Biblia Todo Logo
Bib sou entènèt

- Piblisite -




ଏଫିସୀୟ 3:21 - ଓଡିଆ ବାଇବେଲ

21 ଯୁଗେ ଯୁଗେ ପୁରୁଷାନୁକ୍ରମରେ ମଣ୍ଡଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତାହାଙ୍କର ଗୌରବ ହେଉ । ଆମେନ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଯୁଗେ ଯୁଗେ ପୁରୁଷାନୁକ୍ରମେ ମଣ୍ତଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ତାହାଙ୍କର ଗୌରବ ହେଉ। ଆମେନ୍।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ମଣ୍ଡଳୀ ଦ୍ୱାରା ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଯୁଗେ ଯୁଗେ ଅନନ୍ତ କାଳ ଯାଏ ସେହି ଈଶ୍ୱରଙ୍କର ଗୌରବ ହେଉ। ଆମେନ୍।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଯୁଗେ ଯୁଗେ ପୁରୁଷାନୁକ୍ରମରେ ମଣ୍ଡଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତାହାଙ୍କର ଗୌରବ ହେଉ। ଆମେନ୍‍।

Gade chapit la Kopi

ପବିତ୍ର ବାଇବଲ

21 ମଣ୍ଡଳୀରେ ଓ ଖ୍ରୀଷ୍ଟଙ୍କ ଦ୍ୱାରା ସଦାସର୍ବଦା ତାହାଙ୍କର ମହିମା ହେଉ। ଆମେନ୍।

Gade chapit la Kopi




ଏଫିସୀୟ 3:21
27 Referans Kwoze  

ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ୱର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର । ଆମେନ୍‍ ।


ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର । ଆମେନ୍‍ ।


ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ । ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର ।


ପରାକ୍ରମ ଯୁଗେ ଯୁଗେ ତାହାଙ୍କର । ଆମେନ୍‍ ।


ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।”


ହେ ସଦାପ୍ରଭୁ, ମହତ୍ତ୍ୱ, ପରାକ୍ରମ, ଶୋଭା, ଜୟ ଓ ପ୍ରତାପ ତୁମ୍ଭର; କାରଣ, ସ୍ୱର୍ଗ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୁ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ।


ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍‍, ଆମେନ୍‍।


ଆମ୍ଭମାନଙ୍କର ଈଶ୍ୱର ଓ ପିତାଙ୍କ ପ୍ରତି ଯୁଗେ ଯୁଗେ ଗୌରବ ହେଉ । ଆମେନ୍‍ ।


ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଯୁଗେ ଯୁଗେ ସେହି ଏକମାତ୍ର ଜ୍ଞାନବାନ ଈଶ୍ୱରଙ୍କ ଗୌରବ ହେଉ । ଆମେନ୍‍ ।


ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ ।


ସେମାନେ ସଦାପ୍ରଭୁଙ୍କୁ ଗୌରବ ଦେଉନ୍ତୁ ଓ ଦ୍ୱୀପସମୂହ ମଧ୍ୟରେ ତାହାଙ୍କର ପ୍ରଶଂସା ପ୍ରଚାର କରନ୍ତୁ।


ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ । ଯୁଗେ ଯୁଗେ ଗୌରବ ତାହାଙ୍କର । ଆମେନ୍‍ ।


ପୁଣି, ପିତା ଈଶ୍ୱରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।


ଯୁଗେ ଯୁଗେ ତାହାଙ୍କର ଗୌରବ ହେଉ । ଆମେନ୍‍ ।


ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍ ।


ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ ।


ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।


ଊର୍ଦ୍ଧ୍ୱଲୋକରେ ଈଶ୍ୱରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି ।


ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ୱିତ କର।


ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ସେ ଆମ୍ଭମାନଙ୍କ ପ୍ରତି କରୁଣା କରି ଆଗାମୀ ଯୁଗରେ ଆପଣା ଅନୁଗ୍ରହର ଅତ୍ୟଧିକ ଧନ ପ୍ରକାଶ କରନ୍ତି।


ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର । [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର । ଆମେନ୍ ।]


ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର,


Swiv nou:

Piblisite


Piblisite