Biblia Todo Logo
Bib sou entènèt

- Piblisite -




ଏଫିସୀୟ 2:5 - ଓଡିଆ ବାଇବେଲ

5 ପୁଣି, ତାହାଙ୍କ ସହିତ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ସଜୀବ କରିଅଛନ୍ତି- ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ-

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ,

Gade chapit la Kopi

ପବିତ୍ର ବାଇବଲ

5 ସେ ସମୟରେ ଆମ୍ଭେ ପରମେଶ୍ୱରଙ୍କ ଇଚ୍ଛା ବିରୁଦ୍ଧରେ ଆଚରଣ କରୁଥିବାରୁ ଆତ୍ମିକ ଭାବରେ ମୃତ ଥିଲୁ। କିନ୍ତୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ସେ ଆମ୍ଭକୁ ନୂତନ ଜୀବନ ପ୍ରଦାନ କଲେ।

Gade chapit la Kopi




ଏଫିସୀୟ 2:5
20 Referans Kwoze  

ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି ।


କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ୱରଙ୍କ ଦାନ,


କାରଣ ଆମ୍ଭେମାନେ ଶତ୍ରୁ ଥିବା ସମୟରେ ଯଦି ଈଶ୍ୱରଙ୍କ ସହିତ ତାହାଙ୍କ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ମିଳିତ ହେଲୁ, ତାହାହେଲେ ଏହା ଅଧିକ ସୁନିଶ୍ଚିତ ଯେ, ଆମ୍ଭେମାନେ ମିଳିତ ହୋଇ ତାହାଙ୍କ ଜୀବନ ଦ୍ୱାରା ପରିତ୍ରାଣ ପାଇବା ।


କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ୱର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି ।


କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ୱାସ କରୁଅଛୁ ।


ଏହି ସଂସାରର ଭାବାନୁସାରେ ପୁଣି, ଆକାଶମଣ୍ଡଳ ରାଜ୍ୟର ଅଧିପତି,


କାରଣ ଜୀବନଦାୟକ ଆତ୍ମାଙ୍କ ମୋଶାଙ୍କ ବ୍ୟବସ୍ଥା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ମୋଶାଙ୍କ ବ୍ୟବସ୍ଥାରୁ ମୁକ୍ତ କରିଅଛି ।


କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,


ଏଣୁ ଉକ୍ତ ଅଛି, ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।


ଏଣୁ ଏହି ପ୍ରତିଜ୍ଞା ବିଶ୍ୱାସ ହେତୁ ପ୍ରାପ୍ତ ହୁଏ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ୱାରା ସମସ୍ତ ବଂଶ ପକ୍ଷରେ, କେବଳ ମୋଶାଙ୍କ ବ୍ୟବସ୍ଥାବଲମ୍ବୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ୱାସାବଲମ୍ବୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ;


ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ, ଈଶ୍ୱରଙ୍କ ପ୍ରେମ ଓ ପବିତ୍ର ଆତ୍ମାଙ୍କ ସହଭାଗିତା ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ ।


ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି;


କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ।


ଆଉ ଶାନ୍ତିଦାତା ଈଶ୍ୱର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ । ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ ।


ଆତ୍ମା ଜୀବନଦାୟକ; ମାଂସ କୌଣସି ଉପକାର କରେ ନାହିଁ; ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହିଅଛି, ସେହି ସବୁ ଆତ୍ମା ଓ ଜୀବନ ଅଟେ ।


ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି ।


ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ସମସ୍ତଙ୍କ ସହବର୍ତ୍ତୀ ହେଉ । ଆମେନ୍ ।


କାରଣ ମୋହର ଏହି ପୁଅ ମରିଥିଲା, ପୁନର୍ବାରେ ବଞ୍ଚିଲା; ହଜିଯାଇଥିଲା, ଆଉ ମିଳିଲା । ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ ।


ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ୱର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି,


Swiv nou:

Piblisite


Piblisite