Biblia Todo Logo
Bib sou entènèt

- Piblisite -




ଏଫିସୀୟ 2:6 - ଓଡିଆ ବାଇବେଲ

6 ଯେପରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ତାହାଙ୍କ ସହିତ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ଵର୍ଗରେ ଉପବେଶନ କରାଇ ଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଖ୍ରୀଷ୍ଟ ଯୀଶୁଙ୍କ ସହିତ ଏକ ହେବା ଦ୍ୱାରା ତାଙ୍କ ସହିତ ସ୍ୱର୍ଗରେ କର୍ତ୍ତୃତ୍ୱ କରିବା ପାଇଁ ସେ ଆମ୍ଭମାନଙ୍କୁ ମଧ୍ୟ ଉତ୍ଥିତ କରିଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ତାହାଙ୍କ ସହିତ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ

6 ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ତୁମ୍ଭେମାନେ ପରିତ୍ରାଣ ପାଇଅଛ। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବାରୁ ପରମେଶ୍ୱର ଆମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନରୁ‌ତ୍‌‌ଥିତ କଲେ ଓ ତାହାଙ୍କ ସହିତ ସ୍ୱର୍ଗୀୟ ସ୍ଥାନରେ ବସାଇ ଅଛନ୍ତି।

Gade chapit la Kopi




ଏଫିସୀୟ 2:6
16 Referans Kwoze  

ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,


କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ ।


ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ଦିନ ମୁଁ ଆପଣା ପିତାଙ୍କ ରାଜ୍ୟରେ ତୁମ୍ଭମାନଙ୍କ ସହିତ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଆଜିଠାରୁ ଏହା କେବେ ହେଁ ପାନ କରିବି ନାହିଁ ।


ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ ।


ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି ।


ପାଉଲ, ଈଶ୍ୱରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସୀମାନଙ୍କ ନିକଟକୁ |


କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତକାର୍ଯ୍ୟ ଆମ୍ଭେମାନେ କରିବୁ ବୋଲି ଈଶ୍ୱର ପୁର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହି ସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ ।


କିନ୍ତୁ ପୂର୍ବେ ତୁମ୍ଭେମାନେ ଦୂରରେ ଥିଲ ଯେ, ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ରକ୍ତ ଦ୍ୱାରା ନିକଟସ୍ଥ ହୋଇଅଛ ।


Swiv nou:

Piblisite


Piblisite