୍ନିକଟ ।


ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ୱଭାବ ପରିଧାନ କରିଅଛ; ସେହି ନୂତନ ସ୍ୱଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି;


ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ପ୍ରାଥମିକ ଶିକ୍ଷା ପ୍ରତି ମୃତ ହୋଇଅଛ,


କାରଣ ସୁନ୍ନତ କିମ୍ବା ଅସୁନ୍ନତ କିଛି ନୁହେଁ, କିନ୍ତୁ ନୂତନ ସୃଷ୍ଟି ହିଁ ସାର ।


ଯିହୂଦୀ କି ଗ୍ରୀକ୍‍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ ।


ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧିର ସାହାଯ୍ୟ ଦ୍ୱାରା ପୁଣି, ପ୍ରତ୍ୟେକ ଅଂଶର କାର୍ଯ୍ୟସାଧକ ଶକ୍ତି ଅନୁସାରେ ସୁଖଚିତ ଓ ସୁସଂଯୁକ୍ତ ହୋଇ ପ୍ରେମରେ ଆପଣାର ନିଷ୍ଠା ନିମନ୍ତେ ନିଜର ବୃଦ୍ଧି ସାଧନ କରୁଅଛି ।


ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି ।


ସେ ଶାରୀରିକ ମୋଶାଙ୍କ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି ।


ଅତଏବ, ସ୍ୱର୍ଗସ୍ଥ ବିଷୟଗୁଡ଼ିକର ଦୃଷ୍ଟାନ୍ତ ସମସ୍ତ ଏହି ସବୁ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ ଥିଲା, କିନ୍ତୁ ସ୍ୱର୍ଗୀୟ ବିଷୟଗୁଡ଼ିକ ତ ଏହି ସବୁଠାରୁ ଶ୍ରେଷ୍ଠତର ବଳିଦାନ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ ।


କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।


କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତକାର୍ଯ୍ୟ ଆମ୍ଭେମାନେ କରିବୁ ବୋଲି ଈଶ୍ୱର ପୁର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହି ସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ ।


କାରଣ ସେ ତ ଆମ୍ଭମାନଙ୍କ ଶାନ୍ତି, ସେ ଶତ୍ରୁତାରୂପ ମଧ୍ୟବର୍ତ୍ତୀ ବିଛେଦପ୍ରାଚୀର ଭଗ୍ନ କରି ଉଭୟକୁ ଏକ କରିଅଛନ୍ତି,


ଆଉ କ୍ରୁଶ ଦ୍ୱାରା ଶତ୍ରୁତା ବିନାଶ କରି ତଦ୍ୱାରା ଉଭୟକୁ ଏକ ଶରୀର ସ୍ୱରୂପ ଗଠନ କରି ଈଶ୍ୱରଙ୍କ ସହିତ ମିଳିତ କରାନ୍ତି ।


ଏପରି ସ୍ଥଳେ ଗ୍ରୀକ୍‍ ଓ ଯିହୂଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି ।


ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ ।


Swiv nou:

Piblisite


Piblisite