Biblia Todo Logo
Bib sou entènèt

- Piblisite -




ଏଫିସୀୟ 5:13 - ଓଡିଆ ବାଇବେଲ

13 କିନ୍ତୁ ସମସ୍ତ ବିଷୟର ଦୋଷ ଆଲୋକ ଦ୍ୱାରା ଦେଖାଇ ଦିଆଯାଏ, ଯେଉଁ ସବୁ ପ୍ରକାଶିତ ହୁଏ, ତାହା ଆଲୋକ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କିନ୍ତୁ ଯେସମସ୍ତ ବିଷୟର ଦୋଷ ଆଲୋକ ଦ୍ଵାରା ଦେଖାଇ ଦିଆଯାଏ, ସେହିସବୁ ପ୍ରକାଶିତ ହୁଏ, କାରଣ ଯାହାସବୁ ପ୍ରକାଶିତ ହୁଏ, ତାହା ଆଲୋକ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଯେତେବେଳେ ସମସ୍ତ ବିଷୟ ଆଲୋକକୁ ଅଣାଯାଏ, ସେତେବେଳେ ସେଗୁଡ଼ିକର ପ୍ରକୃତ ସ୍ୱରୂପ ପ୍ରକାଶିତ ହୁଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କିନ୍ତୁ ସମସ୍ତ ବିଷୟର ଦୋଷ ଆଲୋକ ଦ୍ୱାରା ଦେଖାଇ ଦିଆଯାଏ, ଯେଉଁ ସବୁ ପ୍ରକାଶିତ ହୁଏ, ତାହା ଆଲୋକ।

Gade chapit la Kopi

ପବିତ୍ର ବାଇବଲ

13 କିନ୍ତୁ ଆଲୋକ ସମ୍ମୁଖରେ ଏଗୁଡ଼ିକୁ ରଖିଲେ, ଏସବୁ କର୍ମର ସମସ୍ତ ମନ୍ଦତା ସ୍ପଷ୍ଟ ଭାବେ ପ୍ରକାଶିତ ହୁଏ।

Gade chapit la Kopi




ଏଫିସୀୟ 5:13
8 Referans Kwoze  

ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ୱରଙ୍କଠାରୁ ପ୍ରଶଂସା ପାଇବ ।


ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ।


ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାୟତ ଦଳ ବାହାରେ ଲୁଟ କରନ୍ତି।


ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି, ଏଥିପାଇଁ ଯେପର୍ଯ୍ୟନ୍ତ ସେ ମୋ’ ବିବାଦର ସପକ୍ଷବାଦୀ ହୋଇ ମୋର ବିଚାର ନିଷ୍ପତ୍ତି ନ କରନ୍ତି, ସେପର୍ଯ୍ୟନ୍ତ ମୁଁ ତାହାଙ୍କ କ୍ରୋଧରୂପ ଭାର ବହନ କରିବି; ସେ ମୋତେ ବାହାର କରି ଆଲୁଅକୁ ଆଣିବେ ଓ ମୁଁ ତାହାଙ୍କର ଧାର୍ମିକତା ଦେଖିବି।


ତୁମ୍ଭର ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।


ଆଉ "ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ,'' ଏହା ସେ ଦୂତମାନଙ୍କ ମଧ୍ୟରେ କାହାକୁ କେବେ କହିଅଛନ୍ତି ?


କାରଣ ସେମାନେ ଯାହାସବୁ ଗୁପ୍ତରେ କରନ୍ତି, ସେହି ସବୁ କଥା କହିବା ସୁଦ୍ଧା ଲଜ୍ଜାଜନକ,


Swiv nou:

Piblisite


Piblisite