Biblia Todo Logo
Bib sou entènèt

- Piblisite -




ଏଫିସୀୟ 3:12 - ଓଡିଆ ବାଇବେଲ

12 ସେହି ପ୍ରଭୁଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଆମ୍ଭେମାନେ ତାହାଙ୍କଠାରେ ସାହସ ପୁଣି, ଈଶ୍ୱରଙ୍କ ନିକଟକୁ ନିର୍ଭୟରେ ଯିବା ପାଇଁ ପଥ ପାଇଅଛୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେହି ପ୍ରଭୁଙ୍କଠାରେ ବିଶ୍ଵାସ କରିବା ଦ୍ଵାରା ଆମ୍ଭେମାନେ ତାହାଙ୍କଠାରେ ସାହସ ପୁଣି ଈଶ୍ଵରଙ୍କ ନିକଟକୁ ନିର୍ଭୟରେ ଯିବା ପାଇଁ ପଥ ପାଇଅଛୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇଥିବାରୁ ଓ ତାଙ୍କଠାରେ ବିଶ୍ୱାସ କରୁଥିବାରୁ ଭରସାର ସହିତ ଈଶ୍ୱରଙ୍କ ସମ୍ମୁଖକୁ ଯିବା ପାଇଁ ଆମର ଏବେ ସାହସ ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେହି ପ୍ରଭୁଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଆମ୍ଭେମାନେ ତାହାଙ୍କଠାରେ ସାହସ ପୁଣି, ଈଶ୍ବରଙ୍କ ନିକଟକୁ ନିର୍ଭୟରେ ଯିବା ପାଇଁ ପଥ ପାଇଅଛୁ।

Gade chapit la Kopi

ପବିତ୍ର ବାଇବଲ

12 ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା, ନିର୍ଭୟରେ ପରମେଶ୍ୱରଙ୍କ ସମ୍ମୁଖକୁ ଯିବା ପାଇଁ ଆମର ସ୍ୱାଧୀନତା ଅଛି।

Gade chapit la Kopi




ଏଫିସୀୟ 3:12
12 Referans Kwoze  

କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ୱାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ ।


ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ୱାରା ବିଶ୍ୱାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଈଶ୍ୱରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ ।


ଯୀଶୁ ତାଙ୍କୁ କହିଲେ, ମୁଁ ପଥ, ସତ୍ୟ ଓ ଜୀବନ; ମୋ' ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ ।


ଆଉ, ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ଉପରେ ନିର୍ଭର ରଖି ଆମ୍ଭମାନଙ୍କର ଏହି ପ୍ରକାର ବିଶ୍ୱାସ ଅଛି ।


ଅର୍ଥାତ୍‍, ଈଶ୍ୱରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତିବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ,


କିନ୍ତୁ ଖ୍ରୀଷ୍ଟ ତାହାଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ ।


ଅତଏବ, ତୁମ୍ଭମାନଙ୍କ ସାହସ ପରିତ୍ୟାଗ କର ନାହିଁ, ସେଥିର ମହା ପୁରସ୍କାର ଅଛି ।


ଯେଣୁ ଆମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;


ଅତଏବ, ହେ ବତ୍ସଗଣ, ତାହାଙ୍କଠାରେ ରୁହ, ଯେପରି ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ତାହାଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭେମାନେ ଲଜ୍ଜିତ ନ ହୋଇ ସାହସ ପ୍ରାପ୍ତ ହେବା ।


ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ୱରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି,


Swiv nou:

Piblisite


Piblisite