Biblia Todo Logo
Bib sou entènèt

- Piblisite -




ଏଫିସୀୟ 5:20 - ଓଡିଆ ବାଇବେଲ

20 ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ଵରଙ୍କୁ ଧନ୍ୟବାଦ ଦିଅ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ସର୍ବଦା ସବୁ ବିଷୟ ପାଇଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ,

Gade chapit la Kopi

ପବିତ୍ର ବାଇବଲ

20 ପ୍ରତ୍ୟେକ କଥା ପାଇଁ ପରମପିତା ପରମେଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦିଅ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପରମେଶ୍ୱରଙ୍କୁ ଧନ୍ୟବାଦ ଅର୍ପଣ କର।

Gade chapit la Kopi




ଏଫିସୀୟ 5:20
22 Referans Kwoze  

ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ ।


କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ୱରଙ୍କ ଅଭିମତ ।


ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍‍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ ।


କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ୱରଙ୍କ ନିକଟରେ ଜଣାଅ ।


ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ ।


ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ, କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,


ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋ’ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ।


କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ୱରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ୱର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ୱାସ ଦ୍ୱାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମ ଫଳଭାବେ ବାଛି ଅଛନ୍ତି;


ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ ।


ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେଉଁ ସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ଇସ୍ରାଏଲ-ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା।


ଆଉ, ସେ କହିଲା, “ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।”


ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦିଆଯାଇଥିବା ଈଶ୍ୱରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି,


ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥି ନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି । ସେଥିରେ ତୁମ୍ଭେମାନେ ମୋ' ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;


କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ୱରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ୱରଙ୍କଠାରୁ ଶକ୍ତିପ୍ରାପ୍ତଲୋକ ପରି ସେବା କରୁ, ଯେପରି ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର । ଆମେନ୍‍ ।


ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଇଥାଏ ।


ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;


ହଁ, ଆମ୍ଭମାନଙ୍କ ଈଶ୍ୱରଙ୍କ ଛାମୁରେ ତୁମ୍ଭମାନଙ୍କ ପାଇଁ ଆମ୍ଭେମାନେ ଯେ, ସମସ୍ତେ ଆନନ୍ଦରେ ଆନନ୍ଦିତ ହେଉଅଛୁ, ସେଥିର ପ୍ରତିଦାନ ସ୍ୱରୂପେ ତୁମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କୁ କିପରି ଧନ୍ୟବାଦ ଦେଇପାରୁ ?


ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ୱାସର ସୁସମ୍ବାଦ ଯେ ସମୁଦାୟ ଜଗତରେ ଶୁଣାଯାଉଅଛି, ଏଥି ନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି ।


ତତ୍ପରେ ଯୁଗାନ୍ତ ଉପସ୍ଥିତ ହେବ, ସେ ସମୟରେ ସେ ସମସ୍ତ କର୍ତ୍ତାପଣ, ସମସ୍ତ କ୍ଷମତା ଓ ଶକ୍ତି ଲୋପ କଲା ଉତ୍ତାରେ ପିତା ଈଶ୍ୱରଙ୍କୁ ରାଜତ୍ୱ ସମର୍ପଣ କରିବେ ।


Swiv nou:

Piblisite


Piblisite