Biblia Todo Logo
Bib sou entènèt

- Piblisite -




ଏଫିସୀୟ 3:7 - ଓଡିଆ ବାଇବେଲ

7 ଈଶ୍ୱରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଈଶ୍ଵରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଈଶ୍ୱର ତାଙ୍କର ଶକ୍ତି ପ୍ରୟୋଗ କରି ମୋତେ ଯେଉଁ ବଶେଷ ଦାନ ଦେଇଛନ୍ତି, ସେଥିଯୋଗୁଁ ମୁଁ ସୁସମାଚାର ପ୍ରଚାରକ ହୋଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଈଶ୍ବରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି।

Gade chapit la Kopi

ପବିତ୍ର ବାଇବଲ

7 ପରମେଶ୍ୱରଙ୍କ ବିଶେଷ ଅନୁଗ୍ରହର ଦାନ ଦ୍ୱାରା ମୁଁ ସୁସମାଗ୍ଭର କହିବା ପାଇଁ ଜଣେ ସେବକ ହେଲି। ପରମେଶ୍ୱର ତାହାଙ୍କର କାର୍ଯ୍ୟକାରୀ ଶକ୍ତି ବଳରେ ମୋତେ ଏହି ଅନୁଗ୍ରହ ଦାନ କଲେ।

Gade chapit la Kopi




ଏଫିସୀୟ 3:7
22 Referans Kwoze  

ପୁଣି, ବିଶ୍ୱାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ୱ କ'ଣ, ଏହି ସବୁ ଜାଣି ପାର;


ଯେଉଁ ଈଶ୍ୱର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବା ଠାରୁ ଅତ୍ୟଧିକ ପରିମାଣରେ ସାଧନ କରି ପାରନ୍ତି,


ତୁମ୍ଭମାନଙ୍କ ନିମନ୍ତେ ପ୍ରଦତ୍ତ ଈଶ୍ୱରଙ୍କ ଅନୁଗ୍ରହ ସମ୍ବନ୍ଧୀୟ ସେବକ କାର୍ଯ୍ୟ ବିଷୟରେ ତୁମ୍ଭେମାନେ ତ ଶୁଣିଥିବ,


ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାଁନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍‍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ,ମାତ୍ର ଆତ୍ମା ଜୀବନଦାୟକ;


ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ । ଯୁଗେ ଯୁଗେ ଗୌରବ ତାହାଙ୍କର । ଆମେନ୍‍ ।


ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ୱରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ୱରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ୱରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି ।


ଏହି ଉଦ୍ଦେଶ୍ୟରେ ମଧ୍ୟ ତାହାଙ୍କର ଯେଉଁ କାର୍ଯ୍ୟସାଧକ ଶକ୍ତି ମୋ'ଠାରେ ସବଳେ କାର୍ଯ୍ୟ ସାଧନ କରୁଅଛି, ତଦନୁସାରେ ମୁଁ ପ୍ରାଣପଣରେ ପରିଶ୍ରମ କରୁଅଛି ।


କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ୱରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋ' ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋ' ସହିତ ଥିବା ଈଶ୍ୱରଙ୍କ ଅନୁଗ୍ରହ ତାହା କରିଅଛି ।


ଆପଲ୍ଲ କିଏ ? ପାଉଲ ବା କିଏ ? ସେମାନେ ତ ସେବକମାତ୍ର, ଯେଉଁମାନଙ୍କ ଦ୍ୱାରା, ପ୍ରତ୍ୟେକକୁ ପ୍ରଭୁ ଯେପରି ଦେଇଅଛନ୍ତି, ତଦନୁସାରେ ତୁମ୍ଭେମାନେ ବିଶ୍ୱାସ କରିଅଛ ।


କାରଣ ଅଣଯିହୂଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ୱରଙ୍କ ସୁସମାଚାରର ଯାଜକତ୍ତ୍ୱ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦିଆଯାଇଅଛି ।


ଆଉ, ଯେଉଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ ହୋଇଅଛ,


ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧିର ସାହାଯ୍ୟ ଦ୍ୱାରା ପୁଣି, ପ୍ରତ୍ୟେକ ଅଂଶର କାର୍ଯ୍ୟସାଧକ ଶକ୍ତି ଅନୁସାରେ ସୁଖଚିତ ଓ ସୁସଂଯୁକ୍ତ ହୋଇ ପ୍ରେମରେ ଆପଣାର ନିଷ୍ଠା ନିମନ୍ତେ ନିଜର ବୃଦ୍ଧି ସାଧନ କରୁଅଛି ।


ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,


(କାରଣ ସୁନ୍ନତିମାନଙ୍କ ନିକଟରେ ପ୍ରେରିତପଦର କର୍ମ କରିବା ନିମନ୍ତେ ଯେ ପିତରଙ୍କୁ ସକ୍ଷମ କଲେ, ଅଣଯିହୂଦୀମାନଙ୍କ ନିକଟରେ ସେହି କର୍ମ କରିବାକୁ ସେ ମୋତେ ମଧ୍ୟ ସକ୍ଷମ କଲେ),


ଅତଏବ, ଆମ୍ଭେମାନେ ଅନୁଗ୍ରହ ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ,


“ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ ?”


କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, ଯାଅ; କାରଣ ସେ ଅଣଯିହୂଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;


କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ୍, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ୱର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର ।


Swiv nou:

Piblisite


Piblisite