Biblia Todo Logo
Bib sou entènèt

- Piblisite -




ଏଫିସୀୟ 4:14 - ଓଡିଆ ବାଇବେଲ

14 ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ଶଠତା ଓ ଭ୍ରାନ୍ତିଯୁକ୍ତ କଳ୍ପନା ଅନୁସାରେ ଧୂର୍ତ୍ତତା ଦ୍ଵାରା ବିଭିନ୍ନ ଶିକ୍ଷାରୂପ ବାୟୁରେ ଇତସ୍ତତଃ ଚାଳିତ ନ ହେଉ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ପବନର ଗତିରେ ଓ ତରଙ୍ଗର ଧକ୍କାରେ ଇତସ୍ତତଃ ହେଉଥିବା ଶିଶୁମାନଙ୍କ ପରି ଆମ୍ଭେମାନେ ଆଉ ଅସ୍ଥିର ହେବା ନାହିଁ। ଅନ୍ୟମାନଙ୍କୁ ବିପଥଗାମୀ କରାଉଥିବା ପ୍ରତାରକମାନଙ୍କର କୌଶଳପୂର୍ଣ୍ଣ ଶିକ୍ଷାରେ ଆମେ ବିଚଳିତ ହେବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,

Gade chapit la Kopi

ପବିତ୍ର ବାଇବଲ

14 ତା'ହେଲେ ଆମ୍ଭେ ଆଉ ଶିଶୁ ହୋଇ ରହିବା ନାହିଁ। ସମୁଦ୍ରରେ ଜାହାଜ ଲହରୀ ହେତୁ ସ୍ଥାନ ପରିବର୍ତ୍ତନ କଲା ଭଳି ଆମ୍ଭକୁ ପ୍ରତାରଣା କରିବାକୁ ଚେଷ୍ଟା କରୁଥିବା ଲୋକମାନଙ୍କର ପ୍ରତ୍ୟେକ ପ୍ରକାରର ନୂତନ ଉପଦେଶ ଦ୍ୱାରା ଆମ୍ଭେ ଏଣେତେଣେ ଆଉ ଭାସି ଯିବା ନାହିଁ। ଏଭଳି ଲୋକେ ମନ୍ଦ ରାସ୍ତା ଗ୍ରହଣ କରିବା ପାଇଁ ଲୋକଙ୍କୁ ଛଳ ଓ ଧୂର୍ତ୍ତ ଯୋଜନାରେ ଚ୍ଛନ୍ଦନ୍ତି,

Gade chapit la Kopi




ଏଫିସୀୟ 4:14
44 Referans Kwoze  

ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ ।


ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ- ବୟସ୍କ ହୁଅ ।


ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ୱରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି ।


ସେହି ଅନେକ ଲୋକ ଯେପରି ଈଶ୍ୱରଙ୍କ ବାକ୍ୟବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ୱରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ ।


କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ ।


ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ଡାୟମାନ ହୋଇ ପାର, ଏଥି ନିମନ୍ତେ ଈଶ୍ୱରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର ।


କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ ।


କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ (ସତ୍ୟ) ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ,


ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ୱରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତ କାଳର ଫଳଶୂନ୍ୟବୃକ୍ଷ ସଦୃଶ;


ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ ।


ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା ? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା ।


ଆଉ ଅନେକ ଭଣ୍ଡ ଭାବବାଦୀ ଉଠି ଅନେକଙ୍କୁ ଭ୍ରାନ୍ତ କରିବେ,


ଯେଉଁମାନେ ତୁମ୍ଭମାନଙ୍କୁ ଭ୍ରାନ୍ତ କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କ ସମ୍ବନ୍ଧରେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।


କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ ।


ସେ କାହାକୁ ଜ୍ଞାନ ଶିକ୍ଷା ଦେବ ? ସେ କାହାକୁ ସମାଚାର ବୁଝାଇ ଦେବ ? କି ଦୁଗ୍ଧତ୍ୟାଗୀ ଓ ସ୍ତନ୍ୟପାନରୁ ନିବୃତ୍ତ ଶିଶୁମାନଙ୍କୁ ?


ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୁର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଈଶ୍ୱରଙ୍କ ବାକ୍ୟ ଛଳରେ ବ୍ୟବହାରକରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ୱାରା ଈଶ୍ୱରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛୁ ।


ସେମାନେ ଚାଲିଯାଉଥିବା ସମୟରେ ଯୀଶୁ ଯୋହନଙ୍କ ସମ୍ବନ୍ଧରେ ଲୋକସମୂହକୁ କହିବାକୁ ଲାଗିଲେ, ତୁମ୍ଭେମାନେ କ'ଣ ଦେଖିବା ପାଇଁ ପ୍ରାନ୍ତରକୁ ବାହାରିଯାଇଥିଲ ? କ'ଣ ପବନରେ ଦୋହଲୁଥିବା ଗୋଟିଏ ନଳ ?


ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ଅଣଯିହୂଦୀ ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ ।


ଏଣୁ ଆପଣ ସେମାନଙ୍କ କଥାରେ ସମ୍ମତ ହେବେ ନାହିଁ, କାରଣ ତାହାଙ୍କୁ ବଧ ନ କରିବା ଯାଏ ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି ନିଜ ନିଜକୁ ଶପଥରେ ଆବଦ୍ଧ କରି ଚାଳିଶ ଜଣରୁ ଅଧିକ ଲୋକ ତାହାଙ୍କୁ ଛକି ରହିଅଛନ୍ତି, ଆଉ ଏବେ ସେମାନେ ଆପଣଙ୍କଠାରୁ ଅନୁମତି ପାଇବା ନିମନ୍ତେ ଅପେକ୍ଷା କରି ପ୍ରସ୍ତୁତ ହୋଇ ରହିଅଛନ୍ତି ।


ଧାର୍ମିକ ଲୋକ ପୃଥିବୀରୁ ଉଚ୍ଛିନ୍ନ ହୋଇଅଛି ଓ ମନୁଷ୍ୟମାନଙ୍କ ମଧ୍ୟରେ ସରଳ ଲୋକ କେହି ନାହିଁ; ସେମାନେ ସମସ୍ତେ ରକ୍ତପାତ କରିବାକୁ ଛକି ବସନ୍ତି; ପ୍ରତ୍ୟେକ ଲୋକ ଆପଣା ଆପଣା ଭ୍ରାତାକୁ ଜାଲରେ ଧରିବାକୁ ଚେଷ୍ଟା କରଇ।


କାରଣ ଦେଖ, ସେମାନେ ମୋ’ ପ୍ରାଣ ପାଇଁ ଛକି ବସନ୍ତି; ବଳବାନମାନେ ମୋ’ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି; ହେ ସଦାପ୍ରଭୁ, ମୋହର ଅପରାଧ କିଅବା ମୋ’ ପାପ ସକାଶୁ ନୁହେଁ।


ଯେପରି ସିଂହ ଆପଣା ଗହ୍ୱରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ, ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; ସେ ଶିକାରୀ ସଦୃଶ୍ୟ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ।


ସେମାନେ ଆମ୍ଭମାନଙ୍କ ମଧ୍ୟରୁ ବାହାରିଲେ, କିନ୍ତୁ ଆମ୍ଭମାନଙ୍କ ଦଳର ଲୋକ ନ ଥିଲେ; କାରଣ ଯଦି ଆମ୍ଭମାନଙ୍କ ଦଳର ଲୋକ ହୋଇଥାଆନ୍ତେ, ତେବେ ଆମ୍ଭମାନଙ୍କ ସହିତ ରହିଥାଆନ୍ତେ; କିନ୍ତୁ ସମସ୍ତେ ଯେ ଆମ୍ଭମାନଙ୍କ ଦଳର ଲୋକ ନୁହଁନ୍ତି, ଏହା ଯେପରି ପ୍ରକାଶ ପାଇବ, ଏଥି ନିମନ୍ତେ ସେମାନେ ବାହାରିଗଲେ ।


କାରଣ ସେମାନେ ନିରର୍ଥକ ଅହଂକାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;


ଦେଖ, ଜାହାଜ ମଧ୍ୟ ଏତେ ବଡ଼ ହୋଇ ପ୍ରଚଣ୍ଡ ପବନରେ ଚାଳିତ ହେଲେ ହେଁ ଗୋଟିଏ ଅତି କ୍ଷୁଦ୍ର ମଙ୍ଗ ଦ୍ୱାରା ମଙ୍ଗଧରାର ଇଚ୍ଛାନୁସାରେ ବୁଲିଥାଏ ।


ସେ ନୂତନ ଶିଷ୍ୟ ହୋଇ ନ ଥିବେ, କାଳେ ଅସାରଗର୍ବୀ ହୋଇ ଶୟତାନ ଭଳି ଦଣ୍ଡଗ୍ରସ୍ତ ହେବେ ।


ଆସିଆର ସମସ୍ତ ଲୋକ ଯେ ମୋ ପ୍ରତି ବିମୁଖ ହୋଇଅଛନ୍ତି, ଏହା ତୁମ୍ଭେ ଜାଣ; ଫୁଗେଲ ଓ ହର୍ମଗେନା ସେମାନଙ୍କ ମଧ୍ୟରେ ଅନ୍ତର୍ଗତ ।


କାରଣ ଏହି ଜଗତର ଜ୍ଞାନ ଈଶ୍ୱରଙ୍କ ନିକଟରେ ମୂର୍ଖତା । ଯେଣୁ ଲେଖା ଅଛି," ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତି";


Swiv nou:

Piblisite


Piblisite