Biblia Todo Logo
Bib sou entènèt

- Piblisite -




ଏଫିସୀୟ 3:20 - ଓଡିଆ ବାଇବେଲ

20 ଯେଉଁ ଈଶ୍ୱର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବା ଠାରୁ ଅତ୍ୟଧିକ ପରିମାଣରେ ସାଧନ କରି ପାରନ୍ତି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଯେଉଁ ଈଶ୍ଵର ଆମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରି ପାରନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ଯେଉଁ ଈଶ୍ୱର ଆମ୍ଭମାନଙ୍କ ମଧ୍ୟରେ ତାଙ୍କର ସକ୍ରିୟ ଶକ୍ତି ଦ୍ୱାରା ଆମର ମାଗିବାଠାରୁ ଅଧିକ ଏପରି କି ଆମର କଳ୍ପନାତୀତ ବିଷୟ ଦେବା ପାଇଁ ସମର୍ଥ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଯେଉଁ ଈଶ୍ବର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରିପାରନ୍ତି,

Gade chapit la Kopi

ପବିତ୍ର ବାଇବଲ

20 ଆମ୍ଭ ଭିତରେ ପରମେଶ୍ୱରଙ୍କ ଯେଉଁ ଶକ୍ତି କାର୍ଯ୍ୟ କରିଥାଏ, ତାହା ଆମ୍ଭର ମାଗିବା ବା ଭାବିବାଠାରୁ ଯଥେଷ୍ଟ ଅଧିକ ଏବଂ ପରମେଶ୍ୱର ତାହାଠାରୁ ଅଧିକ ଶକ୍ତିର କାର୍ଯ୍ୟ କରି ପାରନ୍ତି।

Gade chapit la Kopi




ଏଫିସୀୟ 3:20
32 Referans Kwoze  

ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରି ପାର, ଏଥି ନିମନ୍ତେ ଈଶ୍ୱର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି,


କିନ୍ତୁ ଈଶ୍ୱର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ୱାସରେ ବଳବାନ ହେଲେ ।


“ଦେଖ, ଆମ୍ଭେ ସଦାପ୍ରଭୁ, ସମଗ୍ର ମର୍ତ୍ତ୍ୟର ପରମେଶ୍ୱର; ଆମ୍ଭର ଅସାଧ୍ୟ କି କିଛି ଅଛି ?”


ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,


କିନ୍ତୁ ଯେପରି ଲେଖା ଅଛି, "ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ୱର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି" ।


ପୁଣି, ବିଶ୍ୱାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ୱ କ'ଣ, ଏହି ସବୁ ଜାଣି ପାର;


“ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;


ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ୱରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ ।


ଈଶ୍ୱରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି।


ଯେଉଁ ଈଶ୍ୱର ମୋହର ସୁସମାଚାର ଓ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍‍ ଯେଉଁ ନିଗୂଢ଼ତତ୍ତ୍ୱ ପ୍ରାଚୀନ କାଳରୁ ଗୁପ୍ତ ଥିଲା,


ଆହୁରି ତୁମ୍ଭେ ଯେଉଁ ଐଶ୍ୱର୍ଯ୍ୟ ଓ ପ୍ରତାପ ମାଗି ନାହଁ, ସେହି ଦୁଇ ମଧ୍ୟ ଆମ୍ଭେ ତୁମ୍ଭକୁ ଏପରି ଦେଲୁ ଯେ, ତୁମ୍ଭର ଯାବଜ୍ଜୀବନ ରାଜାମାନଙ୍କ ମଧ୍ୟରେ କେହି ତୁମ୍ଭ ସମାନ ହେବ ନାହିଁ।


ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।


ଯଦି ସେହିପରି ହୁଏ, ତେବେ ଆମ୍ଭେମାନେ ଯାହାଙ୍କର ସେବା କରୁ, ଆମ୍ଭମାନଙ୍କର ସେହି ପରମେଶ୍ୱର ଆମ୍ଭମାନଙ୍କୁ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରୁ ରକ୍ଷା କରିବାକୁ ସମର୍ଥ ଅଟନ୍ତି; ଆଉ ହେ ମହାରାଜ, ସେ ଆପଣଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।


ଏହି ଉଦ୍ଦେଶ୍ୟରେ ମଧ୍ୟ ତାହାଙ୍କର ଯେଉଁ କାର୍ଯ୍ୟସାଧକ ଶକ୍ତି ମୋ'ଠାରେ ସବଳେ କାର୍ଯ୍ୟ ସାଧନ କରୁଅଛି, ତଦନୁସାରେ ମୁଁ ପ୍ରାଣପଣରେ ପରିଶ୍ରମ କରୁଅଛି ।


ତହିଁରେ ଅମତ୍‍ସୀୟ ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, ଭଲ, ମାତ୍ର ମୁଁ ଇସ୍ରାଏଲ-ସୈନ୍ୟକୁ ଯେଉଁ ଏକ ଶହ ତାଳନ୍ତ ରୂପା ଦେଇଅଛି, ତହିଁ ପାଇଁ ଆମ୍ଭେମାନେ କ’ଣ କରିବା ? ଏଥିରେ ପରମେଶ୍ୱରଙ୍କ ଲୋକ ଉତ୍ତର କଲେ; ସଦାପ୍ରଭୁ ତୁମ୍ଭକୁ ତହିଁରୁ ଅତି ଅଧିକ ଦେବାକୁ ସମର୍ଥ ଅଟନ୍ତି।


ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥି ନିମନ୍ତେ ମୁଁ ଆସିଅଛି ।


ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ୱର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ;


ମୋଶାଙ୍କ ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେ ମାତ୍ର, ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ; କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ, ତୁମ୍ଭେ କିଏ ?


ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ୱାସ ଓ ପ୍ରେମ ସହକାରେ ମୋ ପ୍ରତି ଅତି ପ୍ରଚୁର ହେଲା ।


ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ୱରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ୱର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି ?


କାରଣ ଈଶ୍ୱର ଯେ ମୃତମାନଙ୍କ ମଧ୍ୟରୁ ସୁଦ୍ଧା ଉତ୍ଥାପନ କରିବାକୁ ସମର୍ଥ, ଆକ୍ଷରିକ ଭାବେ, ସେ ମଧ୍ୟ ତାଙ୍କୁ ଦୃଷ୍ଟାନ୍ତଭାବେ ମୃତ୍ୟୁରୁ ଫେରି ପାଇଲେ ।


ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ।


ଆଉ ଏହି ପ୍ରକାରେ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଅନନ୍ତ ରାଜ୍ୟରେ ସ୍ୱଚ୍ଛନ୍ଦରେ ପ୍ରବେଶ କରିବାକୁ ତୁମ୍ଭମାନଙ୍କୁ ଦିଆଯିବ ।


ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ୍‍ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଶୋଭା ଦେଖିବେ।


ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି ।


ତଥାପି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭ ଦୃଷ୍ଟିରେ ଏହା ହିଁ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘକାଳର କଥା ମଧ୍ୟ କହିଅଛ; ହେ ପ୍ରଭୁ, ସଦାପ୍ରଭୁ, ଏହା କ’ଣ ମନୁଷ୍ୟର ବ୍ୟବସ୍ଥା ?


ହେ ମୋହର ପ୍ରିୟେ, ମୋହର କନ୍ୟା, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।


ବିନୟ କରୁଅଛି, ମୋତେ ଅଳ୍ପ ଜଳ ଆଣିବାକୁ ଦିଅନ୍ତୁ ପୁଣି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ


ପୁଣି ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, (ତାହା ଛଡ଼ା ରାଜାଙ୍କ ନିକଟକୁ ତାହାର ଆନୀତ ଦ୍ରବ୍ୟର ପ୍ରତିଦାନ କଲେ) ଏଥିଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ।


Swiv nou:

Piblisite


Piblisite