Biblia Todo Logo
Bib sou entènèt

- Piblisite -




ଏଫିସୀୟ 3:16 - ଓଡିଆ ବାଇବେଲ

16 ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଯେପରି ସେ ଆପଣା ଗୌରବରୂପ ନିଧି ଅନୁସାରେ ଆପଣା ଆତ୍ମାଙ୍କ ଦ୍ଵାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ମୁଁ ପ୍ରାର୍ଥନା କରେ ଯେପରି ସେ ତାଙ୍କ ଆତ୍ମାଙ୍କ କର୍ତ୍ତୃକ ତାଙ୍କର ଗୌରବର ଭଣ୍ଡାରରୁ ତୁମ ଅନ୍ତରାତ୍ମାକୁ ବଳିଷ୍ଠ କରିବା ପାଇଁ ଶକ୍ତି ଦେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି,

Gade chapit la Kopi

ପବିତ୍ର ବାଇବଲ

16 ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରେ, ଯେପରି ସେ ତାହାଙ୍କ ସମସ୍ତ ମହିମା ସହିତ ତୁମ୍ଭମାନଙ୍କୁ ଆତ୍ମିକଭାବେ ଶକ୍ତିଯୁକ୍ତ ହେବା ପାଇଁ ତାହାଙ୍କର ଶକ୍ତି ପ୍ରଦାନ କରିବେ। ସେ ପବିତ୍ରଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ସେହି ଶକ୍ତି ପ୍ରଦାନ କରିବେ।

Gade chapit la Kopi




ଏଫିସୀୟ 3:16
28 Referans Kwoze  

ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ,


ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରି ପାରେ ।


ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।


ପୁଣି, ଆମ୍ଭେ ସଦାପ୍ରଭୁଙ୍କଠାରେ ସେମାନଙ୍କୁ ବଳବାନ କରିବା ଓ ସେମାନେ ତାହାଙ୍କ ନାମରେ ଗମନାଗମନ କରିବେ, ଏହା ସଦାପ୍ରଭୁ କହନ୍ତି।


କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇ ପାରେ ଓ ଅଣଯିହୂଦୀ ସମସ୍ତେ ତାହା ଶୁଣି ପାରନ୍ତି;


ତେଣୁ ଆମ୍ଭେମାନେ କ୍ଳାନ୍ତ ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି ।


ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ ।


ଆଉ, ସେ ମୋତେ କହିଅଛନ୍ତି, ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ । ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି ।


ପୁଣି, ମୋହର ଈଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ ।


ସଦାପ୍ରଭୁ ସେମାନଙ୍କର ବଳ ଓ ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି।


କାରଣ ଆନ୍ତରିକ ପୁରୁଷର ଭାବାନୁସାରେ ମୁଁ ଈଶ୍ୱରଙ୍କ ମୋଶାଙ୍କ ବ୍ୟବସ୍ଥାରେ ଆନନ୍ଦ କରେ,


ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ ।


ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, ତୁମ୍ଭେ ମୋ’ ପ୍ରାଣକୁ ବଳ ଦେଇ ସାହସିକ କଲ।


ଆଉ, ଯଦି ଗୌରବ ନିମନ୍ତେ ତାହାଙ୍କ ଦ୍ୱାରା ପୂର୍ବରୁ ପ୍ରସ୍ତୁତ ହୋଇଥିବା ଦୟାର ପାତ୍ର ଯେ ଆମ୍ଭେମାନେ, ଆମ୍ଭମାନଙ୍କ ନିକଟରେ ଆପଣା ଗୌରବରୂପ ଧନ ପ୍ରକାଶ କରିବା ନିମନ୍ତେ ତାହା କରିଅଛନ୍ତି; ତାହାହେଲେ ତୁମ୍ଭେ କ'ଣ କହିବ ?


ଅଣଯିହୂଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କ'ଣ, ତାହା ଈଶ୍ୱର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ;


ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,


ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କ'ଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କ'ଣ,


ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର । [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର । ଆମେନ୍ ।]


ତାହାଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କ ଠାରେ ତାହାଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।


ଅଗ୍ନିର ତେଜ ନିବାରଣ କଲେ, ଖଡ଼୍ଗଧାରରୁ ରକ୍ଷା ପାଇଲେ, ଦୁର୍ବଳ ସମୟରେ ସବଳ ହେଲେ, ଯୁଦ୍ଧରେ ବିଜୟୀ ହେଲେ, ପୁଣି, ଅଣଯିହୂଦୀମାନଙ୍କର ସୈନ୍ୟମାନଙ୍କୁ ବିତାଡ଼ିତ କଲେ ।


ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;


ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ୱରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ ।


ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ସେ ଆମ୍ଭମାନଙ୍କ ପ୍ରତି କରୁଣା କରି ଆଗାମୀ ଯୁଗରେ ଆପଣା ଅନୁଗ୍ରହର ଅତ୍ୟଧିକ ଧନ ପ୍ରକାଶ କରନ୍ତି।


କିନ୍ତୁ ଅନ୍ତରରେ ଯେ ଯିହୂଦୀ, ସେ ଯିହୂଦୀ, ପୁଣି, ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ । ଏପରିଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ୱରଙ୍କଠାରୁ ପ୍ରାପ୍ତ ହୁଏ ।


ସେ କ’ଣ ଆପଣା ମହାପରାକ୍ରମରେ ମୋ’ ସଙ୍ଗେ ବିରୋଧ କରିବେ ? ନା; ମାତ୍ର ସେ ମୋ’ ପ୍ରତି ମନୋଯୋଗ କରିବେ।


ତାହାଙ୍କ ଛାମୁରେ ମୁଁ ଆଣ୍ଠୁପାତି ପ୍ରାର୍ଥନା କରୁଅଛି,


ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍‍ ଈଶ୍ୱରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି ।


Swiv nou:

Piblisite


Piblisite