Biblia Todo Logo
Bib sou entènèt

- Piblisite -




ଏଫିସୀୟ 2:16 - ଓଡିଆ ବାଇବେଲ

16 ଆଉ କ୍ରୁଶ ଦ୍ୱାରା ଶତ୍ରୁତା ବିନାଶ କରି ତଦ୍ୱାରା ଉଭୟକୁ ଏକ ଶରୀର ସ୍ୱରୂପ ଗଠନ କରି ଈଶ୍ୱରଙ୍କ ସହିତ ମିଳିତ କରାନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ କ୍ରୁଶ ଦ୍ଵାରା ଶତ୍ରୁତା ବିନାଶ କରି ତଦ୍ଦ୍ଵାରା ଉଭୟକୁ ଏକ ଶରୀର ସ୍ଵରୂପ ଗଠନ କରି ଈଶ୍ଵରଙ୍କ ସହିତ ମିଳିତ କରାନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 କ୍ରୁଶରେ ତାଙ୍କ ମୃତ୍ୟୁଭୋଗ ଦ୍ୱାରା ଖ୍ରୀଷ୍ଟ ସେହି ଜାତିମାନଙ୍କ ମଧ୍ୟରେ ଥିବା ଶତ୍ରୁତାକୁ ବିଲୋପ କରିଛନ୍ତି; କ୍ରୁଶ ଦ୍ୱାରା ସେ ଉଭୟ ଜାତିକୁ ସମ୍ମିଳିତ କରି ଏକ ଶରୀର ସ୍ୱରୂପ କରିଛନ୍ତି ଏବଂ ଈଶ୍ୱରଙ୍କ ନିକଟକୁ ସେମାନଙ୍କୁ ଫେରାଇ ଆଣିଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ କ୍ରୁଶ ଦ୍ୱାରା ଶତ୍ରୁତା ବିନାଶ କରି ତଦ୍ୱାରା ଉଭୟକୁ ଏକ ଶରୀର ସ୍ୱରୂପ ଗଠନ କରି ଈଶ୍ବରଙ୍କ ସହିତ ମିଳିତ କରାନ୍ତି।

Gade chapit la Kopi

ପବିତ୍ର ବାଇବଲ

16 କ୍ରୁଶ ଉପରେ ମୃତ୍ୟୁବରଣ କରି ସେ ଦୁଇ ଦଳ ଭିତରେ ଥିବା ଏହି ଘୃଣାକୁ ସମାପ୍ତ କଲେ। ସେହି ଦୁଇଟି ଦଳକୁ ଗୋଟିଏ ଶରୀରରେ ପରିଣତ କରିବା ପରେ ଖ୍ରୀଷ୍ଟ ସେମାନଙ୍କୁ ପରମେଶ୍ୱରଙ୍କ ସହିତ ମିଳିତ କରାଇବା ପାଇଁ ଗ୍ଭହିଁଲେ।

Gade chapit la Kopi




ଏଫିସୀୟ 2:16
14 Referans Kwoze  

କାରଣ ଆମ୍ଭେମାନେ ଶତ୍ରୁ ଥିବା ସମୟରେ ଯଦି ଈଶ୍ୱରଙ୍କ ସହିତ ତାହାଙ୍କ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ମିଳିତ ହେଲୁ, ତାହାହେଲେ ଏହା ଅଧିକ ସୁନିଶ୍ଚିତ ଯେ, ଆମ୍ଭେମାନେ ମିଳିତ ହୋଇ ତାହାଙ୍କ ଜୀବନ ଦ୍ୱାରା ପରିତ୍ରାଣ ପାଇବା ।


ପୁଣି, ବିଧିବିଧାନରେ ଆମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗପତ୍ର ଥିଲା, ତାହା ସେ ଲୋପ କରି କ୍ରୁଶରେ ଟଙ୍ଗାଇ ଦେଇ ଆମ୍ଭମାନଙ୍କ ପଥରୁ ଦୂର କରିଦେଇଅଛନ୍ତି;


ପୁଣି, ବିଧିବିଧାନଯୁକ୍ତ ଆଜ୍ଞାମୂଳକ ମୋଶାଙ୍କ ବ୍ୟବସ୍ଥାକୁ ଆପଣା ଶରୀରରେ ରହିତ କରିଅଛନ୍ତି, ଯେପରି ସେ ଶାନ୍ତି ସ୍ଥାପନ କରି ଉଭୟକୁ ଆପଣାଠାରେ ଜଣେ ନୂଆ ଲୋକ ସ୍ୱରୂପେ ସୃଷ୍ଟି କରନ୍ତି,


ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋ'ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍‍, ଈଶ୍ୱରଙ୍କ ଯେଉଁ ପୁତ୍ର ମୋତେ ପ୍ରେମ କରି ମୋ' ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି ।


ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ମୋଶାଙ୍କ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ୱର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,


ଯେଣୁ ଶାରୀରିକ ମନ ଈଶ୍ୱରଙ୍କ ବିରୁଦ୍ଧରେ ଶତ୍ରୁତା; କାରଣ ତାହା ଈଶ୍ୱରଙ୍କ ବ୍ୟବସ୍ଥାର ବଶୀଭୂତ ନୁହେଁ, ପୁଣି, ବଶୀଭୂତ ହେବା ଅସମ୍ଭବ;


ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ୱରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ୱଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି,


କାରଣ ରୁଟି ଏକ ହେବାରୁ ଆମ୍ଭେମାନେ ଅନେକ ହେଲେ ହେଁ ଏକ ଶରୀର ସ୍ୱରୂପ, ଯେଣୁ ଆମ୍ଭେମାନେ ସମସ୍ତେ ସେହି ଏକ ରୁଟିର ଅଂଶୀ ।


ଅର୍ଥାତ୍ ସୁସମାଚାର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଣଯିହୂଦୀମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି;


ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ୱାନର ଏକ ଭରସାରେ ମଧ୍ୟ ଆହୁତ ହୋଇଅଛ;


ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ ।


Swiv nou:

Piblisite


Piblisite